ଦ୍ୱୈତନଗରୀରେ ସୁରକ୍ଷା ବଢ଼ିଲା: ଷ୍ଟାଡିୟମ ଭିତରକୁ ପାଣି ବୋତଲ, କଏନ, କଲମ ମନା

ଭୁବନେଶ୍ୱର,୩ା୧୨(ତ୍ରିନାଥ ମହାନ୍ତି):ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଏବଂ ସାଉଥ୍‌ ଆଫ୍ରିକା ମଧ୍ୟରେ ଟି-୨୦ ମ୍ୟାଚ୍‌ ଅନୁଷ୍ଠିତ ହେବ। ଏଥିପାଇଁ କମିଶନରେଟ୍‌ ପୋଲିସ ପକ୍ଷରୁ ଦ୍ୱୈତନଗରୀ କଟକ ଓ ଭୁବନେଶ୍ୱରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ମଙ୍ଗଳବାର କମିଶନରେଟ ପୋଲିସ ପକ୍ଷରୁ ବିଭିନ୍ନ ବିଭାଗକୁ ନେଇ ପୋଲିସ ଭବନଠାରେ ବୈଠକ ଅନୁଷ୍ଠିତ ହୋଇଥିଲା। ଖେଳାଳିଙ୍କ ସୁରକ୍ଷା, ରହଣି ଏବଂ ମ୍ୟାଚ୍‌ ସମୟରେ ଯେପରି କିଛି ବିଶୃଙ୍ଖଳା ବା ଅଘଟଣ ନ ଘଟେ, ସେନେଇ ଆଲୋଚନା କରାଯାଇଛି। କ୍ରୀଡ଼ା ବିଭାଗ, ଅଗ୍ନିଶମ ବିଭାଗର ଅଧିକାରୀଙ୍କ ସମେତ ବିମାନବନ୍ଦର କର୍ତ୍ତୃପକ୍ଷ, କ୍ୟାପିଟାଲ ହସ୍ପିଟାଲ କର୍ତ୍ତୃପକ୍ଷ, ମୁଖ୍ୟ ଇଞ୍ଜିନିୟର, ମେ’ ଫେୟାର ହୋଟେଲ କର୍ତ୍ତୃପକ୍ଷ, ସିଆଇଏସ୍‌ଏଫ୍‌ ଓ ଓଡ଼ିଶା କ୍ରିକେଟ ଆସୋସିଏଶନ କର୍ମକର୍ତ୍ତା ଯୋଗଦେଇଥିଲେ। ଖେଳାଳିମାନେ ୮ତାରିଖ ଅପରାହ୍ନରେ ଭୁବନେଶ୍ୱରରେ ପହଞ୍ଚତ୍ବାର କାର୍ଯ୍ୟକ୍ରମ ରହିଛି। ଏହାପରେ ଖେଳାଳିମାନେ ଏୟାରପୋର୍ଟ ଛକ, ଏଜି ଛକ ପରେ ଲୋକ ଭବନ ଦେଇ ସିଧା ମେ’ ଫେୟାର ହୋଟେଲରେ ପହଞ୍ଚତ୍ବେ। ସେଠାରୁ ସନ୍ଧ୍ୟାରେ ବାରବାଟୀ ଯାଇ ଖେଳ ଅଭ୍ୟାସ କରି ପୁଣି ରାତିରେ ଫେରି ମେ ଫେୟାର ହୋଟେଲରେ ରହିବେ। ୯ ତାରିଖ ପୂର୍ବାହ୍ନ ୧୦ଟା ସମୟରେ ଖେଳାଳିମାନେ ପୁଣି କଟକ ଅଭିମୁଖେ ବାହାରିବେ। ସେମାନେ ଯିବାଆସିବା ସମୟରେ ସମସ୍ତ ଛକରେ ଲୋକଙ୍କ ଯାତାୟାତକୁ ରୋକାଯିବ। ରାସ୍ତାର ଦୁଇପାର୍ଶ୍ୱରେ ପୋଲିସ ମୁତୟନ ରହିବେ। ଯାତାୟାତରେ ଯେପରି କିଛି ଅସୁବିଧା ନ ହେବ, ବିଶେଷକରି ବିମାନବନ୍ଦର, ମେ ଫେୟାର ହୋଟେଲ, ଫ୍ୟାନ୍‌ ଜୋନ ଏବଂ ଷ୍ଟାଡିୟମରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଖେଳାଳିଙ୍କ ସୁରକ୍ଷା ପାଇଁ ୩୦ ପ୍ଲାଟୁନ୍‌ ପୋଲିସ ଫୋର୍ସ ମୁତୟନ ହେବେ। ଷ୍ଟାଡିୟମ ଭିତରକୁ ପାଣି ବୋତଲ, କଏନ, କଲମ ଏବଂ ଅନ୍ୟାନ୍ୟ ସାମଗ୍ରୀ ନେବାକୁ ବାରଣ କରାଯାଇଛି। ଖେଳାଳିଙ୍କ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ ଦାୟିତ୍ୱ ପୋଲିସ କମିଶନର ସୁରେଶ ଦେବଦତ୍ତ ସିଂ ତଦାରଖ କରୁଛନ୍ତି। ଏହି ବୈଠକରେ ପୋଲିସ କମିଶନର ଦେବଦତ୍ତ ସିଂ, ଅତିରିକ୍ତ ପୋଲିସ କମିଶନର ନରସିଂହ ଭୋଳ, ଡିସିପି ଜଗମୋହନ ମୀନା, ଟ୍ରାଫିକ ଡିସିପି ତପନ କୁମାର ମହାନ୍ତି, ବିମାନବନ୍ଦର ନିର୍ଦ୍ଦେଶକ ପ୍ରସନ୍ନ ପ୍ରଧାନ, ସିଆଇଏସ୍‌ଏଫ୍‌ର କମାଣ୍ଡାଣ୍ଟ ରାକେଶ ଚୌଧୁରୀ ଏବଂ ଓଡ଼ିଶା ଅଲିମ୍ପିକ ଆସୋସିଏଶନ ସଚିବ ଅଭିଜିତ ପଲ୍‌ ବୈଠକରେ ଉପସ୍ଥିତ ରହିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ନଏଡ଼ା ସିଇଓ ବହିଷ୍କୃତ

ଲକ୍ଷ୍ନୌ,୨୦ା୧(ପି.ଟି.): ନଏଡ଼ା ସେକ୍ଟର ୧୫୦ସ୍ଥିତ ଏକ ନିର୍ମାଣ ସ୍ଥଳରେ ଜଳଭର୍ତ୍ତି ଗର୍ତ୍ତ ମଧ୍ୟକୁ କାର୍‌ ଖସି ୨୭ ବର୍ଷୀୟ ସଫ୍ଟଓ୍ବେର ଇଞ୍ଜିନିୟରଙ୍କ ମୃତ୍ୟୁ ଘଟଣାରେ ନଏଡ଼ା...

କଳଙ୍କ, କନ୍ଦଳରୁ କେବେ ମୁକୁଳିବ କଂଗ୍ରେସ

ଭୁବନେଶ୍ୱର, ୨୦|୧ (ରବିନାରାୟଣ ଜେନା):  ରାଜ୍ୟରେ ଗୋଟିଏ ପରେ ଗୋଟିଏ ସାଧାରଣ ନିର୍ବାଚନ, ରାଜ୍ୟ ସଭା ନିର୍ବାଚନ, ଉପନିର୍ବାଚନ ଓ ଅନ୍ୟାନ୍ୟ ନିର୍ବାଚନ ଯାଉଛି ଏବଂ...

ଦ୍ରୁତ ହ୍ରାସ ପାଉଛି ଚାଇନା ଜନସଂଖ୍ୟା

ବେଜିଂ,୨୦ା୧(ପି.ଟି.): ୨୦୨୫ରେ ଚାଇନାରେ ଜନ୍ମହାର ୧୦ ବର୍ଷ ପୂର୍ବ ତୁଳନାରେ ୧୦ ନିୟୁତ ହ୍ରାସ ପାଇଥିବାବେଳେ କ୍ରମାଗତ ଚତୁର୍ଥ ବର୍ଷ ପାଇଁ ଜନସଂଖ୍ୟା ହ୍ରାସ ପାଇଛି।...

ବଢୁଛି ପାରଦ କମୁଛି ଶୀତ, ୨୪ ପର୍ଯ୍ୟନ୍ତ କୁହୁଡ଼ି

ଭୁବନେଶ୍ୱର,  ୨୦|୧  (ବନ୍ଦନା ସେଠୀ): ରାଜ୍ୟରେ ଏବେ ଋତୁ ବଦଳୁଛି । ରାତିରେ ଶୀତ କମିଥିବାବେଳେ ଦିନରେ ଖରାତାତି ବଢ଼ୁଛି । ତେବେ ଭୋର୍‌ ସମୟରେ...

ଭୁବନେଶ୍ବର ଏକ ନମ୍ବର ହାଟରେ ବଡ଼ ଧରଣର ଅଗ୍ନିକାଣ୍ଡ, ୪୦ ଦୋକାନ ଘର ପୋଡି ଧ୍ବଂସ

ଭୁବନେଶ୍ବର, ୨୦|୧ : ଭୁବନେଶ୍ବର ଏକ ନମ୍ବର ହାଟରେ ବଡ଼ ଧରଣର ଅଗ୍ନିକାଣ୍ଡ । ରାତି ଅଧରେ ହୁତୁହୁତୁ ହୋଇ ଜଳିଲା ହାଟ । ପ୍ରାୟ...

ମୁହାଁମୁହିଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା-ସମୀର ଦାସ, ଗୋଷ୍ଠୀ କନ୍ଦଳ ଜୋରଦାର

ନିମାପଡ଼ା, ୧୯।୧: ପୁରୀ ଜିଲା ନିମାପଡ଼ା ନିର୍ବାଚନ ମଣ୍ଡଳୀରେ ଭାଜପାର ଆଭ୍ୟନ୍ତରୀଣ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ ପୂର୍ବତନ...

ଯୁବକଙ୍କୁ ଗୁଳି ମାଡ: ବାଇକରେ ଆସି ଫାୟାରିଂ କରି ଫେରାର୍‌ ହୋଇଗଲେ…

ଖୋର୍ଦ୍ଧା,୧୯।୧(ପ୍ରଭାତ ପାଣିଗ୍ରାହୀ): ଗୁଳି ମାଡରେ ଯୁବକଙ୍କ ମୃତ୍ୟୁ। ବେଗୁନିଆ ଥାନା ଅନ୍ତର୍ଗତ ପରିଛଳ ଜାମୁସହିରେ ଏହି ଘଟଣା ଘଟିଛି । ମୃତ ବ୍ୟକ୍ତିଙ୍କ ନାମ ବାସୁଦେବ...

ଭୁବନେଶ୍ୱରରେ ଭୟଙ୍କର ଦୁର୍ଘଟଣା: ଗୋଟିଏ କାର୍ ଉପରେ ଚଢ଼ିଗଲା ଆଉ ଏକ କାର୍

ଭୁବନେଶ୍ୱର,୧୯।୧: ରାଜଧାନୀର ବ୍ୟସ୍ତବହୁଳ ପଲାସୁଣୀ ଛକରେ ସୋମବାର ଏକ ଅଭାବନୀୟ ସଡ଼କ ଦୁର୍ଘଟଣା ଘଟିଛି। କଟକ ପଟୁ ଅତି ଦ୍ରୁତ ଗତିରେ ଆସୁଥିବା ଏକ କାର୍,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri