ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର ତଦନ୍ତ ପାଇଁ ମଙ୍ଗଳବାର ରାଜ୍ୟ ମହିଳା କମିଶନ ସଦସ୍ୟା ଉର୍ମିଳା ମହାପାତ୍ର ଘଟଣାସ୍ଥଳ ପରିଦର୍ଶନ କରିବା ପରେ ଦେଇଥିବା ଏକ ବିବାଦୀୟ ମନ୍ତବ୍ୟକୁ ନେଇ ସମାଲୋଚନା ଜୋର ଧରିଛି।

ଘଟଣାସ୍ଥଳ ପରିଦର୍ଶନ ପରେ ଉର୍ମିଳା ମହାପାତ୍ର କହିଛନ୍ତି, “ଝିଅମାନଙ୍କୁ ମୋର ଅନୁରୋଧ, ନିଛାଟିଆ ଜାଗାକୁ ଯଦି ରାତି ୮ଟାରେ ଗୋଟେ ଝିଅ ଆସେ କୌଣସି ପ୍ରକାର ଅଘଟଣ ବି ଘଟିପାରେ। ଏ ପ୍ରକାର ଭାବନା ଆମ ଭିତରେ ରହିବ ଉଚିତ।” ସେ ଆହୁରି ମଧ୍ୟ କହିଛନ୍ତି ଯେ ରାତିରେ ନିଛାଟିଆ ସ୍ଥାନକୁ ଝିଅମାନେ ଯିବା ଉଚିତ୍ ନୁହେଁ।

ଗତ ଡିସେମ୍ବର ୧୦ ତାରିଖରେ ଯୁକ୍ତ ଦୁଇରେ ପଢ଼ୁଥିବା ଜଣେ ୧୭ ବର୍ଷୀୟା ନାବାଳିକା ତାଙ୍କ ସମ୍ପର୍କୀୟ ପୁରୁଷ ବନ୍ଧୁଙ୍କ ସହ ଧଉଳୀ ଶାନ୍ତି ସ୍ତୁପ ବୁଲି ଫେରୁଥିବାବେଳେ ଦୟାନଦୀ ପଠା ନିକଟରେ କିଛି ଦୁର୍ବୃତ୍ତ ତାଙ୍କୁ ଅଟକାଇ ଲୁଟ୍ କରିବା ସହ ତାଙ୍କ ପୁରୁଷ ବନ୍ଧୁଙ୍କ ସାମ୍ନାରେ ନାବାଳିକାଙ୍କୁ ଗଣବଳାତ୍କାର କରିଥିଲେ। ପୋଲିସ ଏହି ମାମଲାରେ ସୋମବାର ବିଭୁ ପ୍ରସାଦ ମିଶ୍ର ଓ କାଳନ୍ଦୀ ପାତ୍ର ନାମକ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରି ଜେଲକୁ ପଠାଇଛି।

ଏହି ଘଟଣାର ମାଷ୍ଟରମାଇଣ୍ଡ କୁହାଯାଉଥିବା ଜେଲ ଫେରନ୍ତା ଅପରାଧୀ ଜୋକର ହାପି ଏପର୍ଯ୍ୟନ୍ତ ପୋଲିସ ହାତରେ ଧରା ପଡ଼ିନାହିଁ। ସେ ରାଜ୍ୟ ବାହାରକୁ ଚମ୍ପଟ ମାରିଥିବା ସନ୍ଦେହ କରାଯାଉଛି। ହାପି ନାବାଳିକାଙ୍କ ନଗ୍ନ ଭିଡିଓ ରେକର୍ଡ କରିଥିବା ଅଭିଯୋଗ ହୋଇଛି ଏବଂ ଭିଡିଓ ଭାଇରାଲ୍ କରିବାର ଆଶଙ୍କା ଥିବାରୁ ପୀଡ଼ିତା ଭୟଭୀତ ଅଛନ୍ତି। ହାପି ବିରୋଧରେ ପୂର୍ବରୁ ହତ୍ୟା ଉଦ୍ୟମ, ଲୁଟ୍, ଚୋରି ସମେତ ୨୦ରୁ ଅଧିକ ସଙ୍ଗୀନ ମାମଲା ରହିଛି। ପୋଲିସ ବିଭିନ୍ନ ଟିମ୍ ଗଠନ କରି ହାପିକୁ ଖୋଜୁଛି। ମହିଳା କମିଶନ ସଦସ୍ୟା ଘଟଣାସ୍ଥଳରେ ପେଟ୍ରୋଲିଂ ବ୍ୟବସ୍ଥା ସୁଦୃଢ଼ କରିବାକୁ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି ଏବଂ ଅଭିଯୁକ୍ତଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ଏମ୍‌ସକୁ ଯିବ ସ୍ୱତନ୍ତ୍ର ‘ଆମ୍ବୁଲାନ୍ସ କରିଡର’: ଆଉ ଟ୍ରାଫିକ୍‌ରେ ଫସିବେନି ରୋଗୀ

ଭୁବନେଶ୍ୱର,୧୮ା୧୨: ଜରୁରୀକାଳୀନ ସ୍ଥିତିରେ ରୋଗୀଙ୍କୁ ସୁରକ୍ଷିତ ଓ ଶୀଘ୍ର ହସ୍ପିଟାଲରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ଏକ ବଡ଼ ମାଷ୍ଟରପ୍ଲାନ୍ ପ୍ରସ୍ତୁତ କରିଛନ୍ତି। ଭୁବନେଶ୍ୱର ଖଣ୍ଡଗିରି...

୫୬,୦୦୦ ପାକିସ୍ତାନୀ ଭିକାରିଙ୍କୁ ତଢ଼ିଲା ସାଉଦି ଆରବ

ନୂଆଦିଲ୍ଲୀ,୧୮ା୧୨: ପାକିସ୍ତାନର ପେଶାଦାର ଭିକାରୀମାନେ ଏବେ ବିଶ୍ୱ ସ୍ତରରେ ଦେଶ ପାଇଁ ଏକ ବଡ଼ ଅପମାନର କାରଣ ସାଜିଛନ୍ତି। ନିକଟରେ ସାଉଦି ଆରବ ପ୍ରାୟ ୫୬,୦୦୦...

ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ମହମ୍ମଦ ମୋକିମ, କହିଲେ ଖୁବ କମ୍ ଦିନ ଭିତରେ ନିଷ୍ପତ୍ତି ଜଣାଇବି

ଭୁବନେଶ୍ବର,୧୮ା୧୨: ପୂର୍ବତନ ବିଧାୟକ ମୋକିମଙ୍କୁ କଂଗ୍ରେସ ବହିଷ୍କାର କରିବା ପରେ ଦିନକୁ ଦିନ ନୂଆନୂଆ ରାଜନୈତିକ ବୟାନବାଜି ସାମ୍ନାକୁ ଆସିଛି । କଂଗ୍ରେସର କେନ୍ଦ୍ରୀୟ ନେତା...

୧୪ ଲକ୍ଷର ଗାଡ଼ିରେ ୧୦ ଲକ୍ଷ ଟଙ୍କା ମୋଡିଫିକେସନ ଖର୍ଚ୍ଚ, ବ୍ୟାକଫୁଟରେ ସରକାର

ଭୁବନେଶ୍ୱର,୧୮ା୧୨: ଓଡ଼ିଶା ବନ ବିଭାଗ ପକ୍ଷରୁ କିଣାଯାଇଥିବା ମହିନ୍ଦ୍ରା ‘ଥର୍’ ଗାଡ଼ିର ମୋଡିଫିକେସନ ଖର୍ଚ୍ଚକୁ ନେଇ ଏବେ ବଡ଼ ବିବାଦ ମୁଣ୍ଡ ଟେକିଛି। ୫୧ଟି ଥର୍...

ସୁଗ୍ରୀବଙ୍କ ରଙ୍ଗ ତୂଳୀରେ ଝଲସୁଛି ଆଦିମ ଜନଜାତି ଜୁଆଙ୍ଗଙ୍କ ଚିତ୍ରକଳା

କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗମାନେ ଏବେ ସମାଜର ମୁଖ୍ୟସ୍ରୋତରେ ସାମିଲ ହୋଇ ବିଭିନ୍ନ କଳା କୌଶଳରେ ନିଜର ପରିଦର୍ଷିତା...

ଆଦିବାସୀ ମହୋତ୍ସବ ‘ପରବ’ ଉଦ୍‌ଘାଟନ କରିବେ ମନ୍ତ୍ରୀ, ସୁରକ୍ଷା ପାଇଁ ୩୬ ପ୍ଲାଟୁନ ପୋଲିସ ମୁତୟନ

କୋରାପୁଟ,୧୮ା୧୨(ଅମିତାଭ ବେହେରା): ଗୁରୁବାର ସନ୍ଧ୍ୟା ୬ଟାରେ ଜାତୀୟସ୍ତରୀୟ ଆଦିବାସୀ ମହୋତ୍ସବ ପରବ ୨୦୨୫ର ଉଦ୍‌ଘାଟନ ହେବାକୁ ଯାଉଥିବାବେଳେ ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି...

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

ବଲାଙ୍ଗୀରରେ ଗଠନ ହେଲା ଭାଜପାର ୯୦ ଜଣିଆ ଟିମ୍‌, ସୁଦୃଢ଼ ହେବ…

ବଲାଙ୍ଗୀର,୧୮ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭାରତୀୟ ଜନତା ପାର୍ଟି ତରଫରୁ ଗୁରୁବାର ଜିଲା ସ୍ତରରେ ଏକ ବୈଠକ ପଥରଚେପା ଭାଜପା କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଛି। ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri