ଗାଈକୁ ମାରି ଖାଇଲା ବାଘ, ପାଦଚିହ୍ନ ଦେଖି ଲୋକେ ଭୟଭୀତ

କଣ୍ଟାମାଳ,୧୦ା୧୨(ଆଦିତ୍ୟେଶ୍ୱର ମିଶ୍ର): ସମାକୁପା ଅଞ୍ଚଳରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ଏକ ଗାଈକୁ ମାରି ଖାଇଦେଇଛି ବାଘ। ଜଙ୍ଗଲରେ ବାଘର ପାଦଚିହ୍ନ ଏବଂ ମଳ ଦେଖି ସ୍ଥାନୀୟ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସନ୍ଧ୍ୟା ହେଲେ ଗାଁରେ ପଡୁଛି ତାଟି କବାଟ l ବାଘ ଭୟରେ ଘରୁ ବାହାରୁ ନାହାନ୍ତି ଲୋକେ।

ସୂଚନାନୁଯାୟୀ, ଗତ ଦୁଇରୁ ତିନିଦିନ ହେଲା ସମାକୁପା ଅଞ୍ଚଳରେ ଏକ ବାଘର ପାଦଚିହ୍ନ ଗ୍ରାମବାସୀ ଦେଖିବାକୁ ପାଇଛନ୍ତି। ପ୍ରତିଦିନ ଗାଁରୁ ଜଙ୍ଗଲକୁ ଚଳିବାକୁ ଯାଇଥିଲା ଗାଈ। ଏହା ପରେ ଗ୍ରାମବାସୀ ଜଙ୍ଗଲକୁ ଗୋରୁ ଖୋଜିବା ପାଇଁ ବାହାରିଥିଲେ। ଆଉ ଜଙ୍ଗଲକୁ ଯାଇ ଗ୍ରାମବାସୀ ଯାହା ଦେଖି ଥିଲେ ତାଙ୍କର ବି ହୋସ୍‌ ଉଡ଼ିଯାଇଥିଲା। ଗ୍ରାମବାସୀ ଓ ଗାଈ ଜଗୁଆଳଙ୍କ ସନ୍ଦେହ ସତ ହୋଇଥିଲା । ଜଙ୍ଗଲରେ ଗାଈର ମୃତଦେହ ଅବଶେଷ ଦେଖିବା ସହ ବାଘ ପାଦଚିହ୍ନ ଓ ମଳ ମଧ୍ୟ ଦେଖିବାକୁ ପାଇଛନ୍ତି । ଯାହାକୁ ଦେଖି ଅଞ୍ଚଳରେ ଭୟର ବାତାବରଣ ରହିଥିବା ବେଳେ ବାଘକୁ ଅଞ୍ଚଳରୁ ଘୋଡ଼ାଇବା ପାଇଁ ଗ୍ରାମବାସୀ ଦାବି କରିଛନ୍ତି।

ଅନ୍ୟପଟେ ଏହି ବାଘଟି କଲରାପତାରିଆ ନା ମହାବଳ ବାଘ ତାହା ଅସ୍ପଷ୍ଟ ରହିଛି। ତାହା ବନବିଭାଗ ତଦନ୍ତ କରି ଲୋକଙ୍କୁ ସଚେତନତା କରାଇବାର ଆବଶ୍ୟକତା ରହିଛି ବୋଲି ଗ୍ରାମବାସୀ କହିଛନ୍ତି।

Dharitri – Odisha’s No.1 Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…

ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

‘ମୁଣ୍ଡରେ କଫନ୍ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛି’: ମହମ୍ମଦ ମୋକିମ୍

କଟକ,୧୧ା୧୨: ଓଡ଼ିଶା କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍‌ ଦଳର ସଂସ୍କାର ଆଣିବା ଉଦ୍ଦେଶ୍ୟରେ ବାହାରିଥିବା କହିଛନ୍ତି। ପୂର୍ବରୁ ପିସିସି ସଭାପତି...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri