ଝିଅ ପାଇଁ ଗଛଟିଏ ଓ ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ

ନୂଆପଡ଼ା,୧୦।୧୨ (ମକାରୁ ବେମାଲ):କୋମନା ବ୍ଲକ୍‌ ରଜନା ପଞ୍ଚାୟତ ବେଲଗାଁଠାରେ ଜିଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ପ୍ରବାସୀ ଶ୍ରମିକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳଙ୍କ ସମେତ ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପଜିଲାପାଳ ସୁର୍ମି ସୋରେନ, ସିଡିଏମ୍‌ଓ ଡା. ଧନେଶ୍ୱର ସେଠୀ, ବ୍ଲକ୍‌ ଅଧ୍ୟକ୍ଷା ଅନସୂୟା କୁମ୍ଭାର, ଉପାଧ୍ୟକ୍ଷ ଜୟଦେବ ପଧାନ, କୋମନା ବିଡିଓ ସର୍ବେଶ୍ୱର ଜାଲ, ସ୍ଥାନୀୟ ସରପଞ୍ଚ କ୍ଷୀରସିନ୍ଧୁ ଭୋଇ, ସମିତି ସଭ୍ୟ ଭୂମିସୂତା ଶଗରିଆ ପ୍ରମୁଖ ଯୋଗଦେଇଥିଲେ। ଏହି ଅବସରରେ ଝିଅ ପାଇଁ ଗଛଟିଏ ଓ ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ସମାରୋହରେ ଜିଲାପାଳ ନବଜାତ ୨ ଶିଶୁକନ୍ୟାଙ୍କୁ କୋଳରେ ଧରି ସେମାନଙ୍କ ଉଜ୍ଜ୍ବଳ ଭବିଷ୍ୟତ କାମନା କରିଥିଲେ। ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମରେ ଗାଁର ୩ ଜଣ ଗର୍ଭବତୀ ମହିଳାଙ୍କୁ ଅତିଥିମାନେ ଫଳମୂଳ, ପନିପରିବା, ପୁଷ୍ଟିକର ଖାଦ୍ୟ ଏବଂ ବିଭିନ୍ନ ଉପହାର ଭେଟି ଦେଇଥିଲେ। ଏହାପରେ ଜିଲାରୁ ପ୍ରବାସୀ ଶ୍ରମିକ ସମସ୍ୟା ଦୂରକରିବା ପାଇଁ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଥିଲା। ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ ଧରୁଆ ଏହାକୁ ପରିଚାଳନା କରିଥିଲେ। ସଭାରେ ଅତିଥି ଓ ଅଧିକାରୀ ଉପସ୍ଥିତ ଜନସାଧାରଣଙ୍କୁ ପ୍ରବାସୀ ଶ୍ରମିକ ପ୍ରଥା କିଭଳି ରୋକାଯାଇପାରିବ ସେ ବିଷୟରେ ସୂଚନା ଦେଇଥିଲେ। ନୂଆପଡ଼ା ଥରେ ମାତ୍ର ବ୍ୟବହାରଯୋଗ୍ୟ ପ୍ଲାଷ୍ଟିକ୍‌ମୁକ୍ତ ଜିଲା ଘୋଷିତ ହୋଇଥିବାରୁ ଏସବୁର ବ୍ୟବହାର ନ କରିବାକୁ ସମସ୍ତଙ୍କୁ ସଚେତନ କରାଯାଇଥିଲା। ଏହାସହ ବିବାହ ତଥା ପର୍ବପର୍ବାଣିରେ ପ୍ଲାଷ୍ଟିକ୍‌ ଖଲି, ଦନା, ଗ୍ଲାସ୍‌ ଇତ୍ୟାଦି ବ୍ୟବହାର ବନ୍ଦକରିବା ପାଇଁ ଜିଲାପାଳ ଏକ ବର୍ତ୍ତନ ବ୍ୟାଙ୍କର ଉଦ୍‌ଘାଟନ କରିଥିଲେ। ଆମେ ସମସ୍ତେ ମିଶି ନୂଆପଡ଼ାକୁ ପ୍ରବାସୀ ଶ୍ରମିକ ଓ ପ୍ଲାଷ୍ଟିକ୍‌ମୁକ୍ତ ଜିଲାରେ ପରିଣତ କରିବା ପାଇଁ ସେ ଆହ୍ବାନ ଦେଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏଣିକି ଛାତ୍ରୀଛାତ୍ର ହେବେ ଆତ୍ମନିର୍ଭରଶୀଳ: କେନ୍ଦ୍ର ସରକାରଙ୍କ ଯୋଜନା ଅନୁଯାୟୀ…

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ): କଲେଜ ପଢୁଥିବା ଛାତ୍ରୀଛାତ୍ରମାନେ ପାଠ ପଢା ସରିବା ପରେ କିଭଳି ଆତ୍ମନିର୍ଭରଶୀଳ ହୋଇପାରିବେ ସେଥିପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅନେକ ଯୋଜନା କାର୍ଯ୍ୟକାରୀ...

୨୦୨୬ରେ ଏହି କମ୍ପାନୀ କରିବ ମାଲାମାଲ୍‌, ବର୍ଷ ସରିବା ଆଗରୁ ଜାଣି ନିଅନ୍ତୁ

ନୂଆଦିଲ୍ଲୀ,୧୦।୧୨: ସ୍ଥିର ଏବଂ ନିୟମିତ ଆୟ ଚାହୁଁଥିବା ନିବେଶକଙ୍କ ପାଇଁ ଲାଭାଂଶ ପ୍ରଦାନକାରୀ ଷ୍ଟକ ସର୍ୱଦା ଏକ ଶ୍ରେଷ୍ଠ ପସନ୍ଦ ହୋଇଆସିଛି। ଏପରି କମ୍ପାନୀଗୁଡ଼ିକର ସାଧାରଣତଃ...

ହାର୍ଦ୍ଦିକଙ୍କ ବଡ଼ ବୟାନ, ପ୍ରେମିକା ମାହିକାଙ୍କୁ ନେଇ କହିଦେଲେ ଏତେ ବଡ଼ କଥା

ନୂଆଦିଲ୍ଲୀ,୧୦।୧୨: କଟକରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ହାର୍ଦ୍ଦିକଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଯୋଗୁଁ ଟିମ ଇଣ୍ଡିଆ ୧୦୧ ରନର ବିଶାଳ ବିଜୟ...

୫ଟି ଷ୍ଟ୍ରେସ୍‌ ଫ୍ରି ଚାକିରି, ଚାପ କମ୍‌ ଦରମା ଅଧିକ

ସମ୍ପ୍ରତି, କର୍ପୋରେଟ ଜଗତରେ “Quiet Quitting” ଧାରା ଭାଇରାଲ ହୋଇଥିଲା। ଏଥିରେ କର୍ମଚାରୀମାନେ କେବଳ ସେମାନଙ୍କ ଚାକିରି ବର୍ଣ୍ଣନାରେ ର୍ନିଦ୍ଦିଷ୍ଟ କାର୍ଯ୍ୟଗୁଡ଼ିକ କରୁଥିଲେ ଏବଂ ଅତିରିକ୍ତ...

ନୀଳଗିରିକୁ ପଶିଲେ ୨୭ଟିକିଆ ଝାଡଖଣ୍ଡି ହାତୀପଲ: ବନାଞ୍ଚଳବାସୀ ଆତଙ୍କିତ

ନୀଳଗିରି,୧୦।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରିକୁ ପ୍ରବେଶ କଲେ ୨୭ ଟିକିଆ ଝାଡଖଣ୍ଡି ହାତୀପଲ। ଝାଡଖଣ୍ଡ ଦଲମା ଜଙ୍ଗଲରୁ ଗତ ୨୦୧୦ ମସିହାରୁ ଚିରାଚରିତ...

ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ: ୭ ଦିନରେ ଦାବି…

ଭୁବନେଶ୍ୱର,୧୦।୧୨: ଗାନ୍ଧିମାର୍ଗରେ ଆନ୍ଦୋଳନରେ ବସିଥିବା ପ୍ରାଥମିକ ଶିକ୍ଷକ ଆନ୍ଦୋଳନରୁ ହଟିଛନ୍ତି। ଏକାମ୍ର ବିଧାୟକ ବାବୁ ସିଂ ଓ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡ଼ୁଙ୍କ ସହ...

ସ୍କୁଲ ପରିସରରେ ମୂଷା ମରା ଔଷଧ ଖାଇ ଆତ୍ମହତ୍ୟା ଉଦ୍ୟମ କଲେ ନବମ ଶ୍ରେଣୀ ଛାତ୍ରୀ, ମା’ କହିଲେ ଏହି କାରଣ ପାଇଁ…

ଗଜପତି, ୧୦।୧୨(ଗିରିଧାରୀ ପରିଛା): ଗଜପତି ଜିଲା କାଶୀନାଗର ବ୍ଲକ କାଶୀନାଗର ବାରଣାସୀ ହାଇ ସ୍କୁଲରେ ଜଣେ ନବମ ଶ୍ରେଣୀ ଛାତ୍ରୀ ସ୍କୁଲ ପରିସରରେ ମୂଷା ମରା...

ପ୍ରବଳ ଶୀତ ଯୋଗୁ ଘୋଷଣା ହେଲା ସ୍କୁଲ ଛୁଟି, ଡିସେମ୍ୱର ୧୪ ଯାଏ…

ନୂଆଦିଲ୍ଲୀ,୧୦।୧୨: ଦେଶର ବିଭିନ୍ନ ଅଞ୍ଚଳରେ ପ୍ରବଳ ଶୀତ ଲହରୀ, ଉପକୂଳବର୍ତ୍ତୀ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁଁ ଡିସେମ୍ୱର ଦ୍ୱିତୀୟ ସପ୍ତାହ ପାଇଁ ସ୍କୁଲଗୁଡ଼ିକୁ ବନ୍ଦ ଘୋଷଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri