ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି। ଦୀର୍ଘଦିନ ହେଲା ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନଭୋଜନ ନାଁରେ ନିମ୍ନମାନର ଖାଦ୍ୟ ଦିଆଯାଉଥିବା ଅଭିଯୋଗ ହୋଇଛି। ହାଇସ୍କୁଲ ମୁଖ୍ୟ ଫାଟକରେ ତାଲା ପଡ଼ିଥିବାରୁ ବହୁସଂଖ୍ୟକ ଛାତ୍ର ପାଚେରି ଡେଇଁ ସରପଞ୍ଚ ଜୟନ୍ତୀ ଖୁଣ୍ଟିଆଙ୍କ ବାସଭବନରେ ପହଞ୍ଚତ୍ ଅଭିଯୋଗ କରିଥିଲେ। ସରପଞ୍ଚ ପ୍ରତିନିଧି ରୋହିତ ଖୁଣ୍ଟିଆ ଏବଂ ବହୁ ସଂଖ୍ୟକ ଅଭିଭାବକ ହାଇସ୍କୁଲରେ ପହଞ୍ଚତ୍ ଭାରପ୍ରାପ୍ତ ପ୍ରଧାନଶିକ୍ଷକ ରବି ବେହେରାଙ୍କ ସହ ଆଲୋଚନା କରିଥିଲେ ମଧ୍ୟ ମଧ୍ୟାହ୍ନ ଭୋଜନ ଦାୟିତ୍ୱ ମା’ଶ୍ୟାମଳାଇ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ନେଇଥିବାରୁ ଏନେଇ ସେ କୌଣସି ପଦକ୍ଷେପ ନେଇ ପାରିବେ ନାହିଁ ବୋଲି ନିଜର ଅସହାୟତା ପ୍ରକାଶ କରିଥିଲେ। ପରେ ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀ କୋରେଶୁ ସେଠୀଙ୍କୁ ସରପଞ୍ଚ ପ୍ରତିନିଧି ଫୋନ ଯୋଗେ ଜଣାଇଥିଲେ। ଗୋଷ୍ଠୀ ଶିକ୍ଷାଧିକାରୀ ହାଇସ୍କୁଲରେ ପହଞ୍ଚତ୍ ସବିଶେଷ ସ୍ଥିତି ଅନୁଧ୍ୟାନ କରିବା ସହ ଛାତ୍ରୀଛାତ୍ରଙ୍କ ସହ ଆଲୋଚନା କରିଥିଲେ। ମଧ୍ୟାହ୍ନ ଭୋଜନରେ ପାଣିଆ ଡାଲି, ଅଣ୍ଡା ତରକାରି ବଦଳରେ ଦରଶିଝା ଅଣ୍ଡା ପ୍ରଦାନ କରାଯାଉଥିବା ନେଇ ସେମାନେ ଅଭିଯୋଗ କରିଥିଲେ। ପରେ ଛାତ୍ରୀଛାତ୍ରଙ୍କୁ ସେ ବୁଝାଶୁଝା କରିବା ପରେ ସେମାନେ ମଧ୍ୟାହ୍ନ ଭୋଜନ ଖାଇଥିଲେ। ହାଇସ୍କୁଲରେ ଛାତ୍ରୀଛାତ୍ରଙ୍କ ପାଇଁ ଆବଶ୍ୟକ ଶ୍ରେଣୀଗୃହ ଅଭାବରୁ ବାରଣ୍ଡାରେ ପାଠପଢ଼ା ଯାଉଛି। ବର୍ଷା ହେଲେ ଶ୍ରେଣୀ କୋଠରିରୁ ପାଣି ଗଳୁଛି, ବିଶୁଦ୍ଧ ପାନୀୟଜଳ ବ୍ୟବସ୍ଥା କରାଯାଉ ନାହଁି, ଶୌଚାଳୟ ଓ ପରିଶ୍ରାଗାର ଠିକ୍‌ ନ ଥିବା ପ୍ରଭୃତି ନେଇ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା। ସେ ସମସ୍ତ ସମସ୍ୟା ଲିଖିତ ଭାବେ ଜଣାଇବାକୁ ପରାମର୍ଶ ଦେଇ ଫେରିଥିଲେ। ଭାରପ୍ରାପ୍ତ ପ୍ରଧାନଶିକ୍ଷକଙ୍କୁ ଏନେଇ ପଚାରିବାରୁ ପ୍ରଥମ ଶ୍ରେଣୀ ଠାରୁ ୧୦ମ ଶ୍ରେଣୀର ୨୭୧ ଛାତ୍ରୀଛାତ୍ର ହାଇସ୍କୁଲରେ ପାଠ ପଢୁଛନ୍ତି। ୧୩ ଶିକ୍ଷୟିତ୍ରୀ ଶିକ୍ଷକ ନିଯୁକ୍ତ ଅଛନ୍ତି। ନିମ୍ନମାନର ମଧ୍ୟାହ୍ନଭୋଜନ ଯୋଗାଣକୁ ନେଇ ଗ୍ରାମର ୨ ରାଜନୈତିକ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଛି। ହାଇସ୍କୁଲରେ ସ୍ଥାୟୀ ତଥା ଜଣେ ନିୟମିତ ପ୍ରଧାନ ଶିକ୍ଷକଙ୍କୁ ନିଯୁକ୍ତ କରିବା ସହ ବିବିଧ ସମସ୍ୟାର ସମାଧାନ ପାଇଁ ଗଞ୍ଜାମ ଜିଲା ଶିକ୍ଷାଧିକାରୀଙ୍କୁ ସାକ୍ଷାତ କରି ଦାବିପତ୍ର ପ୍ରଦାନ କରାଯିବ ବୋଲି ସରପଞ୍ଚ ପ୍ରତିନିଧି କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ନାଡ଼ାପାଟାଙ୍ଗ, ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଦାବିପତ୍ର

ବାଲିଗୁଡ଼ା, ୬।୧୨(ସଞ୍ଜୟ ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗ ଏବଂ ସିନ୍ଦ୍ରିଗାଁ ପଞ୍ଚାୟତର ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଉପଜିଲାପାଳଙ୍କ ଜରିଆରେ...

ବାରବାଟୀରେ ଖେଳିପାରନ୍ତି ଶୁବମନ ଗିଲ୍‌

ଭୁବନେଶ୍ୱର,୬ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌କୁ ଆଉ...

ଗାଧୋଇବା ପାଇଁ ଯାଉଥିବା ବେଳେ ମରଣାନ୍ତକ ଆକ୍ରମ: ଏବେ ଆସିଲା ବଡ଼ ରାୟ

ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର:  ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…

ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri