ପାଚେରୀକୁ ଧକ୍କା ଦେଇ କାର୍‌ ଗୁଣ୍ଡ: ଦ୍ରୁତଗତି, ମଦୁଆଙ୍କ ପାଇଁ ଭଞ୍ଜନଗରରେ ବଢୁଛି ଦୁର୍ଘଟଣା

ଭଞ୍ଜନଗର,୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୁଲାଡ ମୁଖ୍ୟ ରାସ୍ତାରେ ବୁଧବାର ରାତିରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦ୍ରୁତଗତି କିମ୍ବା ଅନ୍ୟ କୌଣସି କାରଣରୁ ଗାଡ଼ିଟି ଦୁର୍ଘଟଣାଗ୍ରସ୍ତ ହୋଇଛି ସେନେଇ ସଠିକ କିଛି ଜଣାପଡ଼ିନାହିଁ। ପୋଲିସ ରାତିରେ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରିଛି। କିନ୍ତୁ ଗାଡିରେ କେତେଜଣ ଥିଲେ, ସେମାନେ ଆହତ ହୋଇଛନ୍ତି କି ନାହିଁ , କେଉଁଭଳି ପରିସ୍ଥିତିରେ ଗାଡ଼ିଟି ଦୁର୍ଘଟଣାଗ୍ରସ୍ତ ହୋଇଛି ସେନେଇ ସଠିକ କିଛି ଜଣାପଡ଼ିନାହିଁ। ଗୁରୁବାର ପୋଲିସ ଗାଡ଼ି ମାଲିକଙ୍କୁ ଠାବ କରିବା ପରେ ଦୁର୍ଘଟଣାର କାରଣ ଜଣାପଡିବ। ଦ୍ରୁତଗତି ଗାଡି ଚାଳନା ଏବଂ ମଦୁଆ ଗାଡି ଚାଳକଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ଯୋଗୁ ଭଞ୍ଜନଗର ଅଞ୍ଚଳରେ ଦୁର୍ଘଟଣା ମଧ୍ୟ ସେହି ଅନୁପାତରେ ବଢୁଛି। ଯାହାକି ଚିନ୍ତାଜନକ ବିଷୟ। ଗତ ସପ୍ତାହରେ ରେଡକ୍ରସ ରୋଡରେ ଦ୍ରୁତ ଗତିରେ ଜଣେ ବାଇକ ଚାଳକ ଆସି ଜଣେ ବ୍ୟବସାୟୀଙ୍କୁ ଧକ୍କା ଲଗାଇଥିଲେ। ଏଥିରେ ବ୍ୟବସାୟୀ ଆହତ ହୋଇଥିଲେ। ଯାହାକୁ ନେଇ ଲୋକେ ରାସ୍ତାରୋକୋ କରିଥିଲେ। ଏହାପରେ ପୋଲିସ ପାଟ୍ରୋଲିଂ ହୋଇଥିଲା। ଦ୍ରୁତ ଗତିରେ ଗାଡି ଚଳାଉଥିବା ବ୍ୟକ୍ତି ଏବଂ ମଦୁଆ ଗାଡି ଚାଳକଙ୍କ ଉପରେ ପ୍ରଶାସନ ଆବଶ୍ୟକ ପଦକ୍ଷେପ ନେବାର ଆବଶ୍ୟକତା ରହିଛି। ସୂଚନା ଯୋଗ୍ୟ ଯେ, ଗତକାଲି ରାତିରେ ଏକ କାର୍‌ ଗାଡି କୁଲାଡରୁ ଭଞ୍ଜନଗର ଅଭିମୁଖେ କୌଣସି କାମରେ ଆସୁଥିଲା। ଏହି ସମୟରେ ଭଞ୍ଜନଗର ଗୋପାଳ ସମାଜ ଘର ସମ୍ମୁଖରେ କାର୍‌ଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ, ଜିଲା ନ ଛାଡ଼ିବାକୁ ନିର୍ଦ୍ଦେଶ

ସୁନ୍ଦରଗଡ଼,୨୧।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଛାତ୍ରଙ୍କୁ ମାଡ଼ ମାରିବା ଏବଂ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri