ଦେବଗଡ ବନ୍ଦ ପ୍ରସଙ୍ଗ : ଆନ୍ଦୋଳନର ନେତୃତ୍ୱ ନେବ ଜିଲା ମହିଳା ଏକତା ମଞ୍ଚ

ଦେବଗଡ, ୧୫ା୧୨ (ଶଶାଙ୍କ ଶେଖର ଝାଙ୍କର):ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ କୋଠାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟ ସେବା ଦାବିରେ ଜିଲା ଯୁବ ଏକତା ମଞ୍ଚ ପକ୍ଷରୁ ଦୀର୍ଘ ମାସ ଧରି ଜାରି ରହିଥିବା ଆନ୍ଦୋଳନକୁ ଅଧିକ ପ୍ରଭାବି କରିବା ଉଦେଶ୍ୟରେ ଯୁବ ଏକତା ମଞ୍ଚ ସପକ୍ଷରେ ଜିଲା ମହିଳା ଏକତା ମଞ୍ଚ ଯୁଦ୍ଧଂଦେହି ଡାକରା ଦେଇ ଆଗକୁ ଆସିଛି l ଜିଲା ମୁଖ୍ୟ ଚିକିତ୍ସାଳୟ ପୁରୁଣା କୋଠାରେ ମଞ୍ଚର ଡାକରାରେ ଶତାଧିକ ମହିଳାଙ୍କ ସମେତ ଯୁବ ଏକତା ମଞ୍ଚର ଶତାଧିକ ସଦସ୍ୟ ଏକତ୍ରିତ ହୋଇ ଯୁବ ଏକତା ମଞ୍ଚର ଦାବିକୁ ପୂରଣ କରିବାରେ ସରକାର ଜାଣିଶୁଣି ଅଣଦେଖା କରୁଥିବା ଅଭିଯୋଗ କରିଥିଲେ । ଏଥିସହ ଦେବଗଡ଼ବାସୀଙ୍କ ସ୍ବାସ୍ଥ୍ୟ ସେବା ଭଳି ମୌଳିକ ଅଧିକାର ପାଇଁ ମଞ୍ଚ ଆନ୍ଦୋଳନ ଜାରି ରଖିଥିବା ବେଳେ ସମ୍ବଲପୁର ଲୋକସଭା ଏମ୍‌ପି ତଥା କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଚାହିଁଲେ କ୍ଷଣିକେ ଜିଲାବାସୀଙ୍କ ଦାବି ପୂରଣ ହେବାସହ ସେମାନେ ମୌଳିକ ଅଧିକାର ପାଇପାରିବେ ବୋଲି ଅନେକ ମହିଳା ମତବ୍ୟକ୍ତ କରିଥିଲେ ।
ତେବେ ଯୁବ ଏକତା ମଞ୍ଚ ପକ୍ଷରୁ ୧୫ ଡିସେମ୍ବର ସୁଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟ ପୁରୁଣା କୋଠାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟ ସେବା ଯୋଗାଇବାକୁ ଜିଲା ପ୍ରଶାସନ ଓ ରାଜ୍ୟ ସରକାରଙ୍କୁ ମହଲତ ଦେଇଥିବାବେଳେ ଉକ୍ତ ମହଲତ ପୁରା ହୋଇଥିଲେ ମଧ୍ୟ ଦାବି କାର୍ଯ୍ୟକାରୀ ନ ହେବା ଯୋଗୁ ମଞ୍ଚ ପକ୍ଷରୁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁଯାୟୀ ଆସନ୍ତା ୧୭ ତାରିଖ ଦେବଗଡ଼ ବନ୍ଦ ଡାକରାକୁ ପ୍ରଥମଥର ପାଇଁ ମହିଳା ଏକତା ମଞ୍ଚ ନିଜ ହାତକୁ ନେଇ ଆନ୍ଦୋଳନକୁ ଓହ୍ଲାଇଥିବା ଜଣାପଡିଛି l ଅନ୍ୟପକ୍ଷରେ ଯୁବ ଏକତା ମଞ୍ଚ ଡାକରାରେ ଆୟୋଜିତ ଜନସଭାରେ ଜିଲାର ବହୁ ଆଇନଜୀବୀ, ରାଜନୈତିକ ଦଳର ସଦସ୍ୟ, ଶିକ୍ଷାବିତ, ବୁଦ୍ଧିଜୀବୀ,ବିଭିନ୍ନ ଅନୁଷ୍ଠାନର କାର୍ଯ୍ୟକର୍ତ୍ତା ଉପସ୍ଥିତ ରହି ନିଜ ନିଜ ମତ ପ୍ରକାଶ କରିଥିଲେ l

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri