ବଲାଙ୍ଗୀରରୁ ରାମେଶ୍ୱରମ – ମଦୁରାଇ ଅଭିମୁଖେ ଯାତ୍ରା, ବାହାରିଲେ ଏତେ ତୀର୍ଥଯାତ୍ରୀ

ବଲାଙ୍ଗୀର, ୪।୧୨(ସୁନିଲ କୁମାର ମହାନ୍ତି): ରାଜ୍ୟ ସରକାରଙ୍କ ଆଧ୍ୟାତ୍ମିକ ଯାତ୍ରାର ଦିବ୍ୟ ଅନୁଭବ କାର୍ଯ୍ୟକ୍ରମରେ ଜିଲା ପର୍ଯ୍ୟଟନ କାର୍ଯ୍ୟାଳୟ ପରିସରରୁ ବଲାଙ୍ଗୀର ଜିଲାର ବିଭିନ୍ନ ବ୍ଲକ ଓ ପୌରାଞ୍ଚଳରୁ ୧୪୦ ଜଣ ତୀର୍ଥଯାତ୍ରୀ ରାମେଶ୍ୱରମ-ମଦୁରାଇ ଅଭିମୁଖେ ଯାତ୍ରା କରିଛନ୍ତି । ଜିଲା ପର୍ଯ୍ୟଟନ ଅଧିକାରୀ ରଶ୍ମୀ ରଞ୍ଜନ ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିବା କାର୍ଯ୍ୟକ୍ରମରେ ଜିଲାପାଳ ଗୌରୱ ଶିୱାଜୀ ଇସଲୱାର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ବଲାଙ୍ଗୀର ଅତିରିକ୍ତ ଜିଲାପାଳ (ସାଧାରଣ), ଡା. ବିଜୟନନ୍ଦ ସେଠୀ, ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରାଜେନ୍ଦ୍ର ମାଝୀ ଓ ଜିଲା କ୍ରୀଡା ଅଧିକାରୀ ପରାଶର ବାଗ ସମ୍ମାନିତ ଅତିଥି ଭାବରେ ଯୋଗଦେଇଥିଲେ। ମୁଖ୍ୟଅତିଥି ସମସ୍ତ ବରିଷ୍ଠ ନାଗରିକ ତଥା ତୀର୍ଥଯାତ୍ରୀମାନଙ୍କୁ ଫୁଲମାଳ ଓ ପୁଷ୍ପଗୁଚ୍ଛ ଦେଇ ଯାତ୍ରାର ଶୁଭକାମନା ଜଣାଇବା ସହ ସବୁଜ ପତାକା ଦେଖାଇ ବସ୍‌ ଯାତ୍ରାର ଶୁଭାରମ୍ଭ କରିଥିଲେ। ଯାତ୍ରା ପୂର୍ବରୁ ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସମସ୍ତ ତୀର୍ଥ ଯାତ୍ରୀଙ୍କର ସ୍ବାସ୍ଥ୍ୟ ଯାଞ୍ଚ ନିୟମାନୁସାରେ କରାଯାଇଥିଲା । ବସଗୁଡିକ ସମ୍ବଲପୁର ରେଳ ଷ୍ଟେଶନ ଅଭିମୁଖେ ଯାତ୍ରା ଆରମ୍ଭ କରିଛି, ବରିଷ୍ଠ ନାଗରିକ ତୀର୍ଥ ଯାତ୍ରୀମାନେ ଆଜି ସମ୍ବଲପୁରରେ ରାତ୍ରୀ ଯାପନ କରିବେ ଓ ଆସନ୍ତାକାଲି ସତନ୍ତ୍ର ଟ୍ରେନ ଯୋଗେ ରାମେଶରମ-ମଦୁରାଇ ଅଭିମୁଖେ ଯାତ୍ରା ଆରମ୍ଭ କରିବେ । ଏହି ତୀର୍ଥ ଯାତ୍ରାରେ ଏସ୍କର୍ଟ ଅଫିସର ଭାବେ ନୀଳାଚଳ ଦୀପ, ଚିନ୍ତାମଣି ଥନାପତି , ଚିତ୍ତରଞ୍ଜନ ସାହୁ , ଏବଂ ତରୁଣକାନ୍ତି ପ୍ରଧାନ ତୀର୍ଥ ଯାତ୍ରା ସଂପାଦନ ନିମନ୍ତେ ନିଯୁକ୍ତି ଦିଆଯାଇଛ। ଆଜିର କାର୍ଯ୍ୟକ୍ରମକୁ ସନ୍ଦୀପ କୁମାର କୁଅଁର ସଂଯୋଜନା କରିଥିଲେ ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri