Posted inଖେଳ

ଫିଫା ବିଶ୍ୱକପ୍‌ ଲାଗି ଡ୍ର’ ଉଠାଣ: ଜାଣନ୍ତୁ କେଉଁ ଦଳ କେବେ କାହାକୁ ଭେଟିବ…

ଓ୍ବାଶିଂଟନ,୬ା୧୨: ଆସନ୍ତା ବର୍ଷ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଯାଉଥିବା ଫିଫା ବିଶ୍ୱକପ୍‌ ଲାଗି ଶନିବାର ଡ୍ର’ ଉଠାଣ ପ୍ରକ୍ରିୟା ଅନୁଷ୍ଠିତ ହୋଇଯାଇଛି। ଏଥିସହିତ ବିଶ୍ୱକପ୍‌ରେ କେଉଁ ଦଳ ଗ୍ରୁପ୍‌ ପର୍ଯ୍ୟାୟରେ କେବେ କାହାକୁ ଭେଟିବ, ତାହା ସ୍ପଷ୍ଟ ହୋଇଛି।

ଆସନ୍ତା ଜୁନ ୧୧ ତାରିଖରୁ ଆରମ୍ଭ ହେବାକୁ ଥିବା ୪୮ ଦେଶ ବିଶିଷ୍ଟ ଏହି ଟୁର୍ନାମେଣ୍ଟରେ ଫାଇନାଲ ସମେତ ୧୦୪ ମ୍ୟାଚ୍‌ ଖେଳାଯିବ। କେନେଡି ସେଣ୍ଟରଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ, ମେକ୍ସିକୋର ରାଷ୍ଟ୍ରପତି କ୍ଲାଉଡିଆ ସେଇବାଉମ ଓ କାନାଡାର ପ୍ରଧାନମନ୍ତ୍ରୀ ମାର୍କ କାରନି ଯୋଗ ଦେଇଥିଲେ।

୩ ଥରର ଚାମ୍ପିୟନ ଆର୍ଜେଣ୍ଟିନା ଜୁନ ୧୬ ତାରିଖରେ ଆଲଜେରିଆକୁ ଭେଟିବ। ଟାଇଟଲ ଡିଫେଣ୍ଡିଂ ଲକ୍ଷ୍ୟରେ ଥିବା ଲିଓନେଲ ମେସିଙ୍କ ଆର୍ଜେଣ୍ଟିନା ଗ୍ରୁପ୍‌-ଜେ’ର ପରବର୍ତ୍ତୀ ଦୁଇ ମ୍ୟାଚ୍‌ରେ ଅଷ୍ଟ୍ରିଆ ଓ ଜୋର୍ଡାନକୁ ଭେଟିବ।

ଟୁର୍ନାମେଣ୍ଟ ବେଳେ ୩୯ ବର୍ଷରେ ପାଦ ଦେବାକୁ ଯାଉଥିବା ମେସି ଏଥିରେ ଖେଳିବେ କି ନାହିଁ, ତାହା ସ୍ପଷ୍ଟ ହୋଇନାହିଁ। ଆୟୋଜକ ଆମେରିକା ଗ୍ରୁପ୍‌ ଡି’ରେ ସ୍ଥାନ ପାଇଛି ଏବଂ ଏହି ଦଳ ଜୁନ ୧୨ ପାରାଗୁଏକୁ ତା’ର ପ୍ରଥମ ମ୍ୟାଚ୍‌ ଭେଟିବ। ୧୯୬୬ରେ ଏକମାତ୍ର ବିଶ୍ୱକପ୍‌ ଜିତିଥିବା ଇଂଲଣ୍ଡ ଗ୍ରୁପ୍‌-ଏଲ୍‌ରେ କ୍ରୋଏସିଆ, ଘାନା ଓ ପାନାମା ଭଳି ଦଳ ସହିତ ରହିଛି। ସେହିଭଳି ଗ୍ରୁପ୍‌ ସି’ରେ ପାଞ୍ଚ ଥରର ଚାମ୍ପିୟନ ବ୍ରାଜିଲ, ମରକୋ, ହାଇତି ଓ ସ୍କଟଲାଣ୍ଡ ସ୍ଥାନ ପାଇଥିବାବେଳେ ଟପ୍‌ ର଼୍ୟାଙ୍କ ସ୍ପେନ ସହିତ କେପ ଭର୍ଡି, ସାଉଦି ଆରବିଆ, ଉରୁଗୁଏ ଗ୍ରୁପ୍‌-ଡି’ରେ ସ୍ଥାନ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

1st T20I: ଅଭିଷେକ ଓ ରିଙ୍କୁଙ୍କ ବିସ୍ଫୋରକ ବ୍ୟାଟିଂ; ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତର ବିଶାଳ ସ୍କୋର

ନାଗପୁର,୨୧।୧: ନାଗପୁରରେ ଅନୁଷ୍ଠିତ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ ବ୍ୟାଟରମାନେ ରନ୍‌ର ବର୍ଷା କରିଛନ୍ତି। ଅଭିଷେକ ଶର୍ମା ଏବଂ ରିଙ୍କୁ ସିଂଙ୍କ ଧୂଆଁଧାର ପାଳି ବଳରେ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri