ଭିନ୍ନକ୍ଷମଙ୍କୁ ସଶକ୍ତ କରିବାରେ ମିଳିତ ଯୋଗଦାନ ଲୋଡ଼ା

ବରଗଡ,୪।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପ୍ରଶାସନ ତଥା ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ମିଳିତ ଆନୁକୂଲ୍ୟରେ ବୁଧବାର ସ୍ଥାନୀୟ ଯଦୁମଣି ଅଡିଟୋରିୟମ ପରିସରରେ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ଆରକ୍ଷୀ ଅଧୀକ୍ଷକ ପ୍ରହଲ୍ଲାଦ ସହାୟ ମିନା, ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁ, ଜିଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ, ପୌରାଧ୍ୟକ୍ଷା କଳ୍ପନା ମାଝୀ ଏବଂ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରହଲ୍ଲାଦ ଖୋସ୍ଲା ସମ୍ମାନିତ ଅତିଥିଭାବେ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମରେ ଜିଲାପାଳ କହିଥିଲେ, ଭିନ୍ନକ୍ଷମଙ୍କ ଅଧିକାର ତଥା କଲ୍ୟାଣକୁ ଆଗକୁ ବଢ଼ାଇବା ପାଇଁ ଜିଲା ପ୍ରଶାସନ ପ୍ରତିଶୃତିବଦ୍ଧ। ଭିନ୍ନକ୍ଷମଙ୍କ ସାମାଜିକ ସୁରକ୍ଷା ଏବଂ ସଶକ୍ତିକରଣ ନିମନ୍ତେ ସମସ୍ତ ଅଂଶଗ୍ରହଣକାରୀ ଏବଂ ସମର୍ଥକମାନଙ୍କୁ ଅଧିକ ଅନ୍ତର୍ଭୂକ୍ତ କରିବା ତଥା ସୁବିଧାଜନକ ପରିବେଶ ସୃଷ୍ଟି ପାଇଁ ସରକାରଙ୍କ ତରଫରୁ ଅନେକ ଯୁଗାନ୍ତକାରୀ ପଦକ୍ଷେପ ନିଆଯାଇଛି। ଏହାର ସୁଫଳ ନେବା ପାଇଁ ଜିଲାପାଳ ଗୋୟଲ କହିଥିଲେ। ଅନ୍ୟ ସମସ୍ତ ସମ୍ମାନିତ ଅତିଥିମାନେ ଭିନ୍ନକ୍ଷମଙ୍କୁ ସଶକ୍ତ କରିବାରେ ସଭିଙ୍କର ମିଳିତ ଯୋଗଦାନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ I ଭିନ୍ନକ୍ଷମଙ୍କୁ ସମାଜର ସବୁ ସ୍ତରରେ ସାମାଜିକ ସୁରକ୍ଷା ଯୋଗାଇ ଦେଇ ସେମାନଙ୍କୁ ସ୍ବାବଲମ୍ବୀ କରାଇବା ବର୍ତ୍ତମାନର ସବୁଠାରୁ ବଡ ଆବଶ୍ୟକତା ବୋଲି ମତପ୍ରକାଶ କରିଥିଲେ। ଜିଲା ସାମାଜିକ ସୁରକ୍ଷା ଅଧିକାରୀ ତାହିର ହୁସେନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମ ପାଳନ ଅବସରରେ ସକାଳ ୮ଟା ୩୦ରେ ବାପୁଜୀ ସ୍ବତନ୍ତ୍ର ବିଦ୍ୟାଳୟରୁ ଯଦୁମଣି ଅଡିଟୋରିୟମ ପର୍ଯ୍ୟନ୍ତ ଏକ ସଚେତନତା ରାଲି (ୱାକାଥନ୍‌) ଆୟୋଜନ କରାଯାଇଥିଲା। ଏହାପରେ ଅଡିଟୋରିୟମରେ ଆୟୋଜିତ ହୋଇଥିବା ଏକ ସାଧାରଣ ସଭାରେ ଭିନ୍ନକ୍ଷମ ଖେଳାଳି ତଥା ଭିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଥିବା ଭିନ୍ନକ୍ଷମ ବ୍ୟକ୍ତିଙ୍କୁ ସମ୍ମାନିତ କରାଯାଇଥିଲା।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri