ଯୌତୁକ ପାଇଁ ବୋହୂଙ୍କୁ ମାଡ଼: ଶାଶୁଘର ଲୋକଙ୍କ ନାଁରେ ମାମଲା

ଦିଗପହଣ୍ଡି,୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁମାରଡ଼ା ଗ୍ରାମର ଶିକ୍ଷକ ସନ୍ତୋଷ ଓରଫ ଦେବୀ ପ୍ରସାଦ ପଟ୍ଟନାୟକ ତାଙ୍କ ସ୍ତ୍ରୀ ସାଲୋନିଙ୍କୁ ଯୌତୁକ ନିର୍ଯାତନା ଦେବା ସହ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏନେଇ ସାଲୋନି ଦିଗପହଣ୍ଡି ଥାନାରେ ଏତଲା ଦେବାପରେ ଆଇଆଇସି ତଥା ଡିଏସ୍‌ପି ପ୍ରଶାନ୍ତ କୁମାର ପାତ୍ର ମାମଲା ନଂ.୪୩୯/୨୫ ଅନୁଯାୟୀ ଅଭିଯୁକ୍ତ ସ୍ବାମୀ,ଶାଶୁ ଓ ଶ୍ବଶୁରଙ୍କ ନାଁରେ ମାମାଲା ରୁଜୁ କରିଛନ୍ତି।

୨୦୨୩ରେ ଦିଗପହଣ୍ଡ ପୁଞ୍ଜିକୟାଁ ଅଞ୍ଚଳ କଲୋନୀର ପ୍ରଶାନ୍ତ କୁମାର ପଟ୍ଟନାୟକଙ୍କ କନ୍ୟା ସାଲୋନି କୁମରଡ଼ା ଗ୍ରାମର ଶିକ୍ଷକ ପ୍ରତାପ ଚନ୍ଦ୍ର ପଟ୍ଟନାୟକଙ୍କ ପୁଅ ସନ୍ତୋଷ ଓରଫ ଦେବୀ ପ୍ରସାଦଙ୍କୁ ବିବାହ କରିଥିଲେ। ସ୍ବାମୀ ଓ ଶ୍ବଶୁର ଘର ଲୋକଙ୍କ ଦାବି ଅନୁଯାୟୀ ସମସ୍ତ ଜାନି ଯୌତୁକ ଦିଆଯାଇଥିଲା। କିଛି ଦିନ ଦାମ୍ପତ୍ୟ ଜୀବନ ହସଖୁସିରେ କଟିବା ପରେ ଅଧିକା ଯୌତୁକ ପାଇଁ ସାଲୋନି ୟଙ୍କୁ ସ୍ବାମୀ ଓ ଶାଶୁ, ଶ୍ବଶୁର ନିର୍ଯାତନା ଦେବାରୁ ସେ ବାପ ଘରେ ରହୁଥିଲେ। ସମ୍ପର୍କୀୟ ଲୋକଙ୍କ ହସ୍ତକ୍ଷେପ ପରେ ସାଲୋନି ପୁଣି ଶାଶୁଘରକୁ ଫେରିଥିଲେ। ଗତ ୨୬ ତାରିଖରେ ତାଙ୍କୁ ସ୍ବାମୀ ଓ ଶ୍ବଶୁର ଘର ଲୋକେ ମାଡ଼ ମାରିବା ସହ ନିର୍ଯାତନା ଦେବା ପରେ ସେ ବାପଘର ଦିଗପହଣ୍ଡିକୁ ଚାଲି ଆସିଥିଲେ ବୋଲି ଏତଲାରେ ଉଲ୍ଲେଖ ଥିବା ତଦନ୍ତକାରୀ ମହିଳା ପୋଲିସ ଅଧିକାରୀ ଏସ୍‌. ଆଇ ସୋଫିଆ ମିଶ୍ର କହିଛନ୍ତି। ଘଟଣାର ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ ଜଣାଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri