Posted inଖେଳ

IPL 2026 ନିଲାମ: ଜାଣନ୍ତୁ କିଏ ରହିଲେ ଅନ୍‌ ସୋଲ୍ଡ

ଆବୁଧାବି,୧୬।୧୨: IPL 2026 ନିଲାମ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଅଷ୍ଟ୍ରେଲିଆ ଅଲ୍‌ରାଉଣ୍ଡର କ୍ୟାମେରନ ଗ୍ରୀନଙ୍କୁ KKR ସର୍ୱାଧିକ ୨୫ କୋଟି ୨୦ ଲକ୍ଷରେ କିଣିଛି। ଫଳରେ ସେ ମିନି ଅକ୍ସନରେ ଗ୍ରୀନ IPL ଇତିହାସର ସବୁଠାରୁ ମହଙ୍ଗା ବିଦେଶୀ ଖେଳାଳି ହୋଇଛନ୍ତି। ହେଲେ ଭାରତୀୟ ବ୍ୟାଟର ପୃଥ଼୍ବୀ ଶ’ ଆଇପିଏଲ ନିଲାମର ପ୍ରଥମ ପର୍ଯ୍ୟାୟରେ ଅନ୍‌ ସୋଲ୍ଡ ରହିଛିନ୍ତି। ତାଙ୍କର ବେସ୍‌ ପ୍ରାଇସ୍‌ 7.5 ମିଲିୟନ ଟଙ୍କା ଥିଲା। ତଥାପି ତାଙ୍କୁ କୌଣସି ଦଳ କିଣି ନ ଥିଲେ। ସେହିପରି ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟସମ୍ୟାନ ଜ୍ୟାକ୍‌ ଫ୍ରେଜର ମ୍ୟାକଗର୍କ ମଧ୍ୟ ପ୍ରଥମ ପର୍ଯ୍ୟାୟରେ ବିକ୍ରୟ ହୋଇ ନାହାନ୍ତି। ଅନ୍ୟପକ୍ଷେ ଚେନ୍ନାଇ ସୁପର କିଙ୍ଗସ ପାଇଁ ଖେଳିଥିବା ଡେଭନ୍‌ କନୱେ ମଧ୍ୟ ଅନ୍‌ ସୋଲ୍ଡ ରହିଛିନ୍ତି।

ଆଇପିଏଲ 2026 ନିଲାମରେ ବିକ୍ରୟ ହୋଇଥିବା ପ୍ରଥମ ଖେଳାଳି ଡେଭିଡ ମିଲର ରହିଥିଲେ, ଯାହାଙ୍କୁ ଦିଲ୍ଲୀ କ୍ୟାପିଟାଲ୍ସ କିଣିଥିଲା। ଦିଲ୍ଲୀ ତାଙ୍କୁ ୨ କୋଟି(୨୦ମିଲିୟନ ଟଙ୍କା)ରେ କିଣିଥିଲା। ନିଲାମର ପ୍ରଥମ ପର୍ଯ୍ୟାୟରେ ବିକ୍ରୟ ନ ହୋଇଥିବା ଖେଳାଳିମାନେ ଯଦି ଦଳଗୁଡ଼ିକ ସେମାନଙ୍କ ନାମ ଦାଖଲ କରନ୍ତି ତେବେ ଆକ୍ସିଲେଟର ରାଉଣ୍ଡରେ ପୁନର୍ୱାର ଖେଳିପାରିବେ।

2026 ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣର ନିଲାମ ପ୍ରକିୟା ଚାଲିଛି। ନିଲାମ ପ୍ରକିୟାରେ ସାମିଲ ଥିବା ୧୦ଟି ଦଳ ଗତ ମାସ ନଭେମ୍ୱର ୧୫ରେ ସେମାନଙ୍କ ରିଟେନଶନ ତାଲିକା ପ୍ରକାଶ କରିଥିଲେ। ଉଲ୍ଲେଖ ଯୋଗ୍ୟ, ଗୋଟିଏ ଦଳରେ ସର୍ୱାଧିକ ୨୫ଜଣ ଖେଳାଳି ରହିପାରିବେ।

 

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଧୋନୀଙ୍କ ଟିମକୁ ଯିବା କଥା ଶୁଣି ବହିଲା ଲୁହର ଧାର, ୧୪.୨ କୋଟି ଟଙ୍କାରେ ନିଲାମ ଖବର…

ନୂଆଦିଲ୍ଲୀ,୧୬।୧୨: ଆଇପିଏଲ୍ ୨୦୨୬ ନିଲାମିରେ ମହେନ୍ଦ୍ର ସିଂ ଧୋନିଙ୍କର ଜଣେ ବଡ଼ ଫ୍ୟାନ୍ ତଥା ୱିକେଟକିପର-ବ୍ୟାଟର୍ କାର୍ତ୍ତିକ ଶର୍ମାଙ୍କ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK)...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

IPL ନିଲାମ: ଫିଟିଲା ଭାଗ୍ୟ, ତୃତୀୟ ରାଉଣ୍ଡରେ ପୃଥ୍ୱୀ ଶ’ଙ୍କୁ କିଣିଲା ଏହି ଟିମ୍

ଆବୁଧାବି,୧୬।୧୨: କ୍ୟାରିଅରରେ ବଡ଼ ଧରଣର ଅବନତି ଦେଇ ଗତି କରୁଥିବା ୨୬ ବର୍ଷୀୟ ମହାରାଷ୍ଟ୍ରର ଓପନିଂ ବ୍ୟାଟ୍ସମ୍ୟାନ୍ ପୃଥ୍ୱୀ ଶ’ଙ୍କୁ ଆଇପିଏଲ୍ ୨୦୨୬ ମିନି-ନିଲାମରେ ପୁଣି...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri