ଆଦିବାସୀ ମହୋତ୍ସବ ‘ପରବ’ ଉଦ୍‌ଘାଟନ କରିବେ ମନ୍ତ୍ରୀ, ସୁରକ୍ଷା ପାଇଁ ୩୬ ପ୍ଲାଟୁନ ପୋଲିସ ମୁତୟନ

କୋରାପୁଟ,୧୮ା୧୨(ଅମିତାଭ ବେହେରା): ଗୁରୁବାର ସନ୍ଧ୍ୟା ୬ଟାରେ ଜାତୀୟସ୍ତରୀୟ ଆଦିବାସୀ ମହୋତ୍ସବ ପରବ ୨୦୨୫ର ଉଦ୍‌ଘାଟନ ହେବାକୁ ଯାଉଥିବାବେଳେ ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ମୁଖ୍ୟ ମଣ୍ଡପରେ ଆଦିବାସୀ ସଂସ୍କୃତି ଓ ଚାଲିଚଳଣିର ଝଲକ ଦେଖିବାକୁ ମିଳିବ। ଗୁରୁବାର କୋରାପୁଟ କେଚେଲା ରାସ୍ତାରେ ଥିବା ‘ପରବ’ର ନୂତନ ପଡ଼ିଆଠାରେ ପରବ ୨୦୨୫ ଉଦଘାଟନ ହେବାକୁ ଯାଉଛି। ରାଜ୍ୟ ନଗର ଉନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ମୁଖ୍ୟ ଅତିଥିଭାବେ ଯୋଗଦେଇ ଏହି ମହୋତ୍ସବକୁ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଥିବାବେଳେ ଏଥିରେ କୋରାପୁଟ ଜିଲାପରିଷଦ ଅଧ୍ୟକ୍ଷା , କୋରାପୁଟ ଓ ନବରଙ୍ଗପୁର ଏମ୍‌ପିଙ୍କ ସମେତ ଜିଲାର ସମସ୍ତ ବିଧାୟକ, ଜିଲାପାଳ, ଏସପି ପ୍ରମୁଖ ଅତିଥିଭାବେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହି ମହୋତ୍ସବରେ ଲକ୍ଷାଧିକ ଦର୍ଶକଙ୍କ ସମାଗମ ହେବାକୁ ଥିବା ଦୃଷ୍ଟିରେ ରଖି ଜିଲା ପୋଲିସ ବିଭାଗ ପକ୍ଷରୁ ମୋଟ ୩୬ ପ୍ଲାଟୁନ ଫୋର୍ସ ନିୟୋଜିତ କରାଯାଉଥିବା ଏସ୍‌ପି ରୋହିତ ବର୍ମା ପ୍ରକାଶ କରିଛନ୍ତି। ଏହି ମହୋତ୍ସବରେ ପଲ୍ଲିଶ୍ରୀ ମେଳା, ଖାଦ୍ୟ ମେଳା, ହସ୍ତଶିଳ୍ପ ମେଳା, ସ୍ବଦେଶୀ ମେଳା, କୃଷି ମେଳା ଆଦି ବିଭିନ୍ନ ବିଭାଗର ମୋଟ ୫୪୩ଟି ଷ୍ଟଲ କରାଯାଇଛି। ଉଦ୍‌ଘାଟନୀ ଦିବସରେ କୋରାପୁଟ ଜିଲାର ଦୁରୁଆ ଓ ଢେମସା ନୃତ୍ୟ ସମେତ ଜିଲା ବାହରର ବିଭିନ୍ନ ଆଦିବାସୀ ନୃତ୍ୟ ସହ ବିଶିଷ୍ଟ ଗାୟକ ଉମାକାନ୍ତ ବାରିକ ଓ ତାଙ୍କ ଦଳ ଦ୍ୱାରା ସମ୍ବଲପୁରୀ ସଂଗୀତ ଓ ନୃତ୍ୟ ପରିବେଷଣ କରାଯିବାକୁ ଥିବାବେଳେ ଡ୍ରୋନ୍‌ ଶୋ’ ଏବଂ ସଂଗୀତ ଭିତ୍ତିକ ଆତସବାଜି ଶୋ’ ଉଦ୍‌ଘାଟନୀ ଦିବସର ମୁଖ୍ୟ ଆକର୍ଷଣ ହେବ ବୋଲି ଜିଲା ପ୍ରଶାସନ ପକ୍ଷରୁ କୁହାଯାଇଛି।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ବର୍ଷର ଶେଷ ଗୁରୁବାରରେ ଅଦ୍ଭୁତ ସଂଯୋଗ, ମିଥୁନ ସମେତ ୫ ରାଶିଙ୍କୁ ଖ୍ରୀଷ୍ଟମାସରେ ହେବ ଧନବର୍ଷା!

ଆଜି ୨୦୨୫ ମସିହା ଡିସେମ୍ୱର ମାସ ୨୫ ତାରିଖ ଗୁରୁବାର। ଗୁରୁବାର ବ୍ରହ୍ମାଣ୍ଡର ଶାସକ ଏବଂ ଦେବତାମାନଙ୍କ ଗୁରୁ ବୃହସ୍ପତିଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ। ଏହା ବ୍ୟତୀତ,...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ

ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri