ଅସହ୍ୟ, ଅସମ୍ଭାଳ  ହୋଇପଡ଼ିଲାଣି ଶୀତ: ଥରୁଛି  ଓଡ଼ିଶାର କଶ୍ମୀର 

ଦାରିଙ୍ଗବାଡି,୧୧।୧୨ (ଅରୁଣ ସାହୁ ): ଦିନକୁ ଦିନ ତାପମାତ୍ରା ତଳ ମୁହାଁ ହେବାରେ ଲାଗିଛି । ଏବେ ଶୀତ ଯେମିତି ଦାଉ ସାଧୁଛି ।ଏଭଳି ସ୍ଥିତି ଦେଖିବାକୁ ମିଳିଛି ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ । ଦିନକୁ ଦିନ ଶୀତର ଲହରୀ ଅଞ୍ଚଳବାସୀଙ୍କ ପାଇଁ ଅସହ୍ୟ, ଅସମ୍ଭାଳ ହେବାରେ ଲାଗିଛି । ଦିନ ଓ ରାତିରେ ଶୀତର ଲହରୀ ଅନୁଭବ ହେଉଥିବା ବେଳେ  ସନ୍ଧ୍ୟା ନଇଁ ଆସିବା ପରଠାରୁ ପରଦିନ ସକାଳ ୧୦ଟା ପର୍ଯ୍ୟନ୍ତ ଅସହ୍ୟ ଜାଡ଼ ଅସ୍ତବ୍ୟସ୍ତ କରିପକାଉଛି। ଶ୍ରମିକ ହୁଅନ୍ତୁ କି ସରକାରୀ ଓ ବେସରକାରୀ କର୍ମଚାରୀ ସଠିକ ସମୟରେ ନିଜ କାମଧନ୍ଦା ପାଇଁ ପହଞ୍ଚିବା ମୁସ୍କିଲ ହୋଇପଡିଛି। ଏବେ ଖରା ଓ ନିଆଁ ଅଧିକା ଜରୁରୀ ହୋଇପଡିଛ। କାମଧନ୍ଦା ନଥିଲେ ସକାଳ ସମୟରେ ଲୋକ ଘରୁ ବାହାରୁ ନ ଥିବା ବେଳେ ସନ୍ଧ୍ୟା  ହେବାକ୍ଷଣି ରାସ୍ତାଘାଟ, ବଜାର ଜନ ଶୂନ୍ୟ ହୋଇପଡୁଛି। ଖାଁ ଖାଁ ହୋଇଯାଉଛି ଗାଁ ଦାଣ୍ଡ।
ଯଦି ଆଭ୍ୟନ୍ତରୀଣ ଅଞ୍ଚଳ କଥା ଦେଖାଯିବ ସେଠି ଗୋଟିଏ ଦୃଶ୍ୟ ଲୋକମାନେ ନିଆଁ ଲଗାଇ ବସୁଥିବା ଦେଖିବାକୁ ମିଳିଛି। ବୃଦ୍ଧାବୃଦ୍ଧଙ୍କ ଅବସ୍ଥା ଅତି ଶୋଚନୀୟ ସେମାନଙ୍କ ପାଇଁ ଶୀତକୁ ସମ୍ଭାଳିବା ବହୁତ କଷ୍ଟ ହୋଇପଡିଛି। ତେବେ ପର୍ଯ୍ୟଟକ ଶୀତର ମଜା ନେବାକୁ ଦୈନିକ ହଜାର ସଂଖ୍ୟାରେ ଦାରିଙ୍ଗବାଡିରେ ଭିଡ଼ ଜାମଉଛନ୍ତି । ଆଗକୁ ରବିବାର ପର୍ଯ୍ୟନ୍ତ ସମସ୍ତ ହୋଟେଲ, ଲଜ ଗୁଡିକ ଆଗୁଆ ବୁକିଂ ସରିଗଲାଣି ବୋଲି ହୋଟେଲ ସଙ୍ଘର ସଭାପତି ଗିରିଶ ଚନ୍ଦ୍ର ସାହୁ କହିଛନ୍ତି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ବର୍ଦ୍ଧିତ ଦରମା ନେବାକୁ ମନା କଲେ ନବୀନ, ମୁଖ୍ୟମନ୍ତ୍ରୀ ଚିଠି ଲେଖି କହିଲେ ମୋ ଦରମାକୁ…

ଭୁବନେଶ୍ୱର,୧୩ା୧୨: ଏହି କିଛିଦିନ ତଳେ ମୋହନ ସରକାର ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବଢ଼ାଇଛନ୍ତି। ବିଧାୟକଙ୍କ ଦରମା ପୂର୍ବରୁ ୧ ଲକ୍ଷ ଟଙ୍କା ଥିବାବେଳେ ସରକାର...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri