ଚାଷୀ ମହଲରେ ଚାଞ୍ଚଲ୍ୟ, ଚର୍ଚ୍ଚାରେ ନିଷ୍ପତ୍ତି: କଟନୀଛଟନୀକୁ ସରକାରୀ ମୋହର୍‌!

ବରଗଡ଼,୧୦।୧୨(ପ୍ରେମାନନ୍ଦ ଖମାରୀ): ଧାନ ସଂଗ୍ରହ ପ୍ରକ୍ରିୟାରେ କଟନୀଛଟନୀ ନୂଆ କଥା ନୁହେଁ। ପ୍ରତିବର୍ଷ ବିଭିନ୍ନ ଆଳ ଦେଖାଇ ଧାନ କଟନୀଛଟନୀ ହୋଇଥାଏ। କେତେବେଳେ ମଣ୍ଡିରେ ତ ଆଉକେବେ ରାଇସ୍‌ ମିଲ୍‌ରେ କଟନୀଛଟନୀ ହୋଇଥାଏ। କଟନୀଛଟନୀ ବିନା ଧାନ ଉଠାଇବାକୁ ମିଲର୍ସମାନେ ସାଧାରଣତଃ ସହମତ ହୋଇ ନଥାନ୍ତି। ତେବେ ରାଜ୍ୟରେ ଶାସନକୁ ଆସିବା ପୂର୍ବରୁ ଏହି ଧାନ କଟନୀଛଟନୀକୁ ଭାଜପା ଏକ ପ୍ରସଙ୍ଗ କରି ତତ୍କାଳୀନ ବିଜେଡ଼ି ସରକାରକୁ ଘେରିଥିଲା। ଏପରିକି ନିର୍ବାଚନୀ ପ୍ରଚାର ସମୟରେ ମଧ୍ୟ ଭାଜପା ଏହାକୁ ଏକ ପ୍ରସଙ୍ଗଭାବେ ରଖିଥିଲା। ତେବେ ସରକାର ସିନା ବଦଳିଲା, ମଣ୍ଡିରେ ଧାନବିକ୍ରି ସମୟରେ ପୂର୍ବବତ୍‌ କଟନୀଛଟନୀ ଲାଗି ରହିଛି। ଅନ୍ୟପଟେ ଧାନର ଗୁଣମାନ ପରୀକ୍ଷା ପାଇଁ ମଣ୍ଡି ଗୁଡ଼ିକରେ ଗ୍ରେନ୍‌ ଏନାଲାଇଜର ମେଶିନ ବସାଗଲା। ତେବେ ଏଭଳି କଟନୀଛଟନୀକୁ ବିରୋଧ କରି ଅନେକ ସମୟରେ ଚାଷୀମାନେ ଆନ୍ଦୋଳନକୁ ଓହ୍ଳାଇଥିବା ନଜୀର ରହିଛି। ମାତ୍ର ମଙ୍ଗଳବାର ବରଗଡ଼ ଜିଲା ଅତାବିରା ବ୍ଲକ ଗୋଡ଼ଭଗା ମଣ୍ଡିରେ ଧାନବିକ୍ରି ସମ୍ଯଯା ନେଇ ଚାଷୀମାନେ ଆନ୍ଦୋଳନକୁ ଓହ୍ଲାଇ ଥିବାବେଳେ ସେଠାରେ ପ୍ରଶାସନ, ଚାଷୀ ଏବଂ ମିଲର୍ସ ପ୍ରତିନିଧିଙ୍କ ଉପସ୍ଥିତିରେ ହୋଇଥିବା ତ୍ରିପାକ୍ଷିକ ଆଲୋଚନାରେ ଅତାବିରା ବ୍ଲକର ସମସ୍ତ ମଣ୍ଡିରେ କୁଇଣ୍ଟାଲ ପ୍ରତି ୧ କେଜି ଧାନ କଟନୀଛଟନୀ କରାଯିବା ନିଷ୍ପତ୍ତି ଏବଂ ସେଭଳି ନିଷ୍ପତ୍ତି ଉପରେ ସରକାରୀ ଅଧିକାରୀ ମୋହର ମାରିବା(ଦସ୍ତଖତ ଦେବା) ଏବେ ଜିଲାରେ ଚର୍ଚ୍ଚାର ବିଷୟ ହୋଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଆମରଣ ଅନଶନରେ ଆୟୁଷ ଛାତ୍ରୀଛାତ୍ର : ଦେଲେ ଚେତାବନୀ, ଦାବି ପୂରଣ ନହେବା ଯାଏ…

ବଲାଙ୍ଗୀର, ୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଓ ହସ୍ପିଟାଲ ସମ୍ମୁଖରେ ନିଖିଳ ଓ ଆୟୁଷ ଛାତ୍ର ସଙ୍ଗଠନ ପକ୍ଷରୁ ଜୋରଦାର ଆନ୍ଦୋଳନ...

ଶୀତରେ ଥରୁଛି ଦାରିଙ୍ଗବାଡି: ତୁଷାରପାତରେ… 

ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଏବେ ଅସହ୍ୟ ଜାଡ଼ । ତାପମାତ୍ରା ଦିନକୁ ଦିନ ହ୍ରାସ ପାଉଥିବା ବେଳେ ଏବେ...

ଏବେ ବି ବଞ୍ଚିଛି ଗୁରୁ ଶିଷ୍ୟ ପରମ୍ପରା

ମହାକାଳପଡ଼ା,୧୦ା୧୨ (ପ୍ରତାପ ଚନ୍ଦ୍ର ସ୍ବାଇଁ):ଭାରତୀୟ ବିଭିନ୍ନ ଧାର୍ମିକ ସଂସ୍କୃତି ପରମ୍ପରା ଖୁବ୍‌ ପ୍ରାଚୀନ କାଳରୁ ରହିଆସିଛି। ପାଶ୍ଚାତ୍ୟ ଧର୍ମ ଭିନ୍ନ ଥିବାବେଳେ ଭାରତୀୟ ଧାର୍ମିକ ସଂସ୍କୃତି...

କଟକରେ ଐତିହାସିକ ରେକର୍ଡ କଲେ ବୁମ୍‌ରା: ପ୍ରଥମ ଭାରତୀୟ ବୋଲର୍‌ ଭାବେ…

କଟକ,୧୦।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ...

ଭାରତୀୟ ଚାଉଳ ଉପରେ ଟାରିଫ୍‌ ଲଗାଇବାକୁ ଟ୍ରମ୍ପ୍‌ଙ୍କ ଧମକ

ଓ୍ବାଶିଂଟନ୍‌,୧୦ା୧୨:ଭାରତ ସମେତ ବିଭିନ୍ନ ଦେଶରୁ ରପ୍ତାନି ହେଉଥିବା ଚାଉଳ ଉପରେ ଅତିରିକ୍ତ ଟାରିଫ୍‌ ଲଗାଇବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଧମକ ଦେଇଛନ୍ତି। ଭାରତ...

ଦର୍ଶକଙ୍କୁ ମୁହଁରେ ବାଜିଲା ପାଣ୍ଡ୍ୟାଙ୍କ ବଲ୍‌: ଆଉ ତା’ପରେ ଘଟିଗଲା…

କଟକ,୧୦।୧୨: କଟକରେ ଖେଳାଯାଇଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ...

ମୁଖ୍ୟମନ୍ତ୍ରୀ ମୋନ ମାଝୀଙ୍କ ପାଇଁ ଏମିତି କହିଦେଲେ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଟକ,୧୦।୧୨: ଐତିହାସିକ ବାରବାଟୀ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି।...

ବନ୍ଦ ଘରୁ ମିଳିଲା ଇଲେଟ୍ରିସିଆନଙ୍କ ଝୁଲନ୍ତା ମୃତଦେହ: ପୋଲିସ ପହଞ୍ଚି…

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ମାଗୁର ବେଡ଼ା କଲୋନୀଠାରେ ଏକ ବନ୍ଦଘରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି l ଯୁବକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri