ସୁଦର୍ଶନଙ୍କୁ ଚାପି ଦେଲା ଆମ ବସ୍‌: ଡ୍ରାଇଭର ଖସି ପଳାଇବାକୁ ଉଦ୍ୟମ

ଭୁବନେଶ୍ୱର, ୬ା୧୨(ସତ୍ୟଜିତ ରାଉତ):ରାଜଧାନୀରେ ପୁଣି ଜୀବନ ନେଇଛି ‘ଆମ ବସ୍‌’। ସତ୍‌ସଙ୍ଗ ବିହାର ସମ୍ମୁଖ ୧୬ ନଂ. ଜାତୀୟ ରାଜପଥରେ ଶୁକ୍ରବାର ସାରେ ଏହି ଦୁର୍ଘଟଣା ଘଟିଛି। ଓଡି୦୫ସିବି୦୦୪୧ ନମ୍ବର ବିଶିଷ୍ଟ ଆମ ବସଟି ଜଣେ ବାଇକ ଆରୋହୀଙ୍କୁ ଧକ୍କା ଦେଇ ଚାପି ଦେଇଥିଲା। ଗୁରୁତର ଅବସ୍ଥାରେ ବାଇକ ଚାଳକଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବାବେଳେ ଡାକ୍ତର ମୃତ ଘୋଷଣା କରିଥିଲେ। ମୃତ ବ୍ୟକ୍ତି ଜଣକ ହେଲେ ଭୋଇନଗରର ସୁଦର୍ଶନ ସାହୁ (୪୨)। ଶହୀଦନଗର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଦୁର୍ଘଟଣା ଘଟାଇଥିବା ଆମ ବସ୍‌କୁ ଜବତ କରିଥିବା ବେଳେ ସମ୍ପୃକ୍ତ ଡ୍ରାଇଭର ଫେରାର ହୋଇଯାଇଛନ୍ତି। ପୋଲିସ ଟିମ୍‌ ତାଙ୍କୁ ଚିହ୍ନଟ କରି ଗିରଫ କରିବାକୁ ପ୍ରୟାସ ଚଳାଇଛି।
ସୂଚନା ଅନୁଯାୟୀ, ଦୁର୍ଘଟଣା ଘଟାଇଥିବା ୧୬ ନମ୍ବର ବସ୍‌ଟି ରସୁଲଗଡରୁ ଖଣ୍ଡଗିରି ଅଭିମୁଖେ ଯାଉଥିବାବେଳେ ରାତି ପ୍ରାୟ ୮ଟା ୧୦ରୁ ୮ଟା ୩୫ ମିନିଟ୍‌ ଭିତରେ ଦୁର୍ଘଟଣା ଘଟିଥିଲା। ସତ୍‌ସଙ୍ଗ ବିହାର ନିକଟରେ ବସ୍‌ଟି ସୁଦର୍ଶନଙ୍କୁ ସାଇଡ୍‌ରୁ ଧକ୍କା ଦେବାରୁ ସେ ବାଇକରୁ ଖସି ପଡିବା ସହ ବସ୍‌ ପଛ ଚକାରେ ଚାପି ହୋଇଯାଇଥିଲେ। ଘଟଣା ପରେ ସେଠାରେ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଥିଲା। ସ୍ଥାନୀୟ ଲୋକେ ବସ୍‌କୁ ଅଟକ ରଖିଥିଲେ। ହେଲେ ଡ୍ରାଇଭର ଜଣକ ଭିଡ଼ର ସୁଯୋଗ ନେଇ ଖସି ପଳାଇବାରେ ସକ୍ଷମ ହୋଇଥିଲେ। ଏନେଇ ଶହୀଦନଗର ଥାନା ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ କରୁଛି। ଅଭିଯୁକ୍ତ ଡ୍ରାଇଭରଙ୍କୁ ଖୁବ୍‌ଶୀଘ୍ର ଗିରଫ କରିବାକୁ ପ୍ରୟାସ ଚାଲିଥିବା ଥାନାଧିକାରୀ ସୁଚିତ୍ର ଦାସ କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri