ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର ଏଥିରେ ରୋକ୍‌ ଲଗାଇଛି ତହସିଲ ଓ ପୌର ପ୍ରଶାସନ। ଭାଜପା ଦଳର ନେତାଙ୍କ ଚାପରେ ଏଭଳି ନିର୍ଦ୍ଦେଶ ଦିଆଯାଇଥିବା ଅଭିଯୋଗ କରିଛି ଜିଲା କଂଗ୍ରେସ କମିଟି। ଏ ନେଇ ବୁଧବାର ସ୍ଥାନୀୟ ପ୍ରଦିକ୍ଷଣ ଗୃହରେ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି ଜିଲା କଂଗ୍ରେସ ସଭାପତି ତଥା ରାୟଗଡ଼ା ବିଧାୟକ ଆପଲସ୍ବାମୀ କାଡ୍ରାକା।

ସେ କହିଥିଲେ, ପୂର୍ବତନ ମନ୍ତ୍ରୀ ରାମଚନ୍ଦ୍ର ଉଲାକା ୧୯୬୨ରୁ ୧୯୭୨ ଦୁଇ ଥର କୋରାପୁଟ ଲୋକ ସଭାରୁ ସଦସ୍ୟ ହେବା ସହିତ ୭ଥର ବିଧାୟକ ଏବଂ ରାଜ୍ୟ ସରକାରଙ୍କ ବିଭିନ୍ନ ଗୁରୁତ୍ୱର୍ଣ୍ଣ ବିଭାଗର ମନ୍ତ୍ରୀ ଥିଲେ। ତାଙ୍କ କାର୍ଯ୍ୟକାଳ ସମୟରେ ଅବିଭକ୍ତ କୋରାପୁଟ ଜିଲାରେ ଶିକ୍ଷା, ଗମନାଗମନ ଓ ସ୍ବାସ୍ଥ୍ୟ ସେବାରେ ସୁଧାର ଆସିଥିଲା । ଏଭଳିକି ଅନୁସୂଚିତ ଜନଜାତି ଓ ଅନସୂଚିତ ଜାତିର ବିକାଶରେ ରାମଚନ୍ଦ୍ର ଉଲାକାଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ଏହାବ୍ୟତୀତ ପ୍ରତିମୂର୍ତ୍ତି ସ୍ଥାପନା ପାଇଁ ପୌର ପରିଷଦ କାଉନସିଲ ବୈଠକରେ ଗତ ମେ ୮ ତାରିଖରେ ଅନୁମତି ଗୃହୀତ ହୋଇ ରିଜ୍ୟୁଲେସନ କରାଯିବା ସହିତ ସମସ୍ତ ବିଭାଗର ଅନୁମତି ପୂର୍ବରୁ ନିଆଯାଇଛି । ଏହାସତ୍ତ୍ୱେ ଯଦି ଭାଜପା ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ସ୍ଥାପନାକୁ ବିରୋଧ କରିବ ଏବଂ ସେହି ସମୟରେ ଯେଉଁ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବ ସେଥିପାଇଁ ଭାଜପା ଦାୟୀ ରହିବ ବୋଲି ବିଧାୟକ କାଡ୍ରାକା କହିଛନ୍ତି। ସେହିଭଳି କଂଗ୍ରେସ ବିର୍ସା ମୁଣ୍ଡାଙ୍କ ପ୍ରତିମୂର୍ତ୍ତି ପ୍ରତି କେବେ ଅଣଦେଖା କରିନାହିଁ। ବରଂ ତାଙ୍କ ପ୍ରତିମୂର୍ତ୍ତି ପାଇଁ ରାୟଗଡ଼ାସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟ ନିକଟରେ ଥିବା ସ୍ଥାନରେ ସ୍ଥାପନା ପାଇଁ ଅନୁରୋଧ କରାଯାଇଛି ବୋଲି ବିଧାୟକ କାଡ୍ରାକା କହିଛନ୍ତି। ଖବରଦାତା ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ପିସିସି ସମ୍ପାଦକ ଦୁର୍ଗା ପ୍ରସାଦ ପଣ୍ଡା, କଂଗ୍ରେସ ନେତା ଶଙ୍କର୍ଷଣ ମଙ୍ଗରାଜ, କାଉନସିଲର ରାଜୀବ ଖୋସଲାଙ୍କ ସମେତ ଯୁବ ନେତା ହରିଶ ପଟ୍ଟନାୟକ, ଅସଲାମ୍‌ ଖାନ୍‌, ବାଦଲ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ। ତେବେ ଏ ସମ୍ପର୍କରେ ଭାଜପାର ବରିଷ୍ଠ ନେତା କାଳୀରାମ ମାଝି କହିଛନ୍ତି, ବିର୍ସା ମୁଣ୍ଡାଙ୍କ ପ୍ରତିମର୍ତ୍ତି ପାଇଁ ଚିହ୍ନଟ ଜାଗାରେ କଂଗ୍ରେସ କାହିଁକି ତାଙ୍କ ଦଳର ନେତାଙ୍କ ପ୍ରତିମୂର୍ତ୍ତି ସ୍ଥାପନା କରୁଛି। ଯଦି କଂଗ୍ରେସ ଏଭଳି କରେ ତେବେ ଭାଜପା ଏହାକୁ ବିରୋଧ କରିବ ବୋଲି କାଳୀରାମ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍‌, ଆଉ ତା’ ପରେ…

ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...

୬ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର, ଦେଖିବାକୁ ଲୋକଙ୍କ ଭିଡ଼

ଧର୍ମଶାଳା,୧୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଗଡମଧୁପୁର ନିକଟରୁ ଏକ ୬ଫୁଟ ଲମ୍ବର ଅଜଗର ଶୁକ୍ରବାର ଦିନ ଉଦ୍ଧାର କରାଯାଇଛି। ଗ୍ରାମରେ ଥିବା ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri