Posted inଜାତୀୟ

ଡାକ୍ତରଙ୍କ ମୁହଁରୁ ହିଜାବ ଟାଣିଦେଲେ ନୀତୀଶ କୁମାର, ମାନସିକ ସ୍ଥିତି ଉପରେ ପ୍ରଶ୍ନ ଉଠାଇଲା ବିରୋଧୀ

ନୂଆଦିଲ୍ଲୀ,୧୫।୧୨: ଦଶମ ଥର ପାଇଁ ବିହାର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବାର କିଛି ସପ୍ତାହ ପରେ, ନୀତୀଶ କୁମାର ଏକ ସରକାରୀ କାର୍ଯ୍ୟକ୍ରମରେ ଜଣେ ମହିଳା ଡାକ୍ତରଙ୍କ ମୁହଁରୁ ହିଜାବ ଟାଣି ଦେବା ଘଟଣାକୁ ନେଇ ତୀବ୍ର ବିବାଦ ସୃଷ୍ଟି ହୋଇଛି। ଏହି ଘଟଣା ପରେ ବିରୋଧୀ ଦଳଗୁଡ଼ିକ ତାଙ୍କର ମାନସିକ ସ୍ଥିତି ଉପରେ ପ୍ରଶ୍ନ ଉଠାଇଛନ୍ତି।

ସୋମବାର ପାଟନାରେ ଅନୁଷ୍ଠିତ ଏକ ଆୟୁଷ ଡାକ୍ତରଙ୍କୁ ପ୍ରମାଣପତ୍ର ବଣ୍ଟନ କାର୍ଯ୍ୟକ୍ରମ ସମୟରେ, ୭୪ ବର୍ଷୀୟ ଜେଡି(ୟୁ) ମୁଖ୍ୟ ନୀତୀଶ କୁମାର ଜଣେ ଡାକ୍ତରଙ୍କୁ ହିଜାବ ହଟାଇବା ପାଇଁ ଇଙ୍ଗିତ କରିଥିଲେ। ମହିଳା ଡାକ୍ତର ଜଣଙ୍କ କୌଣସି ପ୍ରତିକ୍ରିୟା ଦେବା ପୂର୍ବରୁ ହିଁ କୁମାର ଆଗକୁ ବଢ଼ି ତାଙ୍କ ମୁହଁରୁ ହିଜାବ ଟାଣି ଦେଇଥିଲେ, ଯାହା ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ତାଙ୍କୁ ଅଟକାଇବାକୁ ଚେଷ୍ଟା କରୁଥିବା ଦେଖାଯାଇଛି।

ନୀତିଶଙ୍କ ଏହି କାର୍ଯ୍ୟକୁ ‘ନିନ୍ଦନୀୟ’ ଓ ‘ଲଜ୍ଜାଜନକ’ କହି ତୁରନ୍ତ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାକୁ ଦାବି କରିଛି। କଂଗ୍ରେସ କହିଛି ଯେ ବିହାରର ସର୍ବୋଚ୍ଚ ପଦରେ ଥିବା ଜଣେ ବ୍ୟକ୍ତି ଏପରି ନିନ୍ଦନୀୟ କାର୍ଯ୍ୟ କରୁଥିବାବେଳେ ରାଜ୍ୟରେ ମହିଳାମାନେ କେତେ ସୁରକ୍ଷିତ ରହିବେ?

ଆରଜେଡି ସୋସିଆଲ ମିଡ଼ିଆରେ ଲେଖିଛି ଯେ “ନୀତୀଶ ଜୀଙ୍କୁ କ’ଣ ହୋଇଛି? ତାଙ୍କର ମାନସିକ ସ୍ଥିତି ଏବେ ସମ୍ପୂର୍ଣ୍ଣ ଶୋଚନୀୟ ଅବସ୍ଥାରେ ପହଞ୍ଚିଛି।” ଆର୍‌ଜେଡି ମୁଖପାତ୍ର ଇଜାଜ ଅହମ୍ମଦ କହିଛନ୍ତି ଯେ ଏହା ଜେଡିୟୁ-ବିଜେପି ମେଣ୍ଟର ମହିଳାଙ୍କ ପ୍ରତି ଥିବା ମନୋଭାବକୁ ସ୍ପଷ୍ଟ କରୁଛି ଏବଂ ଏହା ସାମ୍ବିଧାନିକ ଧାର୍ମିକ ସ୍ୱାଧୀନତା ବିରୋଧୀ କାର୍ଯ୍ୟ।

ଉଲ୍ଲେଖଯୋଗ୍ୟ ଯେ, ନିର୍ବାଚନ ପୂର୍ବରୁ ମଧ୍ୟ ଜନ ସୁରାଜର ପ୍ରଶାନ୍ତ କିଶୋର ଏବଂ ଅନ୍ୟ କେତେକ ନେତା ନୀତୀଶ କୁମାରଙ୍କ ମାନସିକ ସ୍ୱାସ୍ଥ୍ୟ ଏବଂ ଶାସନ କରିବାର ଉପଯୁକ୍ତତା ଉପରେ ପ୍ରଶ୍ନ ଉଠାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

ଜିଆ ଖାଉଛି ମାଛକୁ

ଗାଡ଼ିଆରେ ବନିଶିରେ ମାଛ ଧରାଯାଉଥିବାର ଏକ ଦୃଶ୍ୟକୁ ଅବତାରଣା କରାଯାଉ। ଜଣେ ବ୍ୟକ୍ତି ବାଉଁଶ ଛଡ଼ିରେ ସୂତା ଲଗାଇ ସେଥିରେ କଣ୍ଟା ଓହଳାଇ ଥାଏ। ସୂତାକୁ...

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ଦିଲ୍ଲୀ ସରକାରଙ୍କ ପ୍ରାଣମୁର୍ଚ୍ଛା ଉଦ୍ୟମ, ପ୍ରଦୂଷଣ ରୋକିବାକୁ ‘ତନ୍ଦୁର’ ଉପରେ ଲାଗିଲା ବ୍ୟାନ

ନୂଆଦିଲ୍ଲୀ,୧୬।୧୨: ଦିଲ୍ଲୀରେ ବାୟୁ ପ୍ରଦୂଷଣ ସଙ୍କଟଜନକ ସ୍ତରରେ ପହଞ୍ଚିବା ପରେ ରାଜ୍ୟ ସରକାର ଅଧିକ କଡ଼ା କଟକଣା ଲାଗୁ କରିଛନ୍ତି। ରୁଟି ଏବଂ ଅନ୍ୟାନ୍ୟ ଖାଦ୍ୟ...

ଧୋନୀଙ୍କ ଟିମକୁ ଯିବା କଥା ଶୁଣି ବହିଲା ଲୁହର ଧାର, ୧୪.୨ କୋଟି ଟଙ୍କାରେ ନିଲାମ ଖବର…

ନୂଆଦିଲ୍ଲୀ,୧୬।୧୨: ଆଇପିଏଲ୍ ୨୦୨୬ ନିଲାମିରେ ମହେନ୍ଦ୍ର ସିଂ ଧୋନିଙ୍କର ଜଣେ ବଡ଼ ଫ୍ୟାନ୍ ତଥା ୱିକେଟକିପର-ବ୍ୟାଟର୍ କାର୍ତ୍ତିକ ଶର୍ମାଙ୍କ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK)...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri