ଭଉଣୀ ଜ୍ୱାଇଁ ଘରକୁ ଯାଉଥିଲେ ପ୍ରଧାନଶିକ୍ଷକ, ବାଟରେ ଛକିଥିଲା ଯମ: ଆଉ ତା’ପରେ ଘଟିଲା…

ଭବାନୀପାଟଣା,୫ା୧୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ମାଲଗାଁ ପଞ୍ଚାୟତର କୁସୁମଦର ଗ୍ରାମ କେନାଲ ରାସ୍ତାରେ ଗୁରୁବାର ଏକ ପିକ୍‌ଅପ ଭ୍ୟାନ ଧକ୍କାରେ ଜଣେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକଙ୍କ ମୃତ୍ୟୁ ହୋଇଛି। ସେ ହେଲେ ଭବାନୀପାଟଣା ସହର ଅଲକାପୁରୀ ପଡ଼ାର ରାଜେନ୍ଦ୍ର ସାହୁ(୬୩)। ମିଳିଥିବା ସୂଚନା ଅନୁଯାୟୀ, ଅବସରପ୍ରାପ୍ତ ଶିକ୍ଷକ ସାହୁ ପୂର୍ବାହ୍ନରେ ନିଜ ଭଉଣୀ ଜ୍ବାଇଁ ଘର କୁସୁମଦର ଗ୍ରାମକୁ ବାଇକ୍‌ରେ ଯାଉଥିବାବେଳେ ଏକ ପିକ୍‌ଅପ ଭ୍ୟାନ ତାଙ୍କୁ ଧକ୍କା ଦେଇଥିଲା। ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଭବାନୀପାଟଣାସ୍ଥିତ ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ଉପସ୍ଥିତିରେ ବ୍ୟବଚ୍ଛେଦ ସରିବା ପରେ ପରିବାର ବର୍ଗଙ୍କୁ ମୃତଦେହ ହସ୍ତାନ୍ତର କରାଯାଇଛି। ପ୍ରକାଶ ଯେ, ସ୍ବର୍ଗତ ସାହୁ ଭବାନୀପାଟଣାର ମାଣିକେଶ୍ୱରୀ ଓ ଟାଉନ ହାଇସ୍କୁଲରେ ଶିକ୍ଷକତା ପରେ ଲାଞ୍ଜିଗଡ ବ୍ଲକର ବିଶ୍ୱନାଥପୁର ଆଦିବାସୀ ମଙ୍ଗଳ ବିଭାଗ ହାଇସ୍କୁଲରେ ପ୍ରଧାନଶିକ୍ଷକ ଭାବେ କାର୍ଯ୍ୟ କରି ଚାକିରିରୁ ଅବସର ଗ୍ରହଣ କରିଥିଲେ। ଜନ୍ମମାଟି ପରିଆ ଗ୍ରାମରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଏକମାତ୍ର ପୁଅ ଶିବା ସନ୍ତୋଷ ସାହୁ ମୁଖାଗ୍ନୀ ଦେଇଥିଲେ। ତାଙ୍କ ଦୁଃଖଦ ମୁତ୍ୟୁରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

:

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ, ଜିଲା ନ ଛାଡ଼ିବାକୁ ନିର୍ଦ୍ଦେଶ

ସୁନ୍ଦରଗଡ଼,୨୧।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଛାତ୍ରଙ୍କୁ ମାଡ଼ ମାରିବା ଏବଂ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri