ଭାରତରେ ପହଞ୍ଚିଲେ ପୁଟିନ, କୁଣ୍ଢେଇ ପକେଇଲେ ମୋଦି

ନୂଆଦିଲ୍ଲୀ,୪ା୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଗୁରୁବାର ଭାରତରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିମାନ ବନ୍ଦରରେ ତାଙ୍କୁ ଆଲିଙ୍ଗନ କରି ସ୍ୱାଗତ କରିଛନ୍ତି। ସାଧାରଣତଃ ପ୍ରଧାନମନ୍ତ୍ରୀମାନେ ଅନ୍ୟ ରାଷ୍ଟ୍ରମୁଖ୍ୟଙ୍କୁ ବିମାନ ବନ୍ଦରରେ ପାଛୋଟି ନେବାର ନିୟମ ନ ଥିବାବେଳେ, ପ୍ରଧାନମନ୍ତ୍ରୀ ମୋଦିଦୀଙ୍କ ଏହି ବିରଳ କୂଟନୈତିକ ସୌଜନ୍ୟତା ଭାରତ-ରୁଷ ସମ୍ପର୍କର ଗୁରୁତ୍ୱକୁ ଦର୍ଶାଉଛି।

ମୋଦି ଦିଲ୍ଲୀର ପାଲମ୍‌ ବିମାନ ବନ୍ଦରରେ ପୁଟିନଙ୍କୁ ସ୍ୱାଗତ କରିବା ପରେ ଉଭୟ ନେତା ଏକାଠି ଗୋଟିଏ କାର୍‌ରେ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଅଭିମୁଖେ ଯାତ୍ରା କରିଥିଲେ। ସାଂଘାଇ ସହଯୋଗ ସମ୍ମିଳନୀ (SCO) ସମୟରେ ଉଭୟ ନେତା ଚାଇନାର ତିଆନଜିନ୍‌ରେ ପୁଟିନଙ୍କ କାର୍‌ରେ ଯାତ୍ରା କରିବା ପରେ ଏହା ଦ୍ୱିତୀୟ ଥର ପାଇଁ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି, ଯାହା ଉଭୟଙ୍କ ମଧ୍ୟରେ ଥିବା ବ୍ୟକ୍ତିଗତ ସୁସମ୍ପର୍କକୁ ଦର୍ଶାଉଛି।

ପ୍ରଧାନମନ୍ତ୍ରୀ ମୋଦି ଅତୀତରେ କେତେକ ବିଶିଷ୍ଟ ବିଦେଶୀ ନେତା ଯଥା ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ଶିଞ୍ଜୋ ଆବେ, ପୂର୍ବତନ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍ ହାସିନା, ଏବଂ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ମଧ୍ୟ ଏହିପରି ବିମାନ ବନ୍ଦରରେ ସ୍ୱାଗତ କରିଛନ୍ତି।

ଶୁକ୍ରବାର ଉଭୟ ରାଷ୍ଟ୍ରମୁଖ୍ୟଙ୍କ ମଧ୍ୟରେ ୨୩ତମ ଭାରତ-ରୁଷ ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ ହେବ, ଯେଉଁଥିରେ ପ୍ରତିରକ୍ଷା ଓ ବାଣିଜ୍ୟ ସମ୍ପର୍କକୁ ଆହୁରି ମଜବୁତ କରିବା ଉପରେ ଆଲୋଚନା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ପାକିସ୍ତାନ ପରମାଣୁ ଯୁଦ୍ଧ ନିକଟତର..ପୁଣି ବିଶ୍ୱରେ ଚହଳ ପକାଇଲା ଟ୍ରମ୍ପଙ୍କ ମନ୍ତବ୍ୟ

ଓ୍ବାଶିଂଟନ,୨୧।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ମିଛ ଦାବି କରିଛନ୍ତି। ସେ ୨୦୨୫ ମେ ମାସରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ...

ସ୍ବିଜରଲାଣ୍ଡ ଯାଉଥିଲେ ଟ୍ରମ୍ପ, ଉଡ଼ାଣ ଆରମ୍ଭ ହେବାର କିଛି ସମୟ ପରେ ହଠାତ୍‌ ଖରାପ ହେଲା ବିମାନ, ତା’ପରେ..

ଓ୍ବାଶିଂଟନ୍‌,୨୧।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ୱ ଅର୍ଥନୈତିକ ଫୋରମରେ ଯୋଗଦେବା ପାଇଁ ସ୍ବିଜରଲାଣ୍ଡର ଡାଭୋସ ଅଭିମୁଖେ ଯାତ୍ରା କରୁଥିଲେ। କିନ୍ତୁ, ଉଡ଼ାଣ ଆରମ୍ଭ ହେବାର...

ମୋ ସ୍ବାମୀ ମୋତେ ମାରିଦେବେ….କାହିଁକି ଏମିତି କହିଲେ ମହାକାଶଚାରୀ ସୁନିତା ୱିଲିୟମ୍ସ

ନୂଆଦିଲ୍ଲୀ,୨୧।୧: ନାସା ମହାକାଶଚାରୀ ସୁନିତା ୱିଲିୟମ୍ସ ଭାରତରେ ଅଛନ୍ତି। ସେ ଦିଲ୍ଲୀରେ ସ୍ବର୍ଗତ କଳ୍ପନା ଚାୱଲାଙ୍କ ୯୦ ବର୍ଷୀୟା ମାଆଙ୍କୁ ଭେଟିଥିଲେ। ସାକ୍ଷାତ ସମୟରେ ଦୁହେଁ...

ଭାରତ ଉପରେ ଲାଗିବ ନାହିଁ ୫୦୦% ଟାରିଫ୍‌, ଟାର୍ଗେଟ୍‌ରେ ଏବେ ଏହି ଦେଶ, ବଡ଼ ଖୁଲାସା କଲେ…

ଓ୍ବାଶିଂଟନ୍‌,୨୧।୧: ଆମେରିକାର ଟ୍ରେଜେରୀ ସଚିବ ସ୍କଟ ବେସାଣ୍ଟ କହିଛନ୍ତି ଯେ ରୁଷୀୟ ତୈଳ କିଣୁଥିବା ଦେଶଗୁଡ଼ିକ ଉପରେ ୫୦୦% ଟାରିଫ୍‌ ଲାଗୁ କରିବା ପାଇଁ ରାଷ୍ଟ୍ରପତି...

ନଏଡା ଦୁର୍ଘଟଣା

ଘନକୁହୁଡ଼ି ଯୋଗୁ ଦିଲ୍ଲୀ ପାଖ ତଥା ଉତ୍ତରପ୍ରଦେଶ ରାଜ୍ୟର ନ୍ୟୁ ଓଖଲା ଇଣ୍ଡଷ୍ଟ୍ରିଆଲ ଡେଭଲପ୍‌ମେଣ୍ଟ ଅଥରିଟି (ନଏଡା)ର ସେକ୍ଟର ୧୫୦ ନିକଟରେ ୧୬ ଜାନୁଆରୀ ୨୦୨୬...

ତାମିଲନାଡୁ ବିଧାନସଭାରୁ ରାଜ୍ୟପାଳଙ୍କ କକ୍ଷତ୍ୟାଗ

ଚେନ୍ନାଇ,୨୧ା୧: ତାମିଲନାଡୁ ରାଜ୍ୟପାଳ ଆର୍‌.ଏନ୍‌. ରବି ମଙ୍ଗଳବାର ରାଜ୍ୟ ବିଧାନସଭାରେ ଉଦ୍‌ବୋଧନ ନ ଦେଇ ଚାଲିଯାଇଛନ୍ତି। ବିନା ଭାଷଣରେ କକ୍ଷତ୍ୟାଗ କରିବା ରାଜ୍ୟପାଳ ରବିଙ୍କ ପାଇଁ...

ଲିଭ୍‌ ଇନ୍‌ ରିଲେଶନଶିପ୍‌ରେ ମହିଳାଙ୍କୁ ସ୍ତ୍ରୀ ମାନ୍ୟତା ମିଳିବା ଆବଶ୍ୟକ: ହାଇକୋର୍ଟ

ଚେନ୍ନାଇ,୨୧ା୧: ଲିଭ୍‌-ଇନ୍‌ ରିଲେଶନଶିପ୍‌ରେ ଥିବା ମହିଳାଙ୍କୁ ଗାନ୍ଧର୍ବ ବିବାହ ବା ପ୍ରେମ ବିବାହ ଅନୁଯାୟୀ ସ୍ତ୍ରୀର ମାନ୍ୟତା ପ୍ରଦାନ ସହ ସୁରକ୍ଷା ଦିଆଯିବା ଆବଶ୍ୟକ। ଫଳରେ...

ବିଜେଡିରେ ଏବେ କୁତୁକୁତୁ ହେଉଛନ୍ତି ଏସବୁ ନେତା: ଆଉ କେତେକ ଅଲୋଡ଼ା

ଭୁବନେଶ୍ୱର, ୨୧।୧(ସୁନିତ୍‌ ମିଶ୍ର): ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କିଛିଦିନ ହେଲା ବହୁମାତ୍ରାରେ ଚଳଚଞ୍ଚଳ ହୋଇ ଦଳୀୟ କାର୍ଯ୍ୟକ୍ରମ କରୁଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri