ବଢ଼ିଲା ରାସନ କାର୍ଡ e-KYC ଅବଧି; ଖୁବଶୀଘ୍ର କରନ୍ତୁ, ନ ହେଲେ ମିଳିବନି ଚାଉଳ

ଭୁବନେଶ୍ୱର,୩।୧୨: ରାସନ କାର୍ଡଧାରୀଙ୍କ ପାଇଁ ଚାଲିଥିବା ଇ-କେୱାଇସି (e-KYC) ଯାଞ୍ଚ ପ୍ରକ୍ରିୟାର ସମୟସୀମାକୁ ଓଡ଼ିଶା ସରକାର ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବୁଧବାର ବିଧାନସଭାରେ ଏକ ଲିଖିତ ଉତ୍ତରରେ ଏହି ସୂଚନା ଦେଇଛନ୍ତି। ମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ଏହି ଯାଞ୍ଚ ପ୍ରକ୍ରିୟା ସମୟରେ ବ୍ୟାପକ ଅନିୟମିତତା ସାମ୍ନାକୁ ଆସିଛି।

ଇ-କେୱାଇସି ଡ୍ରାଇଭ୍ ବେଳେ ସାଧାରଣ ବଣ୍ଟନ ବ୍ୟବସ୍ଥା ଅଧୀନରେ ଥିବା ପ୍ରାୟ ୬,୮୩,୯୯୫ ଜଣ ମୃତ ବ୍ୟକ୍ତିଙ୍କ ନାମ ଏପର୍ଯ୍ୟନ୍ତ ସକ୍ରିୟ ହିତାଧିକାରୀ ତାଲିକାରେ ଥିବା ଜଣାପଡ଼ିଛି। ଏହା ବ୍ୟତୀତ ୩୩,୧୨୮ଟି ଅଯୋଗ୍ୟ ରାସନ କାର୍ଡକୁ ବାତିଲ୍ କରାଯାଇଛି। ଯାଞ୍ଚ ପ୍ରକ୍ରିୟାରେ ଖୋର୍ଦ୍ଧା ଜିଲାରେ ସର୍ବାଧିକ ୪,୭୪୭ଟି ନକଲି ରାସନ କାର୍ଡ ଚିହ୍ନଟ ହୋଇଛି। ଗତବର୍ଷ ଜୁନରୁ ଇ-କେୱାଇସି ଅଭିଯାନ ଆରମ୍ଭ ହେବା ପରେ ଏପର୍ଯ୍ୟନ୍ତ ରାସନ କାର୍ଡ ପାଇଁ ୧୫,୩୩,୧୫୩ଟି ନୂଆ ଆବେଦନ ଗ୍ରହଣ କରାଯାଇଛି।

ବିଭାଗ ପକ୍ଷରୁ ସମସ୍ତ ରାସନ କାର୍ଡଧାରୀଙ୍କୁ ବର୍ଦ୍ଧିତ ସମୟସୀମା ମଧ୍ୟରେ ଇ-କେୱାଇସି ସମାପ୍ତ କରିବାକୁ ଅନୁରୋଧ କରାଯାଇଛି, ଯାହା ଦ୍ୱାରା ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ସବସିଡିଯୁକ୍ତ ଖାଦ୍ୟଶସ୍ୟ ପହଞ୍ଚିପାରିବ ଏବଂ ଅପବ୍ୟବହାରକୁ ରୋକାଯାଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ପୁଟିନଙ୍କ କାର୍‌ ଠାରୁ କେତେ ଦମଦାର୍‌ ମୋଦିଙ୍କ କାର୍‌? ଜାଣନ୍ତୁ ଦୁଇଟାଯାକର ଦାମ୍‌

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ବିଶ୍ୱର ସବୁଠାରୁ ରହସ୍ୟମୟ ନେତାମାନଙ୍କ ମଧ୍ୟରୁ ଜଣେ ବୋଲି ବିବେଚନା କରାଯାଏ। ସେ ପ୍ରତ୍ୟେକ ଗସ୍ତରେ ଏକ ବୁଲେଟପ୍ରୁଫ...

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ବୋର୍ଡ ନିଗମ ନିଯୁକ୍ତି ନେଇ ଆସିଲା ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୫।୧୨: ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯାଇ ଘୋଷଣା ହେବ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କହିଛନ୍ତି। ଚର୍ଚ୍ଚା...

ରେଞ୍ଜ ରୋଭର୍‌ କି ମର୍ସିଡିିଜ ନୁହେଁ: ପୁଟିନଙ୍କୁ ନେବାକୁ କାହିଁକି ଫର୍ଚୁନର ବାଛିଲେ ମୋଦି? ଜଣାପଡିଲା ଅସଲ ସତ

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ଏବଂ ତାଙ୍କୁ ସ୍ୱାଗତବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ୟକ୍ତିଗତ ଉପସ୍ଥିତି ଏବଂ କୁଣ୍ଢେଇବା ଦୃଶ୍ୟ ସମସ୍ତଙ୍କ...

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଜଣାଇଲେ ସମସ୍ୟା, ସମାଧାନ ପାଇଁ

ନୂଆପଡ଼ା,୫ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ଷ୍ଟୋନ କ୍ରଶର ଓ ପଥର କ୍ୱାରୀ ବ୍ୟବସାୟୀଙ୍କ ବିଭିନ୍ନ ସମସ୍ୟା ଉପରେ ଭାଜପା ରାଜ୍ୟ କାର୍ଯ୍ୟକାରିଣି ସଦସ୍ୟ ଯଦୁମଣି...

ପୁଟିନଙ୍କୁ ରିଟର୍ନ ଉପହାର ଦେଲେ ମୋଦି: ରୁଷିଆ ନାଗରିକଙ୍କ ପାଇଁ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୫।୧୨:  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଦିଲ୍ଲୀର ହାଇଦ୍ରାବାଦ ହାଉସରେ ସାକ୍ଷାତ ହୋଇଛି। ବୈଠକ ସମୟରେ ଏକ ପ୍ରମୁଖ ଭୂରାଜନୈତିକ...

‘ଆତଙ୍କବାଦ ବିରୋଧରେ କାନ୍ଧକୁ କାନ୍ଧ ମିଶାଇ ଠିଆ ହେବା…’, ମୋଦି-ପୁଟିନଙ୍କ ମିଳିତ ବିବୃତ୍ତିରେ ପହଲଗାମ ଆକ୍ରମଣର ଉଲ୍ଲେଖ, ଛାନିଆ ହେଲାଣି ପାକିସ୍ତାନ!

ନୂଆଦିଲ୍ଲୀ,୫।୧୨: ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ବୈଠକ ପରେ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ମିଳିତ ବିବୃତ୍ତି ଜାରି...

ପ୍ରଶ୍ନପତ୍ର ଲିକ୍‌: ବାତିଲ ହେଲା ଏଏନ୍‌ଏମ୍‌ ପରୀକ୍ଷା, ନିରାଶରେ ଫେରିଲେ ପରୀକ୍ଷାର୍ଥୀ

ଗଜପତି,୫।୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଏଏନ୍‌ଏମ୍‌ ପରୀକ୍ଷା ବାତିଲ ହୋଇଛି। ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ନେଇ ଆଜି ବିଧାନସଭା ଗୃହରେ କଂଗ୍ରେସ ବିଧାୟକ ରାଜନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri