ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ ହାବୁଡ଼ରେ ପଡ଼ିଛନ୍ତି। ରିଷିଡ଼ା ଫାଣ୍ଡି ଅଧିକାରୀ ମନୁଆ ବିଡିକା ଉକ୍ତ ଗାଡ଼ିକୁ ଜବତ କରି ଯୋଗାଣ ବିଭାଗକୁ ଖବର ଦେଇଥିଲେ। ଖବର ପାଇଁ ସହକାରୀ ଜିଲା ଯୋଗାଣ ଅଧିକାରୀ ସୋନାଲୀ ଖରା, ଭବାନୀପାଟଣା ମ୍ୟୁନସିପାଲଟିର ସରକାରୀ ଯୋଗାଣ ଅଧିକାରୀ ପ୍ରତିଭା ପ୍ରଧାନ, କର୍ଲାମୁଣ୍ଡା ଯୋଗାଣ ନୀରକ୍ଷକ ସ୍ମୃତିରଞ୍ଜନ ଜେନା, ନର୍ଲା ଯୋଗାଣ ନୀରକ୍ଷକ ପ୍ରଶାନ୍ତ ଶ୍ରୀଚନ୍ଦନଙ୍କୁ ନେଇ ଯୋଗାଣ ବିଭାଗର ଟିମ୍‌ ପହଞ୍ଚି ଗାଡ଼ି(ଓଡି ୦୩ ଡି ୨୭୮୫) ଓ ସେଥିରେ ଥିବା ୩୨ କୁଇଣ୍ଟାଲ ୬୮କେଜି ଧାନ ଜବତ କରିଥିଲେ l ଜବତ ଗାଡ଼ି ଓ ଧାନ ନିକଟସ୍ଥ ଲକ୍ଷ୍ମୀ ନାରାୟଣ ରାଇସ ମିଲ, ଗଜବାହାଲରେ ରଖାଯାଇଥିବା ଜଣାଯାଇଛି । ଅଞ୍ଚଳରେ ବର୍ତ୍ତମାନ ଧାନ ବେପାରୀ ମାନେ ସକ୍ରିୟ ଥିବା ବେଳେ ରିଷିଡ଼ା ପୋଲିସର ଅଚାନକ ଚଢାଇ ନେଇ ସେଇ ବେପାରୀ ମହଲରେ କୋକୁଆ ଭୟ ସୃଷ୍ଟି ହୋଇଛି। ଜବତ ଗାଡିର ମାଲିକ ଅବଜୁବାହାଲ ଗ୍ରାମର ହରେକୃଷ୍ଣ ସାହୁ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାନରେ ଇନ୍‌ପୁଟ୍‌ ଆସିଷ୍ଟାଣ୍ଟ ହ୍ରାସ, ବଢ଼ିଲା ଅସନ୍ତୋଷ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ୨ଦିନ ପରେ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ସପ୍ତାହ ପୂରିବ। ଅଥଚ ଏପର୍ଯ୍ୟନ୍ତ...

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

ଅଭିନବ ଉପାୟରେ ଠକେଇ, ଫୋନ୍‌ପେରେ ଡେମୋ ଦେଖାଇଲେ…

ଛତ୍ରପୁର,୧୬ା୧୨(ଦିଲ୍ଲୀପ ସାମଲ): ନକଲି ଫୋନ ପେ ବ୍ୟବହାର କରି ବ୍ୟବସାୟୀମାନଙ୍କୁ ଠକେଇ କରୁଥିବା ଅଭିଯୋଗର ତଦନ୍ତ ପରେ ଛତ୍ରପୁର ପୋଲିସ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ...

୭୬ ଏକର ଜାଗାରୁ ଗଞ୍ଜେଇ ଗଛ ନଷ୍ଟ

ଖଜୁରୀପଡ଼ା,୧୬ା୧୨(ବିଦୁର ବେହେରା): ବାରିକୁମ୍ପା, ସୁଡୁଲି, ଖମାର ଏବଂ ବାରିହାଗୁଡା ଜଙ୍ଗଲରେ ମଙ୍ଗଳବାର ଖଜୁରିପଡା ପୋଲିସ ଓ ଅବକାରୀ ବିଭାଗ ଚଢାଉ କରି ବେଆଇନ ଭାବେ ଚାଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri