Posted inଖେଳ

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା ସହିତ ଭାରତ ସିରିଜକୁ ୨-୧ରେ କବଜା କରିଛି।

ଭାରତ ଆଗରେ ବିଜୟ ପାଇଁ ୨୭୧ ରନ୍‌ର ଲକ୍ଷ୍ୟ ଥିବାବେଳେ ଭାରତ ପକ୍ଷରୁ ଦୁଇ ଓପନର ରୋହିତ ଶର୍ମା ଓ ଯଶସ୍ବୀ ଜୟସ୍ବାଲ ଦଳକୁ ଏକ ଭଲ ଆରମ୍ଭ ଦେଇଥିଲେ । ରୋହିତ ୭୫ ରନ୍‌ କରିଥିବା ବେଳେ ଜୟସ୍ବାଲ ଅପରାଜିତ ୧୧୬ ରନ୍‌ର ଦମ୍‌ଦାର ଇନିଂସ୍‌ ଖେଳିଥିଲେ । ସେହିପରି ବିରାଟ କୋହଲି ବିସ୍ଫୋରକ ଇନିଂସ ଖେଳି ମାତ୍ର ୪୫ ବଲରେ ୬୫ ରନ୍‌ କରିଥିଲେ। ଦକ୍ଷିଣ ଆଫ୍ରିକା ପକ୍ଷରୁ ଏକମାତ୍ର ଉଇକେଟ କେଶବ ମହାରାଜ ନେଇଥିଲେ ।

ଭାରତ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା । ଦକ୍ଷିଣ ଆଫ୍ରିକା ଆରମ୍ଭରୁ ଉଇକେଟ ହରାଇଥିଲେ ମଧ୍ୟ କ୍ବିଣ୍ଟନ ଡି’କକ ଏବଂ ଅଧିନାୟକ ଟେମ୍ବା ବାଭୁମା ଲଢୁଆ ବ୍ୟାଟିଂ କରି ଦଳକୁ ଆଗକୁ ନେଇଥିଲେ। ବାଭୁମା ୪୮ ରନ କରି ଆଉଟ ହୋଇଥିବା ବେଳେ ଡିକକ ବ୍ୟାଟିଂ ଜାରି ରଖି ଶତକ ହାସଲ କରିଥିଲେ । ସେ ୧୦୬ ରନ୍‌ର ଏକ ଆକର୍ଷଣୀୟ ଇନିଂସ ଖେଳିଥିଲେ ।

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ, ଜିଲା ନ ଛାଡ଼ିବାକୁ ନିର୍ଦ୍ଦେଶ

ସୁନ୍ଦରଗଡ଼,୨୧।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଛାତ୍ରଙ୍କୁ ମାଡ଼ ମାରିବା ଏବଂ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ମନର ଧାରଣା ନା ସତରେ ଦ୍ରୁତ ବେଗରେ ବାଇକ୍‌ ଚଳାଇଲେ ଅଧିକ ଇନ୍ଧନ ଖର୍ଚ୍ଚ ହୁଏ? ମନରେ ଦ୍ୱନ୍ଦ୍ୱ ଥିଲେ କରନ୍ତୁ ଦୂର…

ନୂଆଦିଲ୍ଲୀ,୨୧।୧: ପ୍ରତ୍ୟେକ ବାଇକ୍‌ ଆରୋହୀଙ୍କ ମନରେ ସାଧାରଣ ପ୍ରଶ୍ନ ଆସେ ଯେ ବାସ୍ତବରେ କ’ଣ ଦ୍ରୁତ ବେଗରେ ଗାଡ଼ି ଚଳାଇଲେ ଅଧିକ ପେଟ୍ରୋଲ ଖର୍ଚ୍ଚ ହୁଏ...

ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ନେଇ ମୁହଁ ଖୋଲିଲେ ନବୀନ, ନୂଆ ମୁଖିଆ….

ଭୁବନେଶ୍ୱର,୨୧।୧:  ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ଉପରେ ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେବେ କାହିଁକି ବିଜୁ ଜନତା ଦଳରୁ ଅରବିନ୍ଦଙ୍କୁ ନିଲମ୍ବନ...

୧୮ରୁ ୫୫ ବର୍ଷୀୟ ଏହି ମହିଳାମାନଙ୍କୁ ସରକାର ଦେବେ ୫୦୦୦ ଟଙ୍କା, ଯୋଜନାର ଲାଭ କିପରି ନେବେ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୨୧।୧: ଭାରତ ସରକାର ଦେଶର ନାଗରିକଙ୍କ ପାଇଁ ଅନେକ କଲ୍ୟାଣକାରୀ ଯୋଜନା ଚଳାଇଛନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା ହେଉଛି ପ୍ରଧାନମନ୍ତ୍ରୀ ମାତୃ...

ବରଗଡ଼ରେ ପୁଣି କଫ ସିରପ କାରବାର: ୭୬ ହଜାରରୁ ଅଧିକ ଟଙ୍କା ଜବତ ସହ…

ବରଗଡ଼,୨୧ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲସ ବୁଧବାର ୫୦୫୦ବୋତଲ କଫ୍‌ ସିରପ୍‌ ଜବତ କରିଛି। ଏଥିରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବାବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri