ପୁରୁଣା ସଂସ୍କୃତି-ପରମ୍ପରା ବଞ୍ଚାଇ ରଖିବା ମୂଳ ଲକ୍ଷ୍ୟ

ଲୋଇସିଂହା,୪।୧୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଦୂର୍ଗାମଣ୍ଡପରେ ୱାନ ଷ୍ଟେପ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ସମ୍ପାଦକ ଶିବଲୁ କଦମଙ୍କ ଅଧ୍ୟକ୍ଷତା ଅନୁଷ୍ଠିତ ସାଂସ୍କୃତିକ ସଭାରେ ମୁଖ୍ୟ ଅତିଥି ନୀହାର ରଂଜନ ବେହେରା, ସମ୍ମାନୀତ ଅତିଥି ଭାବେ ଲୋଇସିଂହା ଜମିଦାର ସୁଶ୍ରୀ ଅର୍ଚ୍ଚନା ଦେବୀ ସିଂ ରାଏ,ମୁଖ୍ୟ ବକ୍ତା ସ ଅଶୋକ ମେହେର ଯୋଗଦାନ କରିଥିଲେ। ମୁଖ୍ୟ ଅତିଥି ବେହେରା ଟ୍ରଷ୍ଟ ଗଠନର ଉଦ୍ଦେଶ୍ୟ ଓ ଲୋକଲୋଚନକୁ ଆସିପାରୁ ନ ଥିବା କଳାକାରଙ୍କ ପାଇଁ ମଞ୍ଚ ସୃଷ୍ଟି କରିବା ଏହି ଅନୁଷ୍ଠାନର ମୁଖ୍ୟ ଲକ୍ଷ୍ୟ ବୋଲି ସେ କହିଥିଲେ। ମୁଖ୍ୟବକ୍ତା ମେହେର କହିଥିଲେ, ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନମାନେ ହେଲା ମନୋରଂଜନ ନେବା ସହିତ ପୁରୁଣା ସଂସ୍କୃତି ଓ ପରମ୍ପରା ଜାଣିପାରିବା। କାର୍ଯ୍ୟକ୍ରମକୁ ବୀରେନ୍ଦ୍ର ପାଣ୍ଡେ ସଂଯୋଜନା କରିଥିଲେ। ଏହି ଅବସରରେ ବହୁ ଯୁବ ଏବଂ ଦକ୍ଷ କଳାକାରଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ସଂଗୀତ ସାଧନା ଲୋଇସିଂହା ଓ ସରଗମଲି ସରଧାପାଲି ର କଳାକାରଙ୍କୁ ନେଇ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ଟିବଲୁ କଦମ, କହ୍ନେୟା ବେହେରା,ମନୋଜ ପୋଢ ସହଯୋଗ କରିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri