ସରପଞ୍ଚଙ୍କ ବିରୋଧରେ ହେଲାନାହିଁ ଅନାସ୍ଥା ଭୋଟିଂ, ନିର୍ଦ୍ଧାରିତ ସମୟ…

ଆନନ୍ଦପୁର,୩ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ କଣ୍ଟିପାଳ ପଞ୍ଚାୟତ ସରପଞ୍ଚ ପଦ୍ମିନୀ ନାୟକଙ୍କ ବିରୋଧରେ ଅନାସ୍ଥା ଭୋଟିଂ ଉପଜିଲାପାଳଙ୍କ ଚିଠି ନମ୍ବର ୧୦୨୧୨ ଅନୁଯାୟୀ ୩ ବୁଧବାର ୧୧/୩୦ ସମୟରେ ଧାର୍ଯ୍ୟ ହୋଇଥିଲା। ଏଥିରେ ଏକ ପ୍ଲାଟୁନ୍‌ ପୋଲିସ ଫୋର୍ସ, ଏସ୍‌ଡିପିଓ ପ୍ରଶାନ୍ତ କୁମାର ବେହେରା, ଆନନ୍ଦପୁର ଥାନା ଅଧିକାରୀ ଫନୀନ୍ଦ୍ର ନାୟକ ଉପସ୍ଥିତ ରହିଥିବା ବେଳେ ଉପଜିଲାପାଳଙ୍କ ଚିଠି ନମ୍ବର ୧୦୭୯୭ ଅନୁସାରେ ସ୍ବତନ୍ତ୍ର ସଭା କୌଣସି ଅପରିହାର୍ଯ୍ୟ ପରିସ୍ଥିତି କାରଣରୁ ଭୋଟିଂ ସ୍ଥଗିତ ରହିଗଲା। ଏହାକୁ ନେଇ ପଞ୍ଚାୟତରେ କିଛି ସମୟ ହୋ-ହଲ୍ଲା ହୋଇଥିଲା।ପରେ ଅନାସ୍ଥା ଆଣିଥିବା ୮ ଜଣ ସଭ୍ୟାସଭ୍ୟ ପଞ୍ଚାୟତ ସାମ୍ନାରେ ଧାରଣାରେ ବସିଥିଲେ l ଅପରାହ୍ନ ୫ଟାରେ ପୁନର୍ବାର ଆନନ୍ଦପୁର ଉପଜିଲାପାଳଙ୍କ ଚିଠି ନମ୍ବର ୧୦୮୨୬ ଅନୁସାରେ ଆସନ୍ତା ୧୯.୧୨.୨୫ ଶୁକ୍ରବାର ୧୧.୩୦ରେର କଣ୍ଟିପାଳ ପଞ୍ଚାୟତ ଅନାସ୍ଥା ପ୍ରସ୍ତାବ ପାଇଁ ବୈଠକ ନିମନ୍ତେ ଗୃହୀତ ନୋଟିସ ପ୍ରକାର ଓଡ଼ିଶା ପଞ୍ଚାୟତ ଆଇନ୍‌ ୧୯୬୪ର ଧାରା ୨୪ ଅନୁଯାୟୀ କଣ୍ଟିପାଳ ପଞ୍ଚାୟତ ଏହି ଅନାସ୍ଥା ଭୋଟିଂ ପାଇଁ ପ୍ରଶାସନ ତରଫରୁ ଆଜିର ଦିନ ଧାର୍ଯ୍ୟ ହୋଇଥିବା ବେଳେ ସେଥିପାଇଁ ସମସ୍ତ ପ୍ରସ୍ତୁତି ସରିଥିଲା ା ୯ ଜଣ ଓ୍ବାର୍ଡ ସଭ୍ୟଙ୍କ ମଧ୍ୟରୁ ଅନାସ୍ଥା ସପକ୍ଷରେ ଥିବ ୮ଜଣ ଓ୍ବାର୍ଡମେମ୍ବର ମଧ୍ୟ ପଞ୍ଚାୟତ କାର୍ଯ୍ୟାଳୟଠାରେ ଭୋଟିଂ ପାଇଁ ଉପସ୍ଥିତ ରହିଥିଲେ। ହେଲେ ପ୍ରିଜାଇଡିଂ ଅଫିସର ଦାୟିତ୍ୱରେ ଥିବା ଆନନ୍ଦପୁର ବିଡିଓ କୌଣସି କାରଣରୁ ହଠାତ୍‌ ଆଜି ଛୁଟିରେ ରହିବାରୁ ଭୋଟିଂ ହୋଇପାରିନାହିଁ। ନିର୍ଦ୍ଧାରିତ ସମୟ ଅତିକ୍ରାନ୍ତ ପରେ ଦାୟିତ୍ୱରେ ଥିବା ଡେପୁଟି କଲେକ୍ଟର ସଞ୍ଜୟ ସାମନ୍ତରାୟ ଏନେଇ ପଞ୍ଚାୟତ କାର୍ଯ୍ୟାଳୟ କାନ୍ଥରେ ନୋଟିସ୍‌ ଲଗାଇଛନ୍ତି। ତେବେ ଆଜିର ଘଟଣାକୁ ନେଇ ଉପସ୍ଥିତ ଓ୍ବାର୍ଡସଭ୍ୟମାନେ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶୀତରେ ଥରୁଛି ଉତ୍ତର ଭାରତ

ନୂଆଦିଲ୍ଲୀ,୫ା୧୨: ସମଗ୍ର ଉତ୍ତର ଭାରତ ଶୀତରେ ଥରୁଛି। ଶୁକ୍ରବାର ରାଜସ୍ଥାନ, ପଞ୍ଜାବ ଏବଂ ହରିୟାଣାର ଅଧିକାଂଶ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ନିମ୍ନରେ ରହିଛି। ତେବେ...

ଭାରତର ସବୁଠୁ ବିଶ୍ବାସଯୋଗ୍ୟ ଏହି ୩ଟି ବ୍ୟାଙ୍କ, RBI କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI), HDFC, ଏବଂ ICICI ବ୍ୟାଙ୍କକୁ ଦେଶର ସବୁଠାରୁ ସୁରକ୍ଷିତ ବ୍ୟାଙ୍କ ଭାବରେ...

ପୁଟିନଙ୍କ କାର୍‌ ଠାରୁ କେତେ ଦମଦାର୍‌ ମୋଦିଙ୍କ କାର୍‌? ଜାଣନ୍ତୁ ଦୁଇଟାଯାକର ଦାମ୍‌

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ବିଶ୍ୱର ସବୁଠାରୁ ରହସ୍ୟମୟ ନେତାମାନଙ୍କ ମଧ୍ୟରୁ ଜଣେ ବୋଲି ବିବେଚନା କରାଯାଏ। ସେ ପ୍ରତ୍ୟେକ ଗସ୍ତରେ ଏକ ବୁଲେଟପ୍ରୁଫ...

ଫ୍ରାନ୍ସକୁ ହରାଇ ସେମିରେ ପହଞ୍ଚିଲା ଜର୍ମାନୀ

ଚେନ୍ନାଇ,୫ା୧୨: ସାତ ଥର ଚାମ୍ପିୟନ ଜର୍ମାନୀ ଶୁଟ୍‌ ଆଉଟ୍‌ରେ ଫ୍ରାନ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ଚଳିତ ଏଫ୍‌ଆଇଏଚ୍‌ ଜୁନିୟର ପୁରୁଷ ବିଶ୍ୱକପ୍‌ ହକି ଟୁର୍ନାମେଣ୍ଟର...

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ପଡିବ ଶନିଙ୍କ ଭୟଙ୍କର ମହାଦଶା, ଏହି ରାଶି ଉପରେ ପଡିବ ଖରାପ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ରରେ, ଶନି ଦେବଙ୍କୁ “କର୍ମଦାତା” ଏବଂ “ବିଚାରକ” ଭାବରେ ଜଣାଯାଏ। ସେ ବ୍ୟକ୍ତିମାନଙ୍କୁ ସେମାନଙ୍କ କାର୍ଯ୍ୟ ଆଧାରରେ ଶୁଭ କିମ୍ୱା ଅଶୁଭ ଫଳ ପ୍ରଦାନ...

ଶୀତ ପାଇଁ ସକାଳୁଆ ସ୍କୁଲ ବନ୍ଦ

କୋରାପୁଟ,୫ା୧୨(ଅମିତାଭ ବେହେରା)-କୋରାପୁଟ ଜିଲାରେ ଅସହ୍ୟ ଶୀତ ହେଉଥିବାରୁ ଫ୍ରେବୃଆରୀ ଯାଏ ସକାଳୁଆ କ୍ଲାସ ବନ୍ଦ ରଖିବାକୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ଏକ ନିର୍ଦ୍ଦେଶନାମା ଜାରି...

ପୁଟିନ୍‌ଙ୍କୁ ଗୀତା ଉପହାର ଦେଲେ ମୋଦି

ନୂଆଦିଲ୍ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ଏଡି ଅବସରରେ ରାଷ୍ଟ୍ରପତି ପୁଟିନ୍‌ଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଶ୍ରୀମଦ୍‌ଭଗବତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri