ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ମାମଲାର ତଦନ୍ତ ଅଧିକାରୀଙ୍କ ଭିଆର୍‌ଏସ୍‌ ଆବେଦନ

ଭୁବନେଶ୍ୱର,୮ା୧୨(ତ୍ରିନାଥ ମହାନ୍ତି): ଚଳିତବର୍ଷର ବହୁ ଚର୍ଚ୍ଚିତ ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ଓ ଭାଇରାଲ ମାମଲାର ତଦନ୍ତ କରୁଥିବା ତଦନ୍ତକାରୀ ଅଧିକାରୀ ସିଆଇଡି ଡିଏସ୍‌ପି ସରୋଜକାନ୍ତ ମହନ୍ତ ବାଧ୍ୟତାମୂଳକ ଅବସର (ଭିଆରଏସ୍‌) ନେବାକୁ ଗୃହ ବିଭାଗରେ ଆବେଦନ କରିଛନ୍ତି। ଉକ୍ତ ଆବେଦନପତ୍ରରେ ଏହାର କାରଣ ମଧ୍ୟ ଉଲ୍ଲେଖ କରିଛନ୍ତି। ତେବେ ୧୫ଦିନ ତଳେ ହୋଇଥିବା ଏହି ଆବେଦନକୁ ନେଇ ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି)ରେ ଅଭିଯୋଗ ହେବା ପରେ ଘଟଣା ପଦାକୁ ଆସିଛି। ଜଣେ ତଦନ୍ତ ଅଧିକାରୀ ହଠାତ୍‌ ଭିଆର୍‌ଏସ୍‌ ନେବା ଘଟଣାକୁ ନେଇ ନାନା ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏହି ମାମଲାରେ ବଡ଼ ଅଧିକାରୀଙ୍କ ସମ୍ପୃକ୍ତି ରହିଥିବାରୁ ମାମଲାକୁ ପ୍ରଭାବିତ କରିବା ପାଇଁ ଚାପ ପକାଇ ଭିଆର୍‌ଏସ୍‌ ନେବାକୁ ବାଧ୍ୟ କରାଯାଉଥିବା କୁହାଯାଉଛି। ମାନବାଧିକାର କର୍ମୀ ଜୟନ୍ତ କୁମାର ଦାସ ଏନ୍‌ଏଚ୍‌ଆର୍‌ସିରେ ଏଭଳି ଗୁରୁତର ଅଭିଯୋଗ କରିବା ସହ କମିଶନ ନିଜ ପକ୍ଷରୁ ଏକ ଟିମ୍‌ ଗଠନ କରି ତଦନ୍ତ କରିବାକୁ ନିବେଦନ କରିଛନ୍ତି।
ଆବେଦନକାରୀ ଦର୍ଶାଇଛନ୍ତି ଯେ, ଓଟିଇଟି ପରୀକ୍ଷା ପ୍ରଶ୍ନପତ୍ର ଭାଇରାଲ ମାମଲାର ତଦନ୍ତ କରୁଥିଲେ ଡିଏସ୍‌ପି ସରୋଜକାନ୍ତ ମହନ୍ତ। ସେ ନିକଟରେ ଭିଆର୍‌ଏସ୍‌ ପାଇଁ ଗୃହ ବିଭାଗରେ ଆବେଦନ କରିଛନ୍ତି। ତାଙ୍କୁ ବାଧ୍ୟତାମୂଳକ ଭିଆର୍‌ଏସ୍‌ ନେବା ପଛରେ ଜଣେ ଆଇପିଏସ୍‌ ଅଧିକାରୀଙ୍କ ହାତ ରହିଛି। ପ୍ରଶ୍ନପତ୍ର ଭାଇରାଲ ଘଟଣାରେ ଏକାଧିକ ପ୍ରଭାବଶାଳୀ ବ୍ୟକ୍ତିଙ୍କ ସମ୍ପୃକ୍ତି ରହିଛି। ତେଣୁ ମାମଲାକୁ ଦୁର୍ବଳ କରିବାକୁ ଡିଏସ୍‌ପିଙ୍କୁ ଚାପ ପକାଇ ଭିଆର୍‌ଏସ୍‌ ନେବାକୁ କୁହାଯାଇଛି। ସରୋଜକାନ୍ତ ଏବଂ ତାଙ୍କ ପରିବାର ପ୍ରତି ବିପଦ ଥିବାରୁ ସେ ବାଧ୍ୟ ହୋଇ ଭିଆର୍‌ଏସ୍‌ ପାଇଁ ଆବେଦନ କରିଛନ୍ତି। ତେଣୁ ଆୟୋଗ ଏକ ଟିମ୍‌ ଗଠନ କରି ତଦନ୍ତ କରିବା ସହ ସରୋଜକାନ୍ତ ଓ ତାଙ୍କ ପରିବାର ଲୋକଙ୍କୁ ସୁରକ୍ଷା ଯୋଗାଇ ଦେବାକୁ ଆଦେଶ ଦିଅନ୍ତୁ। ଭିଆର୍‌ଏସ୍‌ର ସମସ୍ତ ଡକ୍ୟୁମେଣ୍ଟ ଏବଂ ଓଟିଇଟି ତଦନ୍ତ ଫାଇଲ୍‌ ଯାଞ୍ଚ କରାଯାଉ। ଏଥିସହ ଚାପ ପକାଉଥିବା ଆଇପିଏସ୍‌ ଅଧିକାରୀଙ୍କୁ ପଦବୀରୁ ହଟାଯାଇ ଷଡ଼ଯନ୍ତ୍ର ପଛରେ ଥିବା ବ୍ୟକ୍ତିଙ୍କ ବିରୋଧରେ ଆପରାଧିକ ମାମଲା ରୁଜୁ କରିବାକୁ ଜୟନ୍ତ ପିଟିଶନରେ ନିବେଦନ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri