Posted inଖେଳ

ବାରବାଟୀରେ ଟିମ ଇଣ୍ଡିଆ ଖେଳାଳି: ଅଭ୍ୟାସ ଦେଖିପାରିବେ ଦର୍ଶକ

କଟକ,୮।୧୨: ଓଡ଼ିଶାରେ ଏବେ କ୍ରିକେଟ୍‌ ଫିଭର ଚାଲିଛି। ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ। ଏହାପୂର୍ବରୁ ଟିମ୍‌ ଇଣ୍ଡିଆର ଖେଳାଳିମାନେ କଟକର ବାରବାଟୀ ଷ୍ଟାଡିୟମରେ ପହଞ୍ଚିଛନ୍ତି। ଟିମ ଇଣ୍ଡିଆ ଖେଳାଳି ସ୍ବତନ୍ତ୍ର ବସ ଯୋଗେ ବାରବାଟୀରେ ପହଞ୍ଚିଛନ୍ତି। ବାରବାଟୀ ଷ୍ଟାଡିୟମରେ ୩ ଘଣ୍ଟା ଅଭ୍ୟାସ କରିବ ଟିମ ଇଣ୍ଡିଆ। ଦଳ ଅପରାହ୍ନ ୧.୩୦ରୁ ୪.୩୦ ଯାଏ ଅଭ୍ୟାସ କରିବ। ଗ୍ୟାଲେରୀ ନମ୍ବର ୬ ଓ ୭ରେ ଦର୍ଶକମାନେ ଅଭ୍ୟାସ ଦେଖି ପାରିବେ।
ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ହାର୍ଦ୍ଦିକ ପାଣ୍ଡ୍ୟା, ଯଶପ୍ରୀତ ବୁମରାଙ୍କ ଭଳି କିଛି ଭାରତୀୟ ଖେଳାଳି ପୂର୍ବରୁ ଆସିଥିବା ବେଳେ ରବିବାର ଦୁଇ ଦେଶର ପ୍ରାୟ ଖେଳାଳି ଭୁବନେଶ୍ୱରରେ ପହଞ୍ଚିଥିଲେ। ବିଶାଖାପାଟଣାଠାରେ ଦକ୍ଷିଣ ଆଫ୍ରିକା ବିପକ୍ଷ ଅନ୍ତିମ ଦିନିକିଆ ମ୍ୟାଚ୍‌ରେ ଖେଳିଥିବା ତିଲକ ବର୍ମା, ଅର୍ଶଦୀପ ସିଂ, କୁଲଦୀପ ଯାଦବ, ହର୍ଷିତ ରାଣା, ଓ୍ବାଶିଂଟନ ସୁନ୍ଦରଙ୍କ ଭଳି ଖେଳାଳି ଆସିଛନ୍ତି। ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ସମେତ ଦଳର ସପୋର୍ଟ ଷ୍ଟାଫ ସଦସ୍ୟ ମଧ୍ୟ ପହଞ୍ଚିଥିଲେ। ସେହିଭଳି ଟେମ୍ବା ବଭୁମା, ଏଡେନ ମାରକ୍ରାମ, ଟ୍ରିଷ୍ଟାନ ଷ୍ଟବ୍ସ, ରିଜା ହେଣ୍ଡ୍ରିକ୍ସ, ମାର୍କୋ ଜାନସେନ, ମାଥ୍ୟୁ ବ୍ରିଜକେ, ଡଓ୍ବୋଲ୍ଡ ବ୍ରେଭିସ, କ୍ୱିଣ୍ଟନ ଡି କକ୍‌, କର୍ବିନ ବୋଶ୍ଚ, କେଶବ ମହାରାଜଙ୍କ ଭଳି ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ଦଳର ଖେଳାଳି ପହଞ୍ଚି ସାରିଛନ୍ତି।
ଦଳର ଖେଳାଳି ପ୍ରାୟ ଅପରାହ୍ନ ୨ଟା ୫୦ରେ ଏକ ସ୍ବତନ୍ତ୍ର ବିମାନ ଯୋଗେ ବିମାନ ବନ୍ଦରରେ ପହଞ୍ଚିଲେ। ଏହାପରେ ସେମାନଙ୍କୁ ଦୁଇଟି ସ୍ବତନ୍ତ୍ର ବସ ମାଧ୍ୟମରେ କଡ଼ା ସୁରକ୍ଷା ମଧ୍ୟରେ ହୋଟେଲ ମେଫେୟାରକୁ ନିଆଯାଇଥିଲା। ସେଠାରେ ମୟୂରଭଞ୍ଜର ପାରମ୍ପରିକ ସାନ୍ତାଳୀ ନୃତ୍ୟ, ବାଦ୍ୟ ଓ ଗୀତ ସହିତ ଫୁଲରେ ଖେଳାଳିଙ୍କୁ ସ୍ବାଗତ କରାଯାଇଥିଲା। ପରିବେଶ ପ୍ରକମ୍ପିତ ହୋଇଉଠିଥିଲା। ଏପରି କି ଦକ୍ଷିଣ ଆଫ୍ରିକୀୟ ଦଳର ଜଣେ ସଦସ୍ୟ ବାଦ୍ୟର ତାଳେ ତାଳେ ନାଚି ପରିବେଶର ଆନନ୍ଦ ନେଇଥିଲେ। ଖେଳାଳିଙ୍କୁ ସ୍ବାଗତ କରିବା ପାଇଁ ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ସଭାପତି ପଙ୍କଜ ଲୋଚନ ମହାନ୍ତିଙ୍କ ସହ ଅନ୍ୟାନ୍ୟ ପଦାଧିକାରୀ ଉପସ୍ଥିତ ଥିଲେ। ଖେଳାଳିଙ୍କୁ ଦେଖିବା ପାଇଁ ଉଭୟ ହୋଟେଲ ଓ ବିମାନବନ୍ଦର ବାହାରେ କିଛି ପ୍ରଶଂସକ ଅପେକ୍ଷା କରି ରହିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri