ପେପର ଲେସ୍‌ ହେଲା ଜିଲାପାଳଙ୍କ କାର୍ଯ୍ୟାଳୟ

ଛତ୍ରପୁର,୪ା୧୨(ଦିଲୀପ ସାମଲ): ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପେପର ଲେସ ହୋଇଛି। ଏବେ ଫାଇଲ ସିଷ୍ଟମରେ କାମ ହେଉଛି । ଆଗକୁ ଜିଲାର ସମସ୍ତ ସରକାରୀ କାର୍ଯ୍ୟାଳୟକୁ କାଗଜ ମୁକ୍ତ କରାଯିବାକୁ ନିଷ୍ପତ୍ତି ହୋଇଛି। ଜିଲାରେ ୨୦ ହଜାରରୁ ଊଦ୍ଧର୍‌ବ ଫାଇଲ କାମ ଏବେ ଅନଲାଇନ ମାଧ୍ୟମରେ ହେଉଛି। ମାତ୍ର ୩ ମାସ ମଧ୍ୟରେ ଏଭଳି କାର୍ଯ୍ୟ ହୋଇପାରିଛି।

କେଉଁ ଅଧିକାରୀଙ୍କ ପାଖରେ କେତେ ଫାଇଲ ଅଛି ଏହି ବ୍ୟବସ୍ଥାରୁ ସହଜରେ ଉପଲବ୍ଧ ହେବ। ବ୍ଲକ ଓ ତହସିଲ କାର୍ଯ୍ୟାଳୟ ଏଥିରେ ଯୋଡି ହେବ। ସମସ୍ତ ଅଧିକାରୀଙ୍କୁ ଏନେଇ ଅବଗତ ସହ ତାଲିମ ପ୍ରଦାନ କରାଯାଇଛି। ଡିସେମ୍ବର ଶେଷସୁଦ୍ଧା ସମସ୍ତ ସରକାରୀ କାର୍ଯ୍ୟାଳୟକୁ ପେପର ଲେସ କରାଯିବାକୁ ଲକ୍ଷ୍ୟ ରହିଛି ବୋଲି ଜିଲାପାଳ ଭି ର୍କିତ୍ତି ଭାସନ କହିଛନ୍ତି।

ଏହାସହ ପେପର ଲେସ ଭାବେ ରାଜ୍ୟରେ ପ୍ରଥମ ଭାବେ ପରିଗଣିତ ହୋଇଛି ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ। ଏଣିକି ଓସ୍ବାସ ଛଡା କୌଣସି ଫାଇଲ ଦସ୍ତଗତ ହେବ ନାହିଁ। ପେପର୍‌ ଲେସ ଯୋଜନାରେ ରାଜ୍ୟରେ ଗଞ୍ଜାମ ଜିଲା ଶ୍ରେଷ୍ଠ ସ୍ଥାନ ଅଧିକାର କରିଥିବା ବେଳେ ଦକ୍ଷିଣାଞ୍ଚଳ ଡିଭିଜନରେ ବି ପ୍ରଥମ ସ୍ଥାନ ହାସଲ କରିଛି। ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର ସଂଗ୍ରାମ କେଶରୀ ମହାପାତ୍ର ଏନେଇ ତତ୍ପରତା ଦେଖାଇ ଗତ ୧୮ ଅଗଷ୍ଟରେ ଏକ ଚିଠି ଏହି ଡିଭିଜନର ସମସ୍ତ ଜିଲ୍ଲାପାଳମାନଙ୍କୁ ଲେଖିଥିଲେ। ଓସ୍ବାସକୁ ଛାଡି ସାଧାରଣ ଫାଇଲ କାମ କରିବେ ନାହିଁ ବୋଲି ନିର୍ଦ୍ଦେଶ ଦେଇଥିଲେ। ଏହାପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri