ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବୈତରଣୀରେ ନିର୍ମାଣ ହେବ ବ୍ୟାରେଜ୍‌

ପାଟଣା,୫ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ପାଇଁ ମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି। ତହସିଲ ରାଜନଗର ବୈତରଣୀ ନଦୀରେ ଭୀମକୁଣ୍ଡ ବ୍ୟାରେଜ ନିର୍ମାଣ ହେବାର ପ୍ରସ୍ତାବ ରହିଛି କି ବୋଲି ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଅଣ ତାରକା ପ୍ରଶ୍ନ ସଂଖ୍ୟା ୧୫୮୯ର ଲିଖିତ ଉତ୍ତରରେ ବିଧାନସଭାରେ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ପାଟଣା ବ୍ଲକ ୧୧୬୮୧. ୫୦, ସାହାରପଡ଼ା ବ୍ଲକର ୧୨୪୧.୫୬, ଘଟଗାଁ ବ୍ଲକର ୧୧୦୩ ଓ ଠାକୁର ମୁଣ୍ଡା ବ୍ଲକର ୬୬୩୫ ହେକ୍ଟର ଜମିରେ ଜଳସେଚନ ହେବ। ମୋଟ୍‌ ୩୧.୮୩୫ହେକ୍ଟର ଜମିକୁ ଜଳ ଯୋଗାଇ ଦିଆଯିବ। ବୈଷୟିକ ଅନୁମୋଦନ ପରେ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ ବୋଲି ମୁଖ୍ୟମନ୍ତ୍ରୀ ଲିଖିତ ଉତ୍ତର ଦେଇଛନ୍ତି।

ସୂଚନା ଯେ, ପାଟଣା ବିଧାୟକ ନାଏକ ତାଙ୍କ ନିର୍ବାଚନ ମଣ୍ଡଳୀ ନୂଆପଡ଼ାରେ ବ୍ୟାରେଜ ନିର୍ମାଣ ପାଇଁ ବହୁଦିନରୁ ଦାବି ହୋଇଆସୁଛି ତାହା କେବେ ହେବ କି ପଦକ୍ଷେପ ଗ୍ରହଣ କରାଯାଇଛି ବୋଲି ପ୍ରଶ୍ନ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

1st T20I: ଅଭିଷେକ ଓ ରିଙ୍କୁଙ୍କ ବିସ୍ଫୋରକ ବ୍ୟାଟିଂ; ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତର ବିଶାଳ ସ୍କୋର

ନାଗପୁର,୨୧।୧: ନାଗପୁରରେ ଅନୁଷ୍ଠିତ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ ବ୍ୟାଟରମାନେ ରନ୍‌ର ବର୍ଷା କରିଛନ୍ତି। ଅଭିଷେକ ଶର୍ମା ଏବଂ ରିଙ୍କୁ ସିଂଙ୍କ ଧୂଆଁଧାର ପାଳି ବଳରେ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ, ଜିଲା ନ ଛାଡ଼ିବାକୁ ନିର୍ଦ୍ଦେଶ

ସୁନ୍ଦରଗଡ଼,୨୧।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଛାତ୍ରଙ୍କୁ ମାଡ଼ ମାରିବା ଏବଂ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri