ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ

ଭୁବନେଶ୍ୱର ,୧୯।୧୨: ରାଜ୍ୟରେ ଶିକ୍ଷାକ୍ଷେତ୍ରର ବିକାଶ କରିବା ପାଇଁ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି। କେବଳ ପ୍ରାଥମିକ ଶିକ୍ଷା ପାଇଁ ଚଳିତବର୍ଷ ବଜେଟରେ ରେକର୍ଡ ପରିମାଣର ୩୧ ହଜାର କୋଟିରୁ ଅଧିକ ଟଙ୍କା ବ୍ୟୟବରାଦ କରାଯାଇଛି। ଏଣିକି ଆଉ ଠିକାରେ ଶିକ୍ଷକ ନିଯୁକ୍ତ ହେବେନାହିଁ। ରାଜ୍ୟରେ ଶିକ୍ଷକ ଅଭାବ ଦୂର କରିବା ପାଇଁ ୩ ବର୍ଷ ମଧ୍ୟରେ ୪୫ ହଜାର ଶିକ୍ଷକ ପଦବୀ ସୃଷ୍ଟି କରିବା ପାଇଁ ପଦକ୍ଷେପ ନିଆଯାଇଛି। ଆସନ୍ତା ଶିକ୍ଷାବର୍ଷରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ମାଗଣା ପାଠ୍ୟ ପୁସ୍ତକ ପ୍ରଦାନ କରିବା ପାଇଁ ସ୍ଥିର ହୋଇଛି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ବ୍ରହ୍ମପୁରଠାରେ କହିଛନ୍ତି। ମୁଖ୍ୟମନ୍ତ୍ରୀ ବ୍ରହ୍ମପୁର ନୀଳକଣ୍ଠନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ସେଠାରେ ସେ ଆହୁରି କହିଥିଲେ, ଛାତ୍ରୀଛାତ୍ରଙ୍କ ମଧ୍ୟରେ ସୃଜନଶୀଳତା ଓ ସ୍ବାବଲମ୍ବୀ ଭାବ ବୃଦ୍ଧି ଉଦ୍ଦେଶ୍ୟରେ ଜାତୀୟ ପାଠ୍ୟକ୍ରମ ଢାଞ୍ଚା ଆଧାରରେ ରାଜ୍ୟରେ ପାଠ୍ୟକ୍ରମ ଆରମ୍ଭ ହେବ। ପ୍ରାଥମିକ ସ୍ତରରେ ପିଲାଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ ପାଇଁ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା କାର୍ଯ୍ୟକାରୀ ହୋଇଛି। ଏହି ଯୋଜନାରେ ପ୍ରତ୍ୟେକ ପଞ୍ଚାୟତରେ ଗୋଟିଏ ଲେଖାଏଁ ବିଦ୍ୟାଳୟ ସ୍ଥାପନ ହେବ। ପ୍ରଥମ ପର୍ଯ୍ୟାୟରେ ୨୨୦୦ ସ୍କୁଲ ପାଇଁ ଅନୁମୋଦନ ଦିଆଯାଇଛି । ସିବିଏସ୍‌ଇ ଏବଂ ଆଇସିଏସ୍‌ଇ ଢାଞ୍ଚାରେ ମାଧ୍ୟମିକ ଶିକ୍ଷା ବୋର୍ଡ ଏବଂ ଉଚ୍ଚ ମାଧ୍ୟମିକ ଶିକ୍ଷା ବୋର୍ଡକୁ ମିଶାଇ ଗୋଟିଏ ବୋର୍ଡ ଗଠନ କରାଯିବ ବୋଲି ସେ କହିଥିଲେ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri