ଆଗ ଥଇଥାନ, ପରେ ଉଚ୍ଛେଦ

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ବିଭିନ୍ନ ପଡ଼ାରେ ପର୍ଯ୍ୟାୟକ୍ରମେ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଚାଲିଛି। ଗୋଟିଏ ପଟେ ଉଚ୍ଚ ନ୍ୟାୟାଳୟରେ ବିଚାରାଧିନ ଥିବା ଯୋଗୁ ସହରବାସୀଙ୍କ ଦୀର୍ଘବର୍ଷର ଦାବି ଲେଙ୍ଗୁ ମିଶ୍ର ଛକଠାରୁ ପୁରୁଣା ଜୀରାବ୍ରିଜ ପର୍ଯ୍ୟନ୍ତ ରାସ୍ତା ଜବରଦଖଲ ଏପର୍ଯ୍ୟନ୍ତ ଉଚ୍ଛେଦ ହୋଇପାରି ନ ଥିବାବେଳେ ଅନ୍ୟସ୍ଥାନରେ ଜବରଦଖଲରେ ରହିଥିବା ଗରିବ ଲୋକଙ୍କ ଘର, ଉଠା ଦୋକାନକୁ ହଟାଇ ଦିଆଯାଉଛି। ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ପାଖେଇ ଆସୁଥିବାବେଳେ ବିନା ଥଇଥାନରେ ଏଭଳି ଉଚ୍ଛେଦରେ ପ୍ରଭାବିତ ଲୋକଙ୍କ ମଧ୍ୟରେ ଚାପା ଅସନ୍ତୋଷ ଲାଗି ରହିଛି। ଏହି କ୍ରମରେ ବୁଧବାର ବରଗଡ଼ ପୌର ପରିଷଦ ଅଧିନ ୱାର୍ଡ଼ ନଂ.୧୪ ମାଷ୍ଟରଟିକ୍ରାରେ ରହୁଥିବା ଲୋକେ ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ଫେରାଦ ହୋଇ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁ ସ୍ମାରକପତ୍ର ଗ୍ରହଣ କରିଥିଲେ। ଠିକ୍‌ଭାବେ ଥଇଥାନ କରି ଉଚ୍ଛେଦ କରିବା ପାଇଁ ସେମାନେ ଜିଲାପାଳଙ୍କୁ ନିବେଦନ କରିଛନ୍ତି।
ସ୍ମାରକପତ୍ରରେ ସେମାନେ ଉଲ୍ଲେଖ କରିଛନ୍ତି, ଦୀର୍ଘବର୍ଷ ହେଲା ମାଷ୍ଟରଟିକ୍ରାରେ ଘର କରି ରହୁଛନ୍ତି। ପଡ଼ାରେ ୩୯ପରିବାର ରହୁଛନ୍ତି। ସେମାନେ ସମସ୍ତେ ଭୂମିହୀନ, ଗରିବ, ଅନୁସୂଚିତ ଜାତି ଓ ଶ୍ରମଜୀବି ଶ୍ରେଣୀର ଅଟନ୍ତି। ପୂର୍ବପୁରୁଷ ଅମଳରୁ ଘରଦ୍ୱାର କରି ପରିବାର ସହିତ ଏବଂ କୁଲି, ମଜୁରୀ କରି ସମସ୍ତେ ପରିବାର ଗୁଜୁରାଣ ମେଣ୍ଟାଉଛନ୍ତି। ସେଠାରେ ରହି ସେମାନଙ୍କ ପିଲାଛୁଆ ମଧ୍ୟ ସ୍ଥାନୀୟ ସ୍କୁଲ, କଲେଜରେ ପଢ଼ୁଛନ୍ତି। ମାତ୍ର ମଙ୍ଗଳବାର ସେମାନେ ରହୁଥିବା ପଡ଼ାକୁ ଉଚ୍ଛେଦ କରାଯିବ ବୋଲି ଡାକବାଜି ଯନ୍ତ୍ରରେ ସୂଚନା ଦେବା ସହିତ ୪୮ଘଣ୍ଟା ମଧ୍ୟରେ ଘର ଖାଲି କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ନଚେତ୍‌ ସେମାନଙ୍କ ଘର ଭାଙ୍ଗି ଦିଆଯିବ ବୋଲି ସୂଚନା ଦିଆଯାଇଛି।
ଏଭଳି କରାଗଲେ ସେମାନଙ୍କ ଜୀବନ, ଜୀବିକା ଉଜୁଡ଼ି ଯିବା ସହିତ ପିଲାଛୁଆଙ୍କ ପାଠପଢ଼ା ଏବଂ ବୃଦ୍ଧାବୃଦ୍ଧ ମା, ବାପାଙ୍କ ଚିକିତ୍ସା ମଧ୍ୟ ବାଧାପ୍ରାପ୍ତ ହେବ ବୋଲି ପଡ଼ାବାସୀ କହିଛନ୍ତି। ଏହି ଦୃଷ୍ଟିରୁ ଉଚ୍ଛେଦ ପୂର୍ବରୁ ଥଇଥାନ କରାଯାଉ ବୋଲି ସେମାନେ ଦାବି କରିଛନ୍ତି। ସେହିପରି ଉଚ୍ଛେଦ ପାଇଁ ୪୮ଘଣ୍ଟା ବଦଳରେ ଅତିକମ୍‌ରେ ୬ମାସ ସମୟ ଦିଆଯାଉ ବୋଲି ପଡ଼ାବାସୀ ସ୍ମାରକପତ୍ରରେ ଉଲ୍ଲେଖ କରିଛନ୍ତି। ପଡ଼ାର ଯୋଗେନ୍ଦ୍ର ସାଗର, ଅକ୍ଷୟ କୁମାର ନାଗ, ଗୋପି ମହାନନ୍ଦ, ରୀନା ବିଭାର, ଡିଲେଶ୍ୱରୀ ନାଗ, ସୁଷମା ସାଗର ପ୍ରମୁଖ ସ୍ମାରକପତ୍ର ପ୍ରଦାନ ପାଇଁ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଯାଇଥିଲେ। ଆମ୍‌ ଆଦମୀ ପାର୍ଟି(ଏଏପି)ର ରାଜ୍ୟ ସମ୍ପାଦକ ଭବାନୀ ପ୍ରସାଦ ସାହୁ ମଧ୍ୟ ସେମାନଙ୍କ ସହିତ ଉପସ୍ଥିତ ଥିଲେ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ, ଜିଲା ନ ଛାଡ଼ିବାକୁ ନିର୍ଦ୍ଦେଶ

ସୁନ୍ଦରଗଡ଼,୨୧।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଛାତ୍ରଙ୍କୁ ମାଡ଼ ମାରିବା ଏବଂ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ମନର ଧାରଣା ନା ସତରେ ଦ୍ରୁତ ବେଗରେ ବାଇକ୍‌ ଚଳାଇଲେ ଅଧିକ ଇନ୍ଧନ ଖର୍ଚ୍ଚ ହୁଏ? ମନରେ ଦ୍ୱନ୍ଦ୍ୱ ଥିଲେ କରନ୍ତୁ ଦୂର…

ନୂଆଦିଲ୍ଲୀ,୨୧।୧: ପ୍ରତ୍ୟେକ ବାଇକ୍‌ ଆରୋହୀଙ୍କ ମନରେ ସାଧାରଣ ପ୍ରଶ୍ନ ଆସେ ଯେ ବାସ୍ତବରେ କ’ଣ ଦ୍ରୁତ ବେଗରେ ଗାଡ଼ି ଚଳାଇଲେ ଅଧିକ ପେଟ୍ରୋଲ ଖର୍ଚ୍ଚ ହୁଏ...

ଭାରତର ୭ ବଡ଼ ବ୍ୟବସାୟୀ ଟ୍ରମ୍ପଙ୍କ ସହ କରିବେ ଡିନର୍‌, ଶକ୍ତି ପ୍ରଦର୍ଶନ କରିବ ଭାରତ

ନୂଆଦିଲ୍ଲୀ,୨୧।୧: ଡାଭୋସରେ ଚାଲିଥିବା ବିଶ୍ୱ ଅର୍ଥନୈତିକ ଫୋରମ (WEF) ସମୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନେକ ବଡ଼ ଭାରତୀୟ ବ୍ୟବସାୟୀଙ୍କୁ ଭେଟିବେ। NDTV ଅନୁଯାୟୀ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri