Posted inଖେଳ

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି। ଏହି ପାଞ୍ଚ ମ୍ୟାଚ୍ ବିଶିଷ୍ଟ ସିରିଜ୍ ୧-୧ରେ ବରାବର ଥିବାବେଳେ ବୁମରାହଙ୍କ ଅନୁପସ୍ଥିତି ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କରିଛି।

ଟସ୍ ସମୟରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସୂଚନା ଦେଇଥିଲେ ଯେ ବ୍ୟକ୍ତିଗତ କାରଣରୁ ବୁମରାହ ଘରକୁ ଫେରିଯାଇଛନ୍ତି। ପରେ BCCI ଏହାକୁ ନିଶ୍ଚିତ କରିଛି ଏବଂ ସିରିଜର ଅବଶିଷ୍ଟ ମ୍ୟାଚ୍‌ରେ ତାଙ୍କର ଅଂଶଗ୍ରହଣ ସମ୍ପର୍କରେ ଖୁବ୍ ଶୀଘ୍ର ସୂଚନା ଦିଆଯିବ ବୋଲି କହିଛି।

ଅଲରାଉଣ୍ଡର ଅକ୍ଷର ପଟେଲ ଅସୁସ୍ଥତା କାରଣରୁ ଏହି ମ୍ୟାଚରୁ ବାଦ୍ ପଡ଼ିଛନ୍ତି। ବୁମରାହଙ୍କ ସ୍ଥାନରେ ହର୍ଷିତ ରାଣା ଏବଂ ଅକ୍ଷରଙ୍କ ସ୍ଥାନରେ ସ୍ପିନର କୁଲଦୀପ ଯାଦବଙ୍କୁ ଚୂଡ଼ାନ୍ତ ଏକାଦଶରେ ସାମିଲ କରାଯାଇଛି।

କ୍ରିକେଟର ତିନୋଟି ଯାକ ଫର୍ମାଟ୍‌ରେ ୧୦୦ ଅନ୍ତର୍ଜାତୀୟ ୱିକେଟ୍ ନେବାରେ ପ୍ରଥମ ଭାରତୀୟ ବୋଲର ହୋଇଥିବା ବୁମରାହଙ୍କ ଅନୁପସ୍ଥିତିରେ ଟିମ୍ ଇଣ୍ଡିଆ ତୃତୀୟ ମ୍ୟାଚ୍ ଖେଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ହିନ୍ଦୁ ଯୁବକଙ୍କ ଉପରେ ଅତ୍ୟାଚାର ମାମଲାରେ ବାଂଲାଦେଶରେ ୭ ଗିରଫ, ବହୁ ଚର୍ଚ୍ଚା ପରେ ଶେଷରେ ନଇଁଲେ ୟୁନୁସ ସରକାର

ଢାକା,୨୦।୧୨: ବାଂଲାଦେଶର ମୈମନସିଂ ଜିଲାରେ ଜଣେ ହିନ୍ଦୁ ଯୁବକଙ୍କୁ ହତ୍ୟା ଘଟଣାରେ ୭ ଜଣଙ୍କୁ ଗିରଫ କରାଯାଇଛି। ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ...

ଗ୍ରାମ୍ୟ ଜଙ୍ଗଲ ଜମିରେ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ

ମହାକାଳପଡ଼ା,୨୦ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅଧୀନ ପେଟଛେଲା ଗାଁରେ ୨୪ ଏକର ସରକାରୀ ଗ୍ରାମ୍ୟ ଜଙ୍ଗଲ ଜମିରେ...

ଆଜି ୨୦୨୫ର ଶେଷ ୨୦ ତାରିଖ, ପଡୁଛି ଅଶୁଭ ଯୋଗ; ରାତି ଭିତରେ ଘଟିଯିବ…

ଏହି ବର୍ଷର ଶେଷ ୨୦ ତାରିଖ, ଅର୍ଥାତ ୨୦ ଡିସେମ୍ୱର, ୨୦୨୫ ରେ ଏକ ଅତ୍ୟନ୍ତ ଅଶୁଭ ଯୋଗ ସୃଷ୍ଟି ହେଉଛି, ଯାହା ଯୋଗୁଁ ଲୋକମାନଙ୍କୁ...

ମଣ୍ଡି ଖୋଲିବା ଦାବିରେ ଜିଲାପାଳଙ୍କ ଅଫିସ ସମ୍ମୁଖରେ ଧାରଣା ଦେଲେ ଚାଷୀ

ବଲାଙ୍ଗୀର,୨୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାର ଅଧିକାଂଶ ମଣ୍ଡି ଏ ଯାଏ ଖୋଲିପାରିନାହିଁ। ଯାହା ଫଳରେ ଚାଷୀମାନେ ଧାନ ବିକ୍ରି କରି ନ ପାରି ହଇରାଣ...

ଟି-୨୦ ବିଶ୍ୱକପ୍‌ ଟିମ୍‌ରୁ ଗିଲ୍‌ ଆଉଟ୍‌: କାରଣ କହିଦେଲେ ଚୟନକର୍ତ୍ତା

ନୂଆଦିଲ୍ଲୀ,୨୦।୧୨: ଭାରତୀୟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ଶୁବମନ ଗିଲ କିଛି ଦିନ ହେବ ଖରାପ ଫର୍ମରେ ଅଛନ୍ତି। ଆଘାତ ଯୋଗୁ ଗିଲ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

ଏମିତି ଦେଶ, ଯେଉଁଠି ଦେଖିବାକୁ ମିଳନ୍ତି ନାହିଁ ପିମ୍ପୁଡ଼ି, କାରଣ ଜାଣିଲେ…

ପିମ୍ପୁଡ଼ି ସବୁଠି ଦେଖାଯାନ୍ତି। ପୃଥିବୀରେ ଏପରି କୌଣସି ସ୍ଥାନ ନାହିଁ, ଯେଉଁଠାରେ ପିମ୍ପୁଡ଼ି ନାହାନ୍ତି। ସାରା ବିଶ୍ୱରେ ବିଭିନ୍ନ ପ୍ରକାରର ପିମ୍ପୁଡ଼ି ଦେଖିବାକୁ ମିଳିଥାନ୍ତି। ସେମାନଙ୍କ...

ରେଞ୍ଜରଙ୍କ ଘରୁ ମିଳିଲାଣି ପୁଳାପୁଳା ଟଙ୍କା : ୬୭ ଲକ୍ଷର ଜମା

ଜଗତ୍‌ସିଂହପୁର,୨୦।୧୨: ଜଗତସିଂହପୁର ରାହାମା ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ପରେ ମିଳିଲାଣି ୬୭ ଲକ୍ଷ ବ୍ୟାଙ୍କ ଓ ପୋଷ୍ଟାଲ ଜମା। ଆୟ ବର୍ହିଭୂତ...

ପୁଅକୁ ନେଇ ଏମିତି କହିଦେଲେ ବିକି କୌଶଳ: ବଢୁଛି ଚର୍ଚ୍ଚା

ନିକଟରେ ଅଭିନେତା ବିକି କୌଶଳ ବାପା ହୋଇଛନ୍ତି। ଏଥିପାଇଁ ତାଙ୍କ ଖୁସି କହିଲେ ନ ସରେ। ସ୍ତ୍ରୀ ତଥା ଅଭିନେତ୍ରୀ କ୍ୟାଟ୍ରିନା କୈଫଙ୍କ ସହ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri