ମହମ୍ମଦ ମୋକିମ କିଏ… ବର୍ଷିଲେ ପିସିସି ସଭାପତି: ଗୁମର ଖୋଲି କହିଲେ..

ଭୁବନେଶ୍ୱର,୧୬।୧୨: କଂଗ୍ରେସରୁ ମହମ୍ମଦ ମୋକିମଙ୍କ ବହିଷ୍କାର ପରେ ପିସିସି ସଭାପତି ଭକ୍ତ ଦାସ ପ୍ରତିକ୍ରିୟା ଦେଇଛନ୍ତି। ସାମ୍ବାଦିକଙ୍କ ପ୍ରଶ୍ନରେ ସେ କହିଛନ୍ତି, ମହମ୍ମଦ ମୋକିମ କିଏ, ମାତ୍ର ଗୋଟିଏ ଥର ବିଧାନସଭା ନିର୍ବାଚନ ଜିତିଛନ୍ତି। ନିଜ କଥା ରଖିବାର ସବୁ ସଦସ୍ୟଙ୍କ ନିକଟରେ ଅଧିକାର ଅଛି। ଦଳୀୟ ନେତୃତ୍ୱ ସେମାନଙ୍କ କଥା ନିଶ୍ଚିତ ଶୁଣିବେ। ସୋନିଆଙ୍କୁ ଚିଠି ଲେଖିବାରେ କୌଣସି ସମସ୍ୟା ନାହିଁ। କିନ୍ତୁ ଚିଠିକୁ ମିଡିଆରେ ପ୍ରଘଟ କରିବାର କ’ଣ ଆବଶ୍ୟକତା ଥିଲା। କାରଣ ସେ ଦଳରେ ରହିବାକୁ ଚାହୁଁ ନ ଥିଲେ।
ରାହୁଲ ଗାନ୍ଧୀଙ୍କ ବିଷୟରେ ସେ କ’ଣ ଜାଣନ୍ତି ବୋଲି ଭକ୍ତ ପ୍ରଶ୍ନ କରିଛନ୍ତି। ରାହୁଲ ଦେଶ ସାରା ପଦଯାତ୍ରା କରି ଲୋକଙ୍କୁ ସଚେତନ କଲେ। ଏହା କ’ଣ କଠିନ ପରିଶ୍ରମ ନୁହେଁ, ଚିଠି ଲେଖି ସେ ରାହୁଲଙ୍କୁ ଗାଇଡ କରିବେ। ଏହା ବିରୋଧୀଙ୍କ କାମ କହି ମୋକିମଙ୍କୁ ସମାଲୋଚନା କରିଛନ୍ତି ଭକ୍ତ। ଯଦି କେହି ନିଜ ନେତାଙ୍କ କଠିନ ପରିଶ୍ରମ ଓ ତ୍ୟାଗ ଦେଖିପାରୁନି, ସେମାନଙ୍କୁ କଣ କୁହାଯିବ।

ସୂଚନାଯୋଗ୍ୟ, ନୂଆପଡ଼ା ଉପନିର୍ବାଚନ ପରେ କଂଗ୍ରେସରେ ଏକପ୍ରକାର ଅସନ୍ତୋଷର ବାତାବରଣ ସୃଷ୍ଟି ହୋଇଛି। କିଛିଦିନ ପୂର୍ବରୁ କଂଗ୍ରେସର ଜାତୀୟ ଏବଂ ରାଜ୍ୟସ୍ତରୀୟ ନେତୃବୃନ୍ଦଙ୍କ ଉପରେ ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍‌ ପ୍ରଶ୍ନ ଉଠାଇବା ମହଙ୍ଗା ସାବ୍ୟସ୍ତ ହୋଇଛି। ପିସିସିର ସୁପାରିସକୁ ଅଖିଳ ଭାରତୀୟ କଂଗ୍ରେସ କମିଟି(ଏଆଇସିସି) ଅନୁମୋଦନ କରିବା ପରେ ପିସିସି ସଭାପତି ଭକ୍ତ ଚରଣ ଦାସ ଦଳର ପ୍ରାଥମିକ ସଦସ୍ୟ ପଦରୁ ମୋକିମ୍‌ଙ୍କୁ ବହିଷ୍କାର କରିଛନ୍ତିି। ଏସଂକ୍ରାନ୍ତରେ ଡିସେମ୍ବର ୧୩ରେ ଭକ୍ତ ନିର୍ଦ୍ଦେଶନାମା ଜାରି କରିଛନ୍ତି।
ମୋକିମ୍‌ଙ୍କ ଏଭଳି ହୁଙ୍କାପିଟା ନୀତିକୁ କେତେକ ବରିଷ୍ଠ କଂଗ୍ରେସ ନେତା ସମାଲୋଚନା କରୁଥିବାବେଳେ ଆଉ କେତେକ ଏହାର ପୁନର୍ବିଚାର କରିବା ଦଳ ପାଇଁ ଠିକ୍‌ ହେବ ବୋଲି କହୁଛନ୍ତି। ଏହି ପରିପ୍ରେକ୍ଷୀରେ ମୋକିମ୍‌ ଖବରଦାତା ସମ୍ମିଳନୀରେ କହିଛନ୍ତି, ମୁଁ ରାଜନୀତିରେ ଥିଲି, ଅଛି ଏବଂ ଆଗକୁ ରହିବି। ସେ କହିଛନ୍ତି, ୨୪ ଘଣ୍ଟା ସମାଜ ପାଇଁ କାମ କରିବି, ରାଜନୀତି ଗୋଟିଏ ପ୍ଲାଟଫର୍ମ। ତେବେ ସମର୍ଥକ, ଶୁଭେଚ୍ଛୁଙ୍କ ସହ ଆଲୋଚନା ପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ। ସେ କହିଛନ୍ତି, ଶେଷ ନିଃଶ୍ବାସ ପର୍ଯ୍ୟନ୍ତ କଟକ ଓ ଓଡ଼ିଶାବାସୀଙ୍କ ପାଇଁ କାମ କରିବି। ଜାତୀୟ ଏବଂ ରାଜ୍ୟ ନେତୃବୃନ୍ଦଙ୍କୁ ନେଇ ଯେଉଁ ପ୍ରଶ୍ନ ଉଠାଇଛିି ତାହା କେବଳ ଦଳକୁ ଆଗାମୀ ଦିନରେ ସୁସଂଗଠିତ କରିବାପାଇଁ ବୋଲି ମୋକିମ୍‌ କହିଛନ୍ତି।
ସେ କହିଛନ୍ତି, କଂଗ୍ରେସ ମୋତେ ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କାର କରିଛି, କିନ୍ତୁ ମୋ ବିଚାରଧାରାରୁ କଂଗ୍ରେସକୁ କେହି ଦୂରେଇ ପାରିବେ ନାହିଁ। ଦଳକୁ ଆଇନ ଦେଖାଇବାରୁ ଯଦି କାର୍ଯ୍ୟାନୁଷ୍ଠାନ ହୋଇଛି, ଏହାକୁ ଗ୍ରହଣ କରୁଛି। ଆମେ ରାହୁଲଙ୍କୁ ଅନୁସରଣ କରୁଥିଲୁ। ସେ କୁହନ୍ତି କଂଗ୍ରେସ କାହାକୁ ଡରେନାହିଁ। ତେଣୁ ମୁଁ କାହାକୁ ନ ଡରି ଚିଠି ଲେଖିଥିଲି, କିନ୍ତୁ ମୋ ଉପରେ କାର୍ଯ୍ୟାନୁଷ୍ଠାନ ହେଲା। ଯାହା କରିଛି ସେଥିରେ ଅନୁଶୋଚନା ନାହିଁ, ଆଗକୁ କଂଗ୍ରେସ ପାଇଁ ଭଲ ହେବ ବୋଲି ଆଶା କରୁଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri