ପାରିବାରିକ କଳହର କରୁଣ ପରିଣତି, ସାନଭାଇ ମାଡ଼ରେ ବଡ଼ ଭାଇଙ୍କ ମୃତ୍ୟୁ ଅଭିଯୋଗ

ଭୋଗରାଇ,୧୮l୧୨ ( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ମାନକୁଣ୍ଡା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଘର ରାସ୍ତାରେ ବାଇକ୍ ରଖାକୁ କେନ୍ଦ୍ର କରି ସାନ ଭାଇ ମାଡ଼ରେ ବଡ଼ ଭାଇର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ଖବର ପାଇ ଭୋଗରାଇ ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ସାନଭାଇଙ୍କୁ ଥାନାକୁ ଆଣି ଅଟକ ରଖିବା ସହିତ ପ୍ରାଥମିକ ତଦନ୍ତ ଜାରି ରଖିଛନ୍ତି ।

ସୂଚନା ଅନୁଯାୟୀ, ମାନକୁଣ୍ଡା ଗାଁର ବଡ଼ ଭାଇ ସନିଆ ମାଝୀଙ୍କ ଘର ସମ୍ମୁଖ ରାସ୍ତାରେ ସାନ ଭାଇ ପବନ ମାଝୀ ରାସ୍ତା ଉପରେ ଏକ ବାଇକ୍ ରଖିଥିଲେ । ଉକ୍ତ ବାଇକ ରଖାକୁ କେନ୍ଦ୍ର କରି ଦୁଇ ଭାଇଙ୍କ ମଧ୍ୟରେ ଗଣ୍ଡଗୋଳ ସୂତ୍ରପାତ ହୋଇଥିଲା । ଗଣ୍ଡଗୋଳ କ୍ରମଶଃ ଉଗ୍ର ରୂପ ନେବାରୁ ଦୁଇ ଭାଇଙ୍କ ମଧ୍ୟରେ ହାତାହାତି ହେଇଥିବାର ପାଖ ପଡୋଶୀମାନେ କହିଥିଲେ ।

ଆକ୍ରମଣ ଓ ପ୍ରତି ଆକ୍ରମଣରେ ବଡ଼ ଭାଇ ସନିଆ ମାଝି ଗୁରୁତର ଅବସ୍ଥାରେ ଜଳେଶ୍ଵରପୁର ଗୋଷ୍ଠି ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ଅବସ୍ଥା ସଂକଟାପନ୍ନ ହେବାରୁ ତାଙ୍କୁ ବାଲେଶ୍ଵର ମୁଖ୍ୟ ଚିକିତ୍ସାଳୟରକୁ ସ୍ଥାନାନ୍ତରିତ କରାଯାଇଥିଲା । ସେଠାରେ ଚିକିତ୍ସାବସ୍ଥାରେ ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଛି । ତେବେ ମୃତଦେହକୁ ବ୍ୟବଛେଦ କରାଯାଇ ପରିବାରକୁ ହସ୍ତାନ୍ତର କରାଯାଇଛି । ଏହି ଘଟଣା ନେଇ ଭୋଗରାଇ ଥାନାରେ  ଏତଲା ଦିଆଯାଇନଥିବା ନେଇ ପୋଲିସ ପକ୍ଷରୁ କୁହାଯାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଉପେନ୍ଦ୍ରଭଞ୍ଜ ଉଚ୍ଚ ବିଦ୍ୟାଳୟରେ ସମାଧାନ ହେବ ଶିକ୍ଷକ ସମସ୍ୟା, ଶିଶୁ ଉତ୍ସବରେ ଯୋଗଦେଇ ପ୍ରତିଶୃତି ଦେଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର, ୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟରେ ଦୁଇଦିନ ଧରି ଓଷ୍ଠା ପକ୍ଷରୁ ଚାଲିଥିବା ଜିଲ୍ଲା ସ୍ତରୀୟ ଶିଶୁ ଉତ୍ସବ ରବିବାର...

ରାଜରାସ୍ତାକୁ ଓହ୍ଲାଇବ କଂଗ୍ରେସ: ଭକ୍ତ କହିଲେ..

ଭୁବନେଶ୍ୱର,୨୧।୧୨: ପିସିସି ସଭାପତି ଭକ୍ତ ଚରଣ ଦାସ ରବିବାର ଏକ ବଡ଼ ଆହ୍ବାନ ଦେଇଛନ୍ତି। ଆସନ୍ତା ୨୬ ତାରିଖରେ କଂଗ୍ରେସ ପକ୍ଷରୁ ଜନ ଜାଗରଣ ଆନ୍ଦୋଳନ...

ଦାରିଙ୍ଗବାଡ଼ିରେ ଦିନତମାମ ବିଦ୍ୟୁତ୍‌ କାଟ୍‌, ଟୟ ଟ୍ରେନ୍‌, ମ୍ୟୁଜିକାଲ ଫାଉଣ୍ଟେନ୍‌ର ମଜା ନେଇପାରିଲେନି ପର୍ଯ୍ୟଟକ, ଶେଷରେ…

ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଛୁଟିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଭୋର ସମୟରୁ ହିଁ ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକଙ୍କ ଆଗମନ...

VB-G RAM G ବିଲକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, MGNREGA ବଦଳରେ ଏଣିକି ଲାଗୁ ହେବ…

ନୂଆଦିଲ୍ଲୀ,୨୧।୧୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ବିକାଶିତ ଭାରତ-ନିଯୁକ୍ତି ଏବଂ ଆଜୀବିକା ମିଶନ (ଗ୍ରାମୀଣ) ଗ୍ୟାରେଣ୍ଟି ବିଲ୍ VB-G RAM G ୨୦୨୫ କୁ ଅନୁମୋଦନ...

ଧରିତ୍ରୀର ପ୍ରଭାବ: ବେସାହାରା ଭାଇ ଭଉଣୀଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୨୧।୧୨(ବିଦ୍ୟାଧର ସାହୁ ): ଧରିତ୍ରୀରେ ଖବର ପ୍ରକାଶ ପରେ ପଡିଲା ପ୍ରଭାବ । ବେସାହାରା ଭାଇଭଉଣୀକୁ ସାହାଯ୍ୟର ହାତ ବଢ଼ାଇଲେ ଛତ୍ରପୁର ବିଧାୟକ । ଗଞ୍ଜାମ...

ଏହି ମୁସଲମାନ ଦେଶରୁ ମିଳିଲା ୪୫୦୦ ବର୍ଷର ପୁରୁଣା ସୂର୍ଯ୍ୟମନ୍ଦିର

କାଇରୋ,୨୧ା୧୨: ମିଶରର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା ମିଶରର ରାଜଧାନୀ କାଇରୋରେ ଏକ ଆବିଷ୍କାର କରିଛି, ଯାହା ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି। ଏଠାରେ ପ୍ରାୟ ୪,୫୦୦ ବର୍ଷ...

ଚିଲିକାରେ ଅଘଟଣ, ବୁଲିବାକୁ ଯାଇଥିବା ବେଳେ ବୁଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ

ଖୋର୍ଦ୍ଧା,୨୧।୧୨: ସାତପଡ଼ା ବୁଲିବାକୁ ଯାଇ ଚିଲିକାରେ ବୁଡ଼ିଗଲେ ପର୍ଯ୍ୟଟକ । ଚିଲିକା ମୁହାଣ ମୁହଁରେ ଗାଧୋଉଥିବା ସମୟରେ ଭାସିଯାଇଥିଲେ । ତେବେ ଏହି ଅଘଟଣରେ ପର୍ଯ୍ୟଟକଙ୍କ...

‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…

କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri