Posted inରାଜ୍ୟ

ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ, ମୁଖ୍ୟମନ୍ତ୍ରୀଙ୍କୁ ପୁନର୍ବିଚାର ପାଇଁ ଭାଜପା ବିଧାୟକଙ୍କ ପ୍ରସ୍ତାବ

ଭୁବନେଶ୍ବର,୧୮।୧୨: ଆଜି ଭାଜପା ବିଧାୟକ ଦଳର ଗୁରୁତ୍ବପୂର୍ଣ୍ଣ ବୈଠକ ବସିଥିଲା । ତେବେ ଆଜି ବୈଠକ ପରେ ଶାସକ ଦଳର ବିଧାୟକମାନେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ । ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗରେ ପୁର୍ନବିଚାର କରିବା ପାଇଁ ଦାବି କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କୁ ଲିଖିତ ଭାବେ ଭାଜପା ବିଧାୟକମାନେ ପ୍ରସ୍ତାବ ଦେଇଛନ୍ତି ।

କହିରଖୁଛୁକି, ଓଡ଼ିଶାରେ ବିଧାୟକଙ୍କ ଦରମା ୩ଗୁଣ ବୃଦ୍ଧିକୁ ନେଇ ଚର୍ଚ୍ଚା ଜୋର ଧରିଛି । ଏହି ପ୍ରସଙ୍ଗକୁ ନେଇ ଅନେକ ମହଲରେ ଅସନ୍ତୋଷ ଦେଖାଯିବା ପରେ ଭାଜପା ବିଧାୟକମାନେ ଏହା ଉପରେ ପୁର୍ନବିଚାର କରିବା ପାଇଁ ଦାବି କରିଛନ୍ତି।

କହିରଖୁଛୁକି, ଶୀତକାଳୀନ ଅଧିବେଶନ ସମୟରେ ବିଧାୟକଙ୍କ ଦରମା ଏବଂ ଭତ୍ତା ବୃଦ୍ଧି ପାରିତ ହୋଇଥିଲା । ଭତ୍ତା ୧ ଲକ୍ଷରୁ ୩ ଲକ୍ଷ ୪୫ ହଜାରକୁ ବୃଦ୍ଧି ପାଇଥିଲା । ଦରମା ୩ ଗୁଣ ବୃଦ୍ଧି ପାଇବା ପରେ ଚର୍ଚ୍ଚା ବଢ଼ିଥିଲା । ପ୍ରଥମେ ପୂର୍ବତନ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ବର୍ଦ୍ଧିତ ଦରମା ନେବାକୁ ମନା କରିଦେଇଥିବା ବେଳେ ଏବେ ବିଜେପି ବିଧାୟକଙ୍କ ଦାବିର ପ୍ରଭାବ କଣ ପଡୁଛି ତାହା ଦେଖିବାକୁ ବାକି ରହିଥିଲା । ଏହାରି ଭିତରେ ସରକାର ପୁଣି ବିଧାୟକଙ୍କ ଦରମା କମାଇଦେବେ ବୋଲି ପୁଣି ଚର୍ଚ୍ଚା ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri