ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ କେ. ନୂଆଗାଁ ଥାନା ପୋଲିସ ୨ ବର୍ଷ ପରେ ରବିବାର ଗିରଫ କରିଛି। ସେ ହେଲେ ଦିଗପହଣ୍ଡି ବ୍ଲକ ବୋମକେଇ ପଞ୍ଚାୟତ କୁମରଡ଼ା ଗ୍ରାମର ବିଦ୍ୟାଧର ପ୍ରଧାନ ଓରଫ ବିଜୟ । ତାଙ୍କୁ ଦିଗପହଣ୍ଡି କୋର୍ଟ ଚାଲାଣ କରାଯାଇଥିଲା। କେ.ନୂଆଗାଁ ଥାନା ମାମଲା ନଂ.୪୩୬/୨୩ ଅନୁଯାୟୀ ବିଦ୍ୟାଧରଙ୍କ ଜାମିନ ଖାରଜ ହୋଇ ଯିବାରୁ ତାଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି।

୨୦୨୩ ଅକ୍ଟୋବର ୨୩ ତାରିଖ ରାତିରେ ତେଣ୍ଟୁଆପଡା ଗ୍ରାମର ପୀତାମ୍ବର ନାଇକ ଓ ପରିବାରର ଅନ୍ୟ ସଦସ୍ୟମାନେ ଖାଉଥିବା ବେଳେ ବିଦ୍ୟାଧର ଓ ତାଙ୍କର ୧୦ରୁ ଊଦ୍ଧର୍‌ବ ସହଯୋଗୀ ପିସ୍ତଲ, ଖଣ୍ଡା ଆଦି ଧରି ଘରେ ପଶିଥିଲେ। ସେମାନେ ପୀତାମ୍ବରଙ୍କୁ ଘରୁ ଘୋଷାଡି ଆଣି ମରଣାନ୍ତକ ଆକ୍ରମଣ କରି ୧୦ ହଜାର ଟଙ୍କା ଓ ସୁନା ଚେନ ଲୁଟି ନେଇଥିଲେ। ସେହିଦିନ ବିଳମ୍ବିତ ରାତିରେ କେ.ନୂଆଗାଁ ଥାନା ଚାନ୍ଦପୁର ଗ୍ରାମର ନାନା ପଣ୍ଡାଙ୍କୁ ଅପହରଣ କରିବା ସହ ତାଙ୍କୁ ମାଡ ମାରି ୨୩ ହଜାର ଟଙ୍କା ଲୁଟି ନେଇ ଫେରାର ହୋଇଯାଇଥିଲେ।

ବିଦ୍ୟାଧର ଗଞ୍ଜେଇ ଚାଲାଣ ମାମଲାରେ ମୁମ୍ବାଇ ପୋଲିସ ଦ୍ବାରା ଗିରଫ ହୋଇ ସେଠାକାର ଜେଲରେ ଥିଲେ। ପରେ ଜାମିନରେ ମୁକୁଳି ଗାଁକୁ ଫେରିଥିଲେ। ଏହି ମାମଲାର ଅନ୍ୟତମ ଅଭିଯୁକ୍ତ ଲକ୍ଷ୍ମୀଧର ପ୍ରଧାନ ଶନିବାର ଜେଲରୁ ଜାମିନରେ ମୁକୁଳିଥିବା ବେଳେ ତାଙ୍କୁ ବିଦ୍ୟାଧର ଦେଖା କରିବାକୁ ଦିଗପହଣ୍ଡି ଯାଇଥିଲେ। କେ.ନୂଆଗାଁ ଥାନା ଆଇଆଇସି କିଶୋର କୁମାର ସାମଲଙ୍କଠାରୁ ଖବରପାଇ ତଦନ୍ତକାରୀ ଅଧିକାରୀ ଏସ.ଆଇ ଜୟନାଥ ପ୍ରଧାନ ସଦଳବଳେ ବିଦ୍ୟାଧରଙ୍କୁ ଗିରଫ ପାଇଁ ତାଙ୍କୁ ଦିଗପହଣ୍ଡିରୁ ପିଛା କରିଥିଲେ। ପରେ ଦେଓଖାଳି ଗ୍ରାମ ଛକରେ ବିଦ୍ୟାଧରଙ୍କୁ ଧରିଥିଲେ। ବିଦ୍ୟାଧର ଦିଗପହଣ୍ଡି ଓ କେ.ନୂଆଗାଁ ଥାନା ର ଏକାଧିକ ମାମଲାରେ ସମ୍ପୃକ୍ତ ଥିବା ଆଇଆଇସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର

ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...

ବାରବାଟୀ ମ୍ୟାଚ ଭିତରେ ବଡ଼ ଘୋଷଣା, ପୁଣି T20 ପାଇଁ ଟିମ୍‌ ଇଣ୍ଡିଆର ଟିମ୍‌ ଘୋଷଣା, ଦଳରେ ଅଛନ୍ତି…

ନୂଆଦିଲ୍ଲୀ,୯।୧୨: ବିଶ୍ୱ ଚାମ୍ପିଅନ ଟିମ ଇଣ୍ଡିଆ ଖୁବଶୀଘ୍ର ପଡ଼ିଆକୁ ଫେରିବାକୁ ଯାଉଛି। ପ୍ରଥମ ଥର ପାଇଁ ICC ମହିଳା ବିଶ୍ୱକପ ଜିତିଥିବା ଭାରତୀୟ କ୍ରିକେଟ ଦଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri