ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ବୁଧବାର ସନ୍ଧ୍ୟାରେ ଭର୍ତ୍ତି ହୋଇଛନ୍ତି । ଏହି ଗ୍ରାମର ଲୋକେ ନିଜ କାମରେ ଯାଉଥିବା ବେଳେ ଏକ ଶିଆଳ ରାସ୍ତା ଉପରକୁ ହଠାତ୍ ମାଡ଼ି ଆସି ଏକାଧିକ ଲୋକଙ୍କୁ ଆକ୍ରମଣ କରିଥିଲା । ଯାହା ଫଳରେ ୮ରୁ ଉର୍ଦ୍ଧ ଲୋକେ ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି।

ଏହି ଗ୍ରାମର କୁଷ ପରିଡ଼ା କୌଣସି କାମରେ ବ୍ରହ୍ମବରଦା ଅଞ୍ଚଳକୁ କୌଣସି କାମରେ ଯାଉଥିବା ବେଳେ ତାଙ୍କୁ ଶିଆଳଟି ଆକ୍ରମଣ କରି ତାଙ୍କ ଗୋଡ଼କୁ କାମୁଡି ଦେଇଥିଲା। ସେହିପରି ଏହି ଗ୍ରାମର ରମେଶ ଚନ୍ଦ୍ର ପ୍ରଧାନ,   ସଞ୍ଜୟ ପାତ୍ର, ସୁଧା ମଳିକ, ବିମଳି ନାୟକ, ନିମୋଷ ଲେଙ୍କା, ଅର୍ଚ୍ଚନା ସାହୁ, କନ୍ତିକା ମଳିକ ପ୍ରମୁଖ ଏକାଧିକ ଲୋକେ ଏହି ଶିଆଳ କାମୁଡାର ଶିକାର ହୋଇ ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଆସି ଚିକିତ୍ସିତ ହେଉଛନ୍ତି। ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଆସୁଥିବା ରୋଗୀ ମାନଙ୍କୁ ପ୍ରାଥମିକ ଚିକିତ୍ସା ଦିଆଯାଇଛି ଏବଂ ଟୀକା ମଧ୍ୟ ଉପଲବ୍ଧ ରହିଛି । ତେଣୁ ଯେଉଁ ରୋଗୀମାନେ ଆସିବେ ତାଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦିଆଯିବ । କେହି ଭୟଭୀତ ନ ହେବାକୁ କାର୍ଯ୍ୟରତ ଡାକ୍ତର ରାଜେଶ ପରିଡ଼ା ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କଳିଙ୍ଗା ଘାଟିରେ ଡ୍ରେନକୁ ଖସିଲା ବସ: ଘନ କୁହୁଡି ଯୋଗୁ…

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଓ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ରେ ମାଟି ଓ ପଥର ଖସିବା ପରଠୁ ଘାଟିରେ କିଛି ଦିନ...

ରକ୍ତ ନେଇ HIV ସଂକ୍ରମିତ ହେଲେ ଥାଲାସେମିଆ ପୀଡିତ ୫ ଶିଶୁ: ୨ ଡାକ୍ତର ସସପେଣ୍ଡ

ନୂଆଦିଲ୍ଲୀ,୧୯ା୧୨: ମଧ୍ୟପ୍ରଦେଶର ସତନା ଜିଲାରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଥାଲାସେମିଆ ରୋଗରେ ପୀଡ଼ିତ ୫ ଜଣ ଶିଶୁଙ୍କୁ ସରକାରୀ ଡାକ୍ତରଖାନାରେ ରକ୍ତ ଦିଆଯିବା...

ପୌଷ ଅମବାସ୍ୟାରେ ଖୋଲିବ ଏହି 3 ରାଶିର ଭାଗ୍ୟ, ସବୁ କ୍ଷେତ୍ରରେ ମିଳିବ ସଫଳତା

ନୂଆଦିଲ୍ଲୀ,୧୯ା୧୨: ଆଜି ପବିତ୍ର ପୌଷ ଅମବାସ୍ୟା । ଆଜି ଭାବପ୍ରବଣ ଗଭୀରତା ଏବଂ ନବୀକରଣ ଶକ୍ତିର ଦିନ। ଆଜି ଶାନ୍ତ ଏବଂ ସଚ୍ଚୋଟ ଆଲୋଚନା, ଅତୀତର...

ଅଞ୍ଚଳ ପାଇଁ ଗୌରବ ଆଣିଲେ କଳାହାଣ୍ଡି ଛାତ୍ର ଟେକ: ଖେଳିଗଲା ଖୁସିର ଲହରୀ

କର୍ଲାମୁଣ୍ଡା, ୧୯।୧୨ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁର୍ଶୁଲାସ୍ଥିତ ଅମର ଡିଗ୍ରୀ କଲେଜର ଛାତ୍ର ଟେକ ବଗର୍ତ୍ତୀ ଆସନ୍ତା ଜାନୁଆରୀ ୨୬ରେ ନୂଆଦିଲ୍ଲୀ...

ବୃଦ୍ଧି ପାଉଛି ଶୀତ ପ୍ରକୋପ, ଏହି ଜିଲାରେ ଶନିବାର ସକାଳୁଆ ସ୍କୁଲ ହେବନି

ବ୍ରହ୍ମପୁର,୧୯ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଶିକ୍ଷାଧିକରୀଙ୍କ କାର୍ଯ୍ୟାଳୟର ଚିଠି ସଂଖ୍ୟା ୨୫୮୩୦ ଅନୁଯାୟୀ ଚଳିତ ସପ୍ତାହରୁ ଜିଲାର ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ...

ଉସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶରେ ହିଂସା, ଢାକା ସମେତ ଅନେକ ସହରରେ ହଙ୍ଗାମା

ନୂଆଦିଲ୍ଲୀ,୧୯ା୧୨: ବାଂଲାଦେଶରେ ଜୁଲାଇ ବିଦ୍ରୋହର ଜଣେ ପ୍ରମୁଖ ନେତା ଏବଂ ଇନକିଲାବ ମଞ୍ଚର ମୁଖପାତ୍ର ସରିଫ ଓସମାନ ହାଦି ଛଅ ଦିନ ଧରି ଜୀବନ ସହିତ...

ଚାଷୀଙ୍କ ଚେତାବନୀ: ୨୦ ସୁଦ୍ଧା ସମସ୍ତ ଟୋକନ ନ ଆସିଲେ ଆନ୍ଦୋଳନ ତୀବ୍ରତର

ଅତାବିରା/ଗୋଡ଼ଭଗା , ୧୯ା୧୨(ଯୁଧିଷ୍ଠିର ମହାପାତ୍ର/ସୁରେଶ ଦାସ):ଧାନର ଅଭାବୀ ବିକ୍ରି ସହ ୪ ଦଫା ଦାବି ନେଇ ରାଜ୍ୟ କୃଷକ ସଂଗଠନ ଗତ ୯ ତାରିଖ ଏନ୍‌ଏଚ୍‌...

ମଣ୍ଡିରୁ ଉଠୁନି ଧାନ, ଚାଷୀ ଅସନ୍ତୋଷ: ଦିନ ରାତି ଜଗି ବସିଛନ୍ତି ଚାଷୀ

ଅତାବିରା, ୧୯ା୧୨(ଯୁଧିଷ୍ଠିର ମହାପାତ୍ର):ବରଗଡ଼ ଜିଲାରେ ଗତ ମାସ ୨୮ ତାରିଖରୁ ମଣ୍ଡି ଖୋଲିଥିବା ବେଳେ ବର୍ତ୍ତମାନ ମଧ୍ୟ ଧାନ କିଣା ବିକା ସ୍ବାଭାବିକ ହୋଇପାରି ନାହିଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri