ମଣ୍ଡି ସ୍ଥାନାନ୍ତରଣକୁ ଚାଷୀଙ୍କ ବିରୋଧ: ଧାନ କିଣାବିକା ସମସ୍ୟା ଅସମାହିତ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟାକୁ ୮ଦିନ ବିତି ଯାଇଛି। ହେଲେ ଧାନବିକ୍ରି ସମସ୍ୟା ଏପର୍ଯ୍ୟନ୍ତ ଅସମାହିତ ରହିଛି। କେଉଁଠି ଟୋକନ ଏବଂ ଧାନ ଉଠାଣ ସମସ୍ୟା ଲାଗି ରହିଛି ତ ଆଉ କେଉଁଠାରେ ମଣ୍ଡି(ଧାନକ୍ରୟ କେନ୍ଦ୍ର) ସ୍ଥାନାନ୍ତରଣକୁ ନେଇ ଅସନ୍ତୋଷ ଦେଖାଯାଇଛି। ବରଗଡ଼ ନିୟନ୍ତ୍ରିତ ବଜାର କମିଟି(ଆର୍‌ଏମ୍‌ସି) ଅଧୀନ ଗାଇସୀମା ମଣ୍ଡିକୁ ନେଇ ଏଭଳି ସ୍ଥିତି ଉପୁଜିଛି। ଉକ୍ତ ମଣ୍ଡିକୁ ମାଲିପାଲି ସ୍ଥାନାନ୍ତର କରାଯାଇ ଥିବାରୁ ଗାଇସୀମା ଗ୍ରାମର ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ତେଜି ଉଠିଛି। ଏହି କ୍ରମରେ ଶୁକ୍ରବାର ଉକ୍ତ ଗ୍ରାମର ଚାଷୀମାନେ ବରଗଡ଼ ନିୟନ୍ତ୍ରିତ ବଜାର କମିଟିର ଅଧ୍ୟକ୍ଷା ତଥା ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଇଥିଲେ। ଅତିରିକ୍ତ ଜିଲାପାଳ ସାହୁ ଧାରଣାରତ ଚାଷୀମାନଙ୍କ ସହିତ ସେମାନଙ୍କ ଦାବି ନେଇ ଆଲୋଚନା କରିଥିଲେ ଏବଂ ନିୟନ୍ତ୍ରିତ ବଜାର କମିଟି ସମ୍ପାଦକ କ୍ଷେତ୍ର ପରିଦର୍ଶନ କଲା ପରେ ବିହିତ ପଦକ୍ଷେପ ନିଆଯିବ ବୋଲି ନିର୍ଭର ପ୍ରତିଶ୍ରୁତି ଦେଇଥିଲେ। ଏହାପରେ ଚାଷୀମାନେ ଧାରଣାରୁ ଉଠିଥିଲେ।
ସୂଚନା ଅନୁଯାୟୀ, ଧାନ ସଂଗ୍ରହ ପ୍ରକ୍ରିୟା ସମୟରେ ଗାଇସୀମା ଗ୍ରାମରେ ଧାନମଣ୍ଡି ପ୍ରତିବର୍ଷ ଖୋଲି ଆସୁଥିଲା। ୮ୱାର୍ଡ ବିଶିଷ୍ଟ ଉକ୍ତ ଗ୍ରାମର ଏହି ମଣ୍ଡିରେ ସାଧାରଣତଃ ଖରିଫ୍‌ରେ ୪୦ହଜାର ଏବଂ ରବିରେ ୩୫ହଜାର କୁଇଣ୍ଟାଲ ଧାନ ସଂଗୃହୀତ ହୋଇଥାଏ। ମାତ୍ର ଏଥର ତାହା ମାଲିପାଲି ଗ୍ରାମକୁ ସ୍ଥାନାନ୍ତର ହୋଇଛି ଏବଂ ଶୁକ୍ରବାର ସେଠାରେ ପୂଜାପାଠ ସହିତ ଧାନ ସଂଗ୍ରହ ପ୍ରକ୍ରିୟାର ଶୁଭାରମ୍ଭ ହୋଇଛି। ଏହା ଜାଣିବା ପରେ ଗାଇସୀମା ଗ୍ରାମର ଚାଷୀମାନେ ଅତିରିକ୍ତ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଆସି ସେମାନଙ୍କ ଅସନ୍ତୋଷ ପ୍ରକାଶ କରିଥିଲେ।
ସେହିପରି ଗ୍ରାମର ଚାଷୀମାନଙ୍କ କ୍ଷେତ୍ରରେ ଟୋକନ ମଧ୍ୟ ଏକ ବଡ଼ ସମସ୍ୟା ପାଲଟିଛି। ଚାଷୀମାନେ ଦୀର୍ଘଦିନ ହେଲା ଧାନ ଅମଳ କରି କ୍ଷେତ, ଖଳାରେ ରଖିଛନ୍ତି। ମାତ୍ର ଏପର୍ଯ୍ୟନ୍ତ ସେମାନଙ୍କୁ ଟୋକନ ମିଳିପାରି ନାହିଁ। ଫଳରେ ଧାନବିକ୍ରିରୁ ସେମାନେ ଏପର୍ଯ୍ୟନ୍ତ ବଞ୍ଚିତ ରହି ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେଉଥିବା ଅଭିଯୋଗ କରିଛନ୍ତି। ଏ ଦିଗରେ ବିହିତ ପଦକ୍ଷେପ ନେବା ଦାବିରେ ଚାଷୀମାନେ ସମବାୟ ସମୂହ ଉପନିବନ୍ଧକ(ଡିଆରସିଏସ୍‌)ଙ୍କ ପାଖକୁ ଆସି ସେମାନଙ୍କ ଅଭିଯୋଗ ଜଣାଇଥିଲେ। ଚାଷୀନେତା ସୁରେଶ ନେକାଣ୍ଟି, ନିରଞ୍ଜନ ପ୍ରଧାନଙ୍କ ନେତୃତ୍ୱରେ ଚାଷୀମାନେ ଅତିରିକ୍ତ ଜିଲାପାଳ ଏବଂ ଡିଆରସିଏସ୍‌ଙ୍କ କାର୍ଯ୍ୟାଳୟକୁ ଆସିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri