ରେଞ୍ଜ ରୋଭର୍‌ କି ମର୍ସିଡିିଜ ନୁହେଁ: ପୁଟିନଙ୍କୁ ନେବାକୁ କାହିଁକି ଫର୍ଚୁନର ବାଛିଲେ ମୋଦି? ଜଣାପଡିଲା ଅସଲ ସତ

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ଏବଂ ତାଙ୍କୁ ସ୍ୱାଗତବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ୟକ୍ତିଗତ ଉପସ୍ଥିତି ଏବଂ କୁଣ୍ଢେଇବା ଦୃଶ୍ୟ ସମସ୍ତଙ୍କ ନଜର ଆକର୍ଷଣ କରିଛି। କିନ୍ତୁ ଏହାଠାରୁ ଅଧିକ ଆଲୋଚନାରେ ରହିଛି ସେମାନଙ୍କର ଗାଡ଼ି। ଯାହା ଏକ ସାଧାରଣ ଧଳା ରଙ୍ଗର ଟୟୋଟା ଫର୍ଚୁନ। ପ୍ରଧାନମନ୍ତ୍ରୀ ମୋଦି, ପୁଟିନଙ୍କୁ ସ୍ୱାଗତ କରିବା ପାଇଁ ରେଞ୍ଜ ରୋଭର କିମ୍ୱା ମର୍ସିଡିଜ ବ୍ୟବହାର ନକରି ଏହି ଜାପାନୀ ବ୍ରାଣ୍ଡର ଗାଡ଼ିକୁ ଚୟନ କରିବା କାରଣ ଏବେ ସାରା ଦେଶରେ ଚହଳ ସୃଷ୍ଟି କରିଛି। ଏହା କେବଳ ଲୋଜିଷ୍ଟିକ୍ସ୍ର କାରଣ ନୁହେଁ, ବରଂ ରାଜନୈତିକ ସନ୍ଦେଶ ଓ ଭୂ-ରାଜନୈତିକ ପ୍ରତୀକବାଦର ଏକ ସୂକ୍ଷ୍ମ ଇଙ୍ଗିତ ମଧ୍ୟ ବୋଲି ବିଶେଷଜ୍ଞମାନେ ମନେ କରୁଛନ୍ତି। ପୁଟିନଙ୍କ ଚାରି ବର୍ଷ ପରେ ପ୍ରଥମ ଭାରତ ଗସ୍ତ କରି ପାଲମ ଏୟାର୍ପୋର୍ଟରେ ପହଞ୍ଚିଥିଲେ। ପ୍ରୋଟୋକଲ ଭାଙ୍ଗି ପ୍ରଧାନମନ୍ତ୍ରୀ ମୋଦୀ ନିଜେ ତାଙ୍କୁ ସ୍ୱାଗତ କରି କୁଣ୍ଢେଇ ପକାଇଥିଲେ। ଏହା ପରେ ସେମାନେ ପ୍ରଧାନମନ୍ତ୍ରୀଙ୍କ ରେସିଡେନ୍ସ ଆଡ଼କୁ ଯାତ୍ରା କରିଥିଲେ କିନ୍ତୁ ଏହି ଯାତ୍ରାରେ ସାଧାରଣ ଆର୍ମର୍ଡ ଆନ୍ୱାନ୍ସ୍ଡ ଏସ୍ୟୁଭିର ବଦଳରେ ଏକ ଧଳା ଟୟୋଟା ଫର୍ଚୁନରରେ ଯାତ୍ରା କରିଥିଲେ।

ସବୁଠାରୁ ବଡ଼କଥା ହେଉଛି ପୁଟିନ ନିଜର ଆର୍ମର୍ଡ ଲିମୁଜିନ (ଆରୁସ ସେନାଟ) ଛାଡ଼ି ମୋଦୀଙ୍କ ସୁରକ୍ଷା ଗାଡ଼ିରେ ଯାତ୍ରା କରିବା ବିଶ୍ୱକୁ ବଡ଼ ସନ୍ଦେଶ ଦେଇଛି। ଏହା ଆଗରୁ ଜି୨୦ ସମ୍ମିଳନୀରେ ସେମାନଙ୍କର ଏକାଠି ଯାତ୍ରାକୁ ମନେ ପକାଉଛି। ଏହା ସହ ଭାରତ-ରୁଷ ସମ୍ପର୍କର ଗଭୀରତାକୁ ପ୍ରଦର୍ଶନ କରୁଛି।ଏହି ଘଟଣା ସୋସିଆଲ ମିଡ଼ିଆରେ ଭାଇରାଲ ହୋଇଛି ।

 


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାମେରା ଜଗିଛି, ବାଘ ନେଇଗଲା ବାଛୁରୀ: ଘୁମୁସର ବନଖଣ୍ଡରେ ବଢୁଛି ଆତଙ୍କ

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡରେ ଦିନକୁ ଦିନ ବନ୍ୟପ୍ରାଣୀ ଆତଙ୍କ ବଢୁଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଆତଙ୍କିତ...

ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ପଦକ୍ଷେପ ନେଲାେ ରେଲଓ୍ବେ, ଅତିରିକ୍ତ କୋଚ ବୃଦ୍ଧି ସହ ସ୍ବତନ୍ତ୍ର ଟ୍ରେନ ସେବା ଘୋଷଣା

ନୂଆଦିଲ୍ଲୀ,୬।୧୨: ଦେଶବ୍ୟାପୀ ଇଣ୍ଡିଗୋ ଏବଂ ଅନ୍ୟ ଅନେକ ଏୟାରଲାଇନ୍ସର ଉଡ଼ାଣ ବାତିଲ ହେବା ପରେ, ଲକ୍ଷ ଲକ୍ଷ ଯାତ୍ରୀ ହଠାତ୍‌ ରେଳବାଇକୁ ଭିଡ଼ ଜମାଇଥିଲେ। ଟିକେଟର...

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ...

ସୁଦର୍ଶନଙ୍କୁ ଚାପି ଦେଲା ଆମ ବସ୍‌: ଡ୍ରାଇଭର ଖସି ପଳାଇବାକୁ ଉଦ୍ୟମ

ଭୁବନେଶ୍ୱର, ୬ା୧୨(ସତ୍ୟଜିତ ରାଉତ):ରାଜଧାନୀରେ ପୁଣି ଜୀବନ ନେଇଛି ‘ଆମ ବସ୍‌’। ସତ୍‌ସଙ୍ଗ ବିହାର ସମ୍ମୁଖ ୧୬ ନଂ. ଜାତୀୟ ରାଜପଥରେ ଶୁକ୍ରବାର ସାରେ ଏହି ଦୁର୍ଘଟଣା...

ପ୍ରେସିଡେଣ୍ଟ ହାଉସରେ ଆୟୋଜିତ ଡିନରରେ କାହିଁକି ରାହୁଲଙ୍କୁ ମିଳିଲା ନାହିଁ ନିମନ୍ତ୍ରଣ? ଜଣାପଡିଲା କାରଣ

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ସମୟରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ କେରଳ କଂଗ୍ରେସର ଏକ ପୋଷ୍ଟ ରାଜନୈତିକ ଏବଂ...

ଧାନ ବିକ୍ରି ସମସ୍ୟା, ତାତିଲା କଂଗ୍ରେସ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ନେଇ ନାନା ସମସ୍ୟା ଲାଗି ରହିଛି। ଏଥିପାଇଁ ଚାଷୀମାନଙ୍କୁ ବହୁ ହଇରାଣ ହରକତ ହେବାକୁ ପଡୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri