ଋଷିକୁଲ୍ୟା ମା’ ରାମଚଣ୍ଡୀ ପୀଠ ହେବ ତୀର୍ଥକ୍ଷେତ୍ର

ଗଞ୍ଜାମ,୧୬।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଛତ୍ରପୁର ସଦର ମହକୁମା ନିକଟସ୍ଥ ନୀଳାଦ୍ରିପୁର ଗ୍ରାମରେ ଅବସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ବିବାସିନୀ ମା’ ରାମଚଣ୍ଡୀଙ୍କ ପୀଠ। ଏହି ଅବସରରେ ମା’ ରାମଚଣ୍ଡୀ ମନ୍ଦିର ଟ୍ରଷ୍ଟ ଏବଂ ପରିଚାଳନା କମିଟି, ପୂଜା କମିଟି ପକ୍ଷରୁ ଏକ ରାଜ୍ୟସ୍ତରୀୟ ୟୁଟ୍ୟୁବର୍‌ ଓ ଗଣମାଧ୍ୟମ ବ୍ୟକ୍ତିଙ୍କ ଭବ୍ୟ-ସମାବେଶରେ ମୁଖ୍ୟ ଅତିଥି ରୂପେ ଓଡ଼ିଶା ସରକାରଙ୍କ ପ୍ରାକ୍ତନ ମୁଖ୍ୟ ଶାସନ ସଚିବ ବିଜୟ କୁମାର ପଟ୍ଟନାୟକ ଯୋଗଦେଇ ଗଞ୍ଜାମ ଜଲା ହେଉଛି, ପ୍ରାଚୀନ ଆଦ୍ୟ ସାହିତ୍ୟ, ସଂସ୍କୃତି, ଚଳଣି, ଖାଦ୍ୟ, ବସ୍ତ୍ରରେ ସବୁଠୁ ନିଆରା ପରମ୍ପରା ଅଟେ ବୋଲି ବ୍ୟାଖ୍ୟା କରିଥିଲେ । ମୁଖ୍ୟ ବକ୍ତା ସଂଗ୍ରାମ କେଶରୀ ଷଡ଼ଙ୍ଗୀ ଯୋଗଦେଇ କହିଥିଲେ ଗଞ୍ଜାମ ଜିଲା, ପ୍ରାଚୀନ ଶିକ୍ଷା ଓ ସଂସ୍କୃତି ଏକ ଅଭିନ୍ନ ପରମ୍ପରା ଯାହା ଅନ୍ୟତ୍ର ନାହିଁ, ଏହି ଜିଲାର ପର୍ଯ୍ୟଟନସ୍ଥଳୀ ଖୁବ ମହନୀୟ ଅଟେ। ଗଞ୍ଜାମର ମା’ ରାମଚଣ୍ଡୀ ଓ ମା’ ତାରାତାରିଣୀ ମନ୍ଦିର ଭଳି ଶକ୍ତି ପୀଠର ମାହାତ୍ମ୍ୟ ନିଆରା ଅଟେ ବୋଲି ମତବ୍ୟକ୍ତ କରିଥିଲେ। ଏହି ଅବସରରେ ରାମଚଣ୍ଡୀ ପୀଠର ସ୍ଥାପତି ପଣ୍ଡିତ ପ୍ରଦୀପ ପ୍ରଜ୍ବଳନ କରି ବିଜୟ କୁମାର ତ୍ରିପାଠୀ, ମନ୍ଦିର ଟ୍ରଷ୍ଟ ପକ୍ଷରୁ ସୁଧାକର ପଣ୍ଡା, ଲକ୍ଷ୍ମୀନୃସିଂହ ପଣ୍ଡା,ଉପଦେଷ୍ଟା କୃଷ୍ଣ ଚନ୍ଦ୍ର ନାୟକ (ମହାରାଜ), ଗଞ୍ଜାମ ବରିଷ୍ଠ ନାଗରିକ ସଂଘର ସମ୍ପାଦକ ବିନୋଦ ମହାପାତ୍ର,ଆର୍ମି କୋଚ ସୀମାଞ୍ଚଳ ବାରିକ, ସୋନିଡିଗ ଟେକ୍‌ନୋଲୋଜିର ମୁଖ୍ୟ ସୋନାଲି ଶତପଥୀ, ପୁରୁଷୋତ୍ତମପୁର ତହସିଲଦାର ବିନୋଦ ଚନ୍ଦ୍ର ବେହେରା ଏବଂ ଛତ୍ରପୁର ପୌର ନିର୍ବାହୀ ଅଧିକାରୀ ପ୍ରସନ୍ନ ଦାଶ ପ୍ରମୁଖ ବହୁ ଗଣ୍ୟମାନ୍ୟ ବ୍ୟକ୍ତି / ଅତିଥି ଯୋଗଦେଇ ଛତ୍ରପୁର ଅଞ୍ଚଳର ପ୍ରତିଷ୍ଠିତ ମା’ ରାମଚଣ୍ଡୀ ମନ୍ଦିର ଓଡ଼ିଶାର ପର୍ଯ୍ୟଟନସ୍ଥଳୀ ଭାବରେ ମାନ୍ୟତା ଏବଂ ଏହାର ମହତ୍ତ୍ୱ ସ୍ବତନ୍ତ୍ର ବିଷୟରେ ଓଡ଼ିଶା ଓ ଓଡ଼ିଶା ବାହାରେ ପ୍ରତିଷ୍ଠା ପ୍ରଚାର ପ୍ରସାର କରିବା ନିମନ୍ତେ ଆହ୍ବାନ ଦେଇଥିଲେ ।ପୂଜା କମିଟିର ସଭାପତି ସି.ଏଚ. ଦୟାନନ୍ଦ ରେଡ୍ଡୀଙ୍କ ସହ ବହୁ ସମାଜସେବୀ, ମନ୍ଦିର ସେବାୟତ ପ୍ରମୁଖ ସକ୍ରୀୟ ସହଯୋଗ କରିଥିଲେ । ଟ୍ରଷ୍ଟର ମୁଖ୍ୟ ପୁରୋଧା ତଥା ସଂଯୋଜକ କମଲ କୁମାର୍‌ ପଣ୍ଡା ଏହି ସମସ୍ତ କାର୍ଯ୍ୟକ୍ରମଚୁ ପରିଚାଳନା କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲୋ ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...

୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ

ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...

ଶୀତ ମହୋତ୍ସବ ହେବ ଉତ୍ସବମୁଖର: ସାଂସ୍କୃତିକ କାର୍ଯ୍ୟକ୍ରମକୁ ଆକୃଷ୍ଟ ପାଇଁ ଲକ୍ଷ୍ୟ

ଦାରିଙ୍ଗବାଡି,୧୭।୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ମହୋତ୍ସବ ନେଇ ତୃତୀୟଥର ପାଇଁ ପ୍ରସ୍ତୁତି ବୈଠକ ବ୍ଲକ ସଭାଗୃହ ଠାରେ ହୋଇଯାଇଛି। ବିଡ଼ିଓ ତଥା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri