ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ଛାତ୍ରୀ ନିର୍ଯାତନା ଘଟଣା: ଅଭିଯୁକ୍ତ ଅଧ୍ୟାପକ ବହିଷ୍କୃତ, ଥାନାରେ ଅଟକ

ଭୁବନେଶ୍ୱର,୪ା୧୨: ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟରେ ଛାତ୍ରୀଙ୍କୁ ନିର୍ଯାତନା ଅଭିଯୋଗ ଘଟଣାରେ କଲେଜ କର୍ତ୍ତୃପକ୍ଷ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଛାତ୍ରୀମାନଙ୍କୁ କାଷ୍ଟିଂ କାଉଚ୍‌ ଓ ଅଶାଳୀନ ଆଚରଣରେ ନିର୍ଯାତନା ଦେଉଥିବା ଅଭିଯୋଗରେ ଡ୍ରାମା ବିଭାଗର ଅଧ୍ୟାପକ ଶତ୍ରୁଘ୍ନ ସାମଲଙ୍କୁ କଲେଜରୁ ବହିଷ୍କାର କରାଯାଇଛି।

କଲେଜର ପ୍ରିନ୍ସିପାଲ୍‌ ବିଜୟ ଜେନା ଏହି ଅଭିଯୁକ୍ତ ଅଧ୍ୟାପକଙ୍କୁ ବହିଷ୍କାର କରାଯାଇଥିବା ସୂଚନା ଦେଇଛନ୍ତି। କଲେଜ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଲିଖିତ ଅଭିଯୋଗ କରାଯିବା ପରେ ପୋଲିସ ଅଧ୍ୟାପକ ଶତ୍ରୁଘ୍ନ ସାମଲଙ୍କୁ ଅଟକ ରଖିଛି।

ଅଧ୍ୟାପକ ଶତ୍ରୁଘ୍ନ ସାମଲଙ୍କ ନାଁରେ ‘ଖରାପ ସ୍ପର୍ଶ’, ଯୌନ ଇଙ୍ଗିତ, ଓ ଭଲ ଗ୍ରେଡ୍‌ ବା ସୁବିଧା ଦେବା ଲୋଭ ଦେଖାଇ ଶାରୀରିକ ସମ୍ପର୍କ ପାଇଁ ପ୍ରବର୍ତ୍ତାଇବା ଭଳି ସଙ୍ଗୀନ ଅଭିଯୋଗ ଥିଲା।

ଏହି ଘଟଣାକୁ ନେଇ ଛାତ୍ରୀମାନେ କ୍ୟାମ୍ପସରେ ହଙ୍ଗାମା କରିବା ସହ ରାଜରାସ୍ତା ଅବରୋଧ କରି ତୁରନ୍ତ ଅଭିଯୁକ୍ତଙ୍କୁ ବହିଷ୍କାର କରିବାକୁ ଦାବି କରିଥିଲେ। ବିକ୍ଷୋଭ ସମୟରେ ଜଣେ ଛାତ୍ରୀ ଅସୁସ୍ଥ ହୋଇ ମେଡିକାଲ୍‌ ଯାଇଥିଲେ।

ଏହି ଘଟଣାର ତଦନ୍ତ ପାଇଁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସ୍ୱତନ୍ତ୍ର ସଚିବ ଦେବ ପ୍ରସାଦ ଦାସଙ୍କ ଅଧ୍ୟକ୍ଷତାରେ ଏକ ୩ ଜଣିଆ ଟିମ୍‌ କଲେଜରେ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିରରେ ରକ୍ତ ଛିଟା: ମହାପ୍ରଭୁଙ୍କ ହେବ ବଡ଼ ମହାସ୍ନାନ

ଭୁବନେଶ୍ୱର,୨୧।୧: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହେବ ହେବ ବଡ଼ ମହାସ୍ନାନ ନୀତି। ଭିତର କାଠ ନିକଟ ଚାଙ୍ଗେଡ଼ା ଘରେ ରକ୍ତ ପଡ଼ିଥିବାରୁ ବଡ଼ ମହାସ୍ନାନ କରାଯାଇଛି।...

କଲେଜ ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାହିଁକି ଏମିତି ଚରମ ନିଷ୍ପତ୍ତି ନେଲେ କାରଣ ଅସ୍ପଷ୍ଟ

ସମ୍ବଲପୁର,୨୧।୧(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସୟୁ) ବ୍ରହ୍ମପୁତ୍ର ଛାତ୍ରାବାସର ୫୨ ନମ୍ବର କୋଠରୀରୁ ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହକୁ ଉଦ୍ଧାର କରାଯାଇଛି। ସେ ହେଉଛନ୍ତି ସୁନ୍ଦରଗଡ଼...

ରାଜ୍ୟରେ ବଢିଲା ତାପମାତ୍ରା

ଭୁବନେଶ୍ୱର,୨୧।୧: ରାଜ୍ୟରେ ବଢିଲା ତାପମାତ୍ରା। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବଢିଲା ତାପମାତ୍ରା। ୪ ଦିନରେ ଉପକୂଳରେ ୩ ଓ ଆଭ୍ୟନ୍ତରୀଣରେ ୭ ଡିଗ୍ରୀ ବୃଦ୍ଧି...

ବଲାଙ୍ଗୀରରେ ଚାଞ୍ଚଲ୍ୟ: ଶ୍ୱଶୁର ଘର ମାଡ଼ରେ ଜ୍ୱାଇଁଙ୍କ ଚାଲିଗଲା ଜୀବନ, ଏହି କାରଣରୁ…

ବଲାଙ୍ଗୀର,୨୧।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଚାଞ୍ଚଲ୍ୟ। ତୁଳସୀନଗର ପଡାରେ ଯଦୁମଣି ବଗର୍ତ୍ତୀ ନାମକ ଜଣେ ବ୍ୟକ୍ତିଙ୍କୁ କୋଦାଳରେ ଲାଗିଥିବା ବାଡିରେ ପିଟି ହତ୍ୟା...

NASAରୁ ଅବସର ନେଲେ ସୁନିତା ୱିଲିୟମ୍ସ: ୨୭ ବର୍ଷ ସେବା, ମହାକାଶରେ ୬୦୮ ଦିନ…ଜାଣନ୍ତୁ ତାଙ୍କ ରେକର୍ଡ

ଓ୍ବାଶିଂଟନ୍‌,୨୧।୧: ଭାରତରେ ଜନ୍ମିତ ମହାକାଶଚାରୀ ସୁନିତା ୱିଲିୟମ୍ସ NASAରୁ ଅବସର ନେଇଛନ୍ତି। ସେ NASAରେ ୨୭ ବର୍ଷ କାମ କରିବା ପରେ ଅବସର ନେଇଛନ୍ତି। NASA...

ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ

ପୁରୀ,୨୧।୧: ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ। ସୋଲ, କଦଳୀ ପାଟୁକା ଓ ଜମୱୁରାରେ କରାଯିବ ଏହି ବେଶ। ଆପାଦ ମସ୍ତକ ପଦ୍ମରେ ସଜ୍ଜିତ ହେବେ ଚତୁର୍ଦ୍ଧାମୂର୍ତ୍ତି।...

ପ୍ରାଥମିକ ଶିକ୍ଷା: ଖାଲିପଡ଼ିଛି ୧୬,୯୭୩ ଶିକ୍ଷକ ପଦବୀ

ଭୁବନେଶ୍ୱର,୨୧ା୧ (ସୁଚିସ୍ମିତା ସାହୁ):ରାଜ୍ୟରେ ପ୍ରାଥମିକ ଶିକ୍ଷାକୁ ସାର୍ବଜନୀନ ଓ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦିଆଯାଉଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ...

ନଏଡା ଦୁର୍ଘଟଣା

ଘନକୁହୁଡ଼ି ଯୋଗୁ ଦିଲ୍ଲୀ ପାଖ ତଥା ଉତ୍ତରପ୍ରଦେଶ ରାଜ୍ୟର ନ୍ୟୁ ଓଖଲା ଇଣ୍ଡଷ୍ଟ୍ରିଆଲ ଡେଭଲପ୍‌ମେଣ୍ଟ ଅଥରିଟି (ନଏଡା)ର ସେକ୍ଟର ୧୫୦ ନିକଟରେ ୧୬ ଜାନୁଆରୀ ୨୦୨୬...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri