Posted inଖେଳ

India vs South Africa: ବାରବାଟୀରେ କେତେଥର ଜିତିଛି ଭାରତ? ଶୁଣିଲେ ତାଜୁବ ହେବେ

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟ୍ବେଣ୍ଟି ଟ୍ବେଣ୍ଟି ମୁକାବିଲା ବାରବାଟୀରେ ଖେଳାଯାଉଛି । ଏଥିପାଇଁ ପଡିଛି ଟସ୍ । ବାରବାଟୀରେ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି ଦକ୍ଷିଣ ଆଫ୍ରିକା । ପ୍ରଥମେ ବ୍ୟାଟିଂ କରିବ ଟିମ୍ ଇଣ୍ଡିଆ।

ତେବେ ବାରବାଟୀରେ କେତେ ଥର ଜିତିଛି ଟିମ୍ ଇଣ୍ଡିଆ? କେତେ ଥର ହାରିଛି? ଜାଣନ୍ତୁ ସବୁକିଛି…

ଟିମ୍ ଇଣ୍ଡିଆ ବାରବାଟୀରେ ମୋଟ ୧୮ଟି ଦିନିକିଆ ମ୍ୟାଚ୍‌ ଖେଳିଥିବା ବେଳେ ସେଥିମଧ୍ୟରୁ ୧୪ଟି ମ୍ୟାଚ୍‌ ଜିତିଛି । ସେହିଭଳି ୪ଟି ମ୍ୟାଚ୍‌ରେ ପରାସ୍ତ ହୋଇଛି ଭାରତୀୟ ଦଳ । ସେହିଭଳି ବାରବାଟୀରେ ଭାରତର ଟେଷ୍ଟ ରେକର୍ଡ କଥା କହିବାକୁ ଗଲେ, ଏଠାରେ ଦୁଇଟି ମ୍ୟାଚ୍‌ ଖେଳିଛି ଦଳ । ଯେଉଁଥିରେ ଗୋଟିଏ ବିଜୟୀ ହୋଇଥିବା ବେଳେ ଆଉ ଗୋଟିଏ ଡ୍ର ଭାବେ ଶେଷ ହୋଇଥିଲା । ସେହିଭଳି ୧୯୮୪, ୧୯୯୪, ୧୯୯୬, ୧୯୯୮, ୨୦୦୦, ୨୦୦୭, ୨୦୦୮, ୨୦୦୯, ୨୦୧୧, ୨୦୧୪, ୨୦୧୭, ୨୦୧୯ ଏବଂ ୨୦୨୫ରେ ବାରବଟୀରେ ଦିନିକିଆ ମ୍ୟାଚ୍‌ ଜିତିଥିଲା ଭାରତ ।

ସେହିଭଳି ବାରବାଟୀରେ ମୋଟ ୩ଟି ଟ୍ବେଣ୍ଟି ଟ୍ବେଣ୍ଟି ମ୍ୟାଚ୍‌ ଖେଳିଛି ଭାରତ । ଯେଉଁଥିରେ ଗୋଟିଏ ଜିତିଥିବା ବେଳେ ଆଉ ଦୁଇଟି ମ୍ୟାଚ୍ ହାରିଛି । ୨୦୧୫ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ୬ ଓ୍ବିକେଟରେ ହାରିଥିଲା ଭାରତ । ପରେ ୨୦୧୭ରେ ଶ୍ରୀଲଙ୍କା ବିପକ୍ଷରେ ୯୩ ରନରେ ଜିତିଥିଲା । ସେହିଭଳି ୨୦୨୨ରେ ଦକ୍ଷିଣ ଆଫ୍ରିକା ଠାରୁ ୪ ଓ୍ବିକେଟରେ ହାରିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…

ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ବୋଲର, ବ୍ୟାଟରଙ୍କ ଖରାପ ପ୍ରଦର୍ଶନ: ଦ୍ୱିତୀୟ T20ରେ ଭାରତର ଶୋଚନୀୟ ପରାଜୟ

ମୁଲାନପୁର,୧୧ା୧୨: ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଦକ୍ଷିଣ ଆଫ୍ରିକାଠାରୁ ଭାରତ ୫୧ ରନରେ ଶୋଚନୀୟ ଭାବେ ପରାସ୍ତ ହୋଇଛି। ପ୍ରଥମେ ବୋଲର ଏବଂ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ T20I: ଡି’ କକ୍‌ଙ୍କ ବିସ୍ଫୋରକ ଇନିଂସ୍; ଭାରତ ଆଗରେ ବିଶାଳ ଲକ୍ଷ୍ୟ

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20Iରେ ଦକ୍ଷିଣ ଆଫ୍ରିକାର ବ୍ୟାଟ୍ସମ୍ୟାନ୍ କ୍ୱିଣ୍ଟନ୍ ଡି’ କକ୍‌ଙ୍କ ବିସ୍ଫୋରକ ବ୍ୟାଟିଂ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri