ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର ବିଭିନ୍ନ ପଦାଧିକାରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ ଜିଲାର ବରିଷ୍ଠ ଭାଜପା ନେତା ମୁକେଶ ଅଗ୍ରୱାଲଙ୍କୁ ପୁଣି ଥରେ ଜିଲା ଉପସଭାପତି ଭାବେ ଦାୟିତ୍ୱବ ପ୍ରଦାନ କରାଯାଇଛି। ଯାହାକୁ ନେଇଁ ମୁକେଶଙ୍କ ସମର୍ଥକଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ଏହାପୂର୍ବରୁ ମୁକେଶ ଭାଜପାର ଜିଲା ଉପସଭାପତି, ଜିଲା ଯୁବ ମୋର୍ଚ୍ଚାର ଉପ ସଭାପତି, ସାଧାରଣ ସମ୍ପାଦକ ରହିଥିବାବେଳେ ଜୁନାଗଡ଼ ଏନ୍‌ଏସି ନିର୍ବାଚନରେ ଭାଜପାରୁ ପ୍ରତ୍ୟକ୍ଷ ଭାବେ ସିଧାସଳଖ ଲୋକଙ୍କ ଭୋଟ ପାଇ ନଗରପାଳ ଭାବେ ନିର୍ବାଚିତ ହୋଇଥିଲେ। ସେହିପରି ଉକ୍ତ ଏନ୍‌ଏସିରେ ୨ ଥର ଭାଜପା ପକ୍ଷରୁ ଲଗାତାର କାଉନସିଲର ରହିବା ସହ ଗତ କିଛି ତଳେ ନୂଆପଡା ସାଧାରଣ ନିର୍ବାଚନରେ ଭାଜପା ପାର୍ଥି ଜୟ ଢୋଲକିଆ ବିଜୟୀ ହେବାରେ ମଧ୍ୟ ତାଙ୍କ ପ୍ରମୁଖ ଭୂମିକା ରହିଥିଲା। ଆଗାମୀ ଦିନରେ ଜିଲାର ସଂଗଠନକୁ ସୁଦୃଢ଼ କରିବା ସହ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିକାଶ ଧାରାକୁ ତୃଣମୂଳ ସ୍ତରରେ ପହଞ୍ଚାଇବା ପାଇଁ କାର୍ଯ୍ୟ କରିବି ବୋଲି ଜିଲା ଉପସଭାପତି ମୁକେଶ ପ୍ରକାଶ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...

୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ

ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...

ଶୀତ ମହୋତ୍ସବ ହେବ ଉତ୍ସବମୁଖର: ସାଂସ୍କୃତିକ କାର୍ଯ୍ୟକ୍ରମକୁ ଆକୃଷ୍ଟ ପାଇଁ ଲକ୍ଷ୍ୟ

ଦାରିଙ୍ଗବାଡି,୧୭।୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ମହୋତ୍ସବ ନେଇ ତୃତୀୟଥର ପାଇଁ ପ୍ରସ୍ତୁତି ବୈଠକ ବ୍ଲକ ସଭାଗୃହ ଠାରେ ହୋଇଯାଇଛି। ବିଡ଼ିଓ ତଥା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri