ଅନୁସୂଚିତ ଜନଜାତି-ଜାତି ଉନ୍ନୟନ ବିଭାଗର ବଡ଼ ପଦକ୍ଷେପ: ଲୁକ୍କାୟିତ ପ୍ରତିଭାଙ୍କୁ ଚି଼ହ୍ନଟ

ଦାରିଙ୍ଗବାଡି,୧୦।୧୨(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡିର ହେଲିପ୍ୟାଡ଼ ପଡିଆଠାରେ ବୁଧବାର ବ୍ଲକସ୍ତରୀୟ କ୍ରୀଡା ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରକାଶ ଯେ, ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ ପକ୍ଷରୁ ବିଭାଗ ଅଧୀନରେ ରହିଥିବା ବିଦ୍ୟାଳୟର ଛାତ୍ରୀଛାତ୍ରମାନଙ୍କୁ ନେଇ ଏହି କ୍ରୀଡା ମହୋତ୍ସବ କରାଯାଇଛି। ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ବିଶ୍ୱଜିତ ଜାଲିଙ୍କ ତତ୍ତ୍ୱାବଧାନରେ ଜିଲା ଅଧିକାରୀ ଏବଂ ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କ ନିର୍ଦ୍ଦେଶକ୍ରମେ କାର୍ଯ୍ୟକ୍ରମରେ ଜୁନିୟର ଓ ସିନିୟର ଛାତ୍ରୀଛାତ୍ରମାନଙ୍କୁ ୨ ଭାଗରେ ନିଆଯାଇ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।

ଏଥିରେ ୧ ଶହ ମିଟର ଦୌଡ଼ଠାରୁ ଆରମ୍ଭ କରି ୧୫ଶହ ମିଟର ପର୍ଯ୍ୟନ୍ତ ଦୌଡ଼ ସମେତ ଲମ୍ବା ଡିଆଁ, ଉଚ୍ଚ ଡିଆଁ, ଡିସ୍କକାଶ ଥ୍ରୋ,ସଟ ଫୁଟ ଫୁଟବଲ, ଖୋ ଖୋ ଆଦି ଖେଳକୁ ଜୁନିୟର-ସିନିୟର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରତିଯୋଗିତା ହୋଇଥିଲା। ଏଥିରେ ପ୍ରଥମ ସ୍ଥାନରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରୀଛାତ୍ର ଆସନ୍ତା ୧୫ ଓ ୧୬ ରେ ଜିଲାସ୍ତରୀୟ କ୍ରୀଡା ଉତ୍ସବରେ ଯୋଗଦାନ କରିବେ ବୋଲି ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ବିଶ୍ୱଜିତ ଜାଲି କହିଛନ୍ତି । ଏହି ମହୋତ୍ସବକୁ ଦାରିଙ୍ଗବାଡି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଉମାଶଙ୍କର ସାମନ୍ତରାୟ ଏବଂ ଇନଚାର୍ଜ ପ୍ରିନ୍ସପାଲ ସୋନାଲିକା ପୃଷ୍ଟି ଉଦଘାଟନ କରିଥିଲେ। ଏହି ଖେଳକୁ କ୍ରୀଡା ଶିକ୍ଷୟିତ୍ରୀଶିକ୍ଷକମାନେ ପରିଚାଳନା କରିଥିଲେ। ସେମାନେ ହେଲେ କନ୍ୟାଶ୍ରମର କ୍ରୀଡା ଶିକ୍ଷୟତ୍ରୀ ଚନ୍ଦ୍ର ରେଖା ପ୍ରଧାନ,ଉଲିପଦର ରାଜେଶ ସାହୁ, ବୁଡ଼ାଗୁଡା ବିଦ୍ୟାଳୟର ବିସ୍ମିତ ରଞ୍ଜନ ନାୟକ,ବିରାଗାଡ଼ା ବିଦ୍ୟାଳୟର ରୁଦ୍ଧେଦେବ ବେହେରା ପ୍ରମୁଖ ରହିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଥାନାରେ କୀଟନାଶକ ଔଷଧ ଖାଇ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ, ସ୍ବାମୀଙ୍କ ଅନ୍ୟତ୍ର ବିବାହ ପ୍ରସ୍ତୁତି ଖବର ପାଇ..

ଦେବଗଡ, ୧୨।୧୨ (ଶଶାଙ୍କ ଶେଖର ଝାଙ୍କର): ଅଭିଯୋଗ କରିବାକୁ ଆସିଥିବା ମହିଳା ଦେବଗଡ ଥାନା ଭିତରେ ବିଷ ଖାଇ ଆତ୍ମହତ୍ୟା ଉଦ୍ୟମ କରୁଥିବା ବେଳେ ପୋଲିସ...

ଶୀତରେ ଥରୁଛି ଦାରିଙ୍ଗବାଡି: ଦ୍ୱିତୀୟ ଦିନରେ ମଧ୍ୟ ତୁଷାରପାତ, ଘରୁ ବାହାରିବା ମୁସ୍କିଲ

ଦାରିଙ୍ଗବାଡି, ୧୨।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଅସହ୍ୟ ଯନ୍ତ୍ରଣା ଦେଉଛି ଶୀତ । ଦିନକୁ ଦିନ ତାପମାତ୍ରା ତଳ ମୁହାଁ ହେବାରେ...

ଜଙ୍ଗଲକୁ ଟେକିନେଇ ମାନସିକ ଅନଗ୍ରସର ନାବାଳିକାଙ୍କୁ ବଳାତ୍କାର କଲେ ୪୩ ବର୍ଷୀୟ ବ୍ୟକ୍ତି, ଧରାପଡିବା ପରେ…

ଦେବଗଡ଼,୧୨ା୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ଲଇମୁରା ଥାନା ଅଞ୍ଚଳରେ ମାନସିକ ଅନଗ୍ରସର ନାବାଳିକାଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି...

ଘରକୁ ଡାକି ବଳାତ୍କାର କରିଥିଲେ ବୃଦ୍ଧ, ହେଲା ଆଜୀବନ କାରାଦଣ୍ଡ

ଦେବଗଡ଼,୧୨ା୧୨(ଶଶାଙ୍କ ଶେଖର ଝାଙ୍କର): ନାବାଳିକା ବଳାତ୍କାର ମାମଲାର ବିଚାରକରି ଅତିରିକ୍ତ ଦୌରାଜଜ୍‌ ତଥା ସ୍ବତନ୍ତ୍ର ଜଜ୍‌ ଜଣେ ବୃଦ୍ଧଙ୍କୁ ଗୁରୁବାର ଆଜୀବନ କାରାଦଣ୍ଡ ସହ ୧୦,୦୦୦...

ପେସାରେ ଅଧ୍ୟାପନା, ନିଶାରେ କଳା ସାଧନା

ଲୋଇସିଂହା,୧୨।୧୨(ସୁଶାନ୍ତ ବାରିକ): ପେଶା ତାଙ୍କର ଅଧ୍ୟାପନା, ନିଶା କଳା ସାଧନା କରିବା ା ଏପରି ଜଣେ ବ୍ୟକ୍ତି ହେଉଛନ୍ତି ଅଧ୍ୟାପକ ଡ. ଲିଙ୍ଗରାଜ ମେହେର। ସେ...

ମହିଳାଙ୍କୁ ଦୁର୍ବ୍ୟବହାର ମହଙ୍ଗା ପଡ଼ିଲା, ସମ୍ପର୍କୀୟ ଶ୍ୱଶୁରଙ୍କୁ ଅଧାଲଣ୍ଡା କରି…

ଭବାନୀପାଟଣା, ୧୨ା୧୨ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ବାଦିଲି ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ନିଜ ପଡ଼ାର...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri