ଭୁବନେଶ୍ୱର ଏମ୍‌ସକୁ ଯିବ ସ୍ୱତନ୍ତ୍ର ‘ଆମ୍ବୁଲାନ୍ସ କରିଡର’: ଆଉ ଟ୍ରାଫିକ୍‌ରେ ଫସିବେନି ରୋଗୀ

ଭୁବନେଶ୍ୱର,୧୮ା୧୨: ଜରୁରୀକାଳୀନ ସ୍ଥିତିରେ ରୋଗୀଙ୍କୁ ସୁରକ୍ଷିତ ଓ ଶୀଘ୍ର ହସ୍ପିଟାଲରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ଏକ ବଡ଼ ମାଷ୍ଟରପ୍ଲାନ୍ ପ୍ରସ୍ତୁତ କରିଛନ୍ତି। ଭୁବନେଶ୍ୱର ଖଣ୍ଡଗିରି ଛକରୁ ଏମ୍‌ସ (AIIMS) ପର୍ଯ୍ୟନ୍ତ ଏକ ସ୍ୱତନ୍ତ୍ର ‘ଆମ୍ବୁଲାନ୍ସ କରିଡର’ ନିର୍ମାଣ କରାଯିବ। ବୁଧବାର ପୂର୍ତ୍ତ ଓ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।

ରୋଗୀଙ୍କୁ ‘ଗୋଲ୍ଡେନ ଆୱାର’ ମଧ୍ୟରେ ଚିକିତ୍ସା ଯୋଗାଇଦେବା ଏହି ପ୍ରକଳ୍ପର ମୂଳ ଲକ୍ଷ୍ୟ। ଖଣ୍ଡଗିରିରୁ ଏମ୍‌ସ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ରାସ୍ତାକୁ ତିନି-ଲେନ୍‌ରେ ପରିଣତ କରାଯିବ। ଏଥିମଧ୍ୟରୁ ଗୋଟିଏ ଲେନ୍ କେବଳ ଆମ୍ବୁଲାନ୍ସ ଚଳାଚଳ ପାଇଁ ସଂରକ୍ଷିତ ରହିବ।

ଏହି ସ୍ୱତନ୍ତ୍ର କରିଡରକୁ ହଳଦିଆ ରଙ୍ଗରେ ଚିହ୍ନଟ କରାଯିବ। ଏଥିରେ ଯେପରି ଅନ୍ୟ ଗାଡ଼ି ପ୍ରବେଶ ନକରେ, ସେଥିପାଇଁ ସୁରକ୍ଷାକର୍ମୀ ନିୟୋଜିତ ହେବା ସହ ସିସିଟିଭି କ୍ୟାମେରା ଲଗାଯିବ। ଅମାନିଆ ଗାଡ଼ି ଚାଳକଙ୍କ ଠାରୁ ଭାରି ଜରିମାନା ଆଦାୟ କରାଯିବ।

ରାସ୍ତା ପ୍ରଶସ୍ତିକରଣ ପାଇଁ ଆବଶ୍ୟକ ସ୍ଥଳେ ଡ୍ରେନ୍ ଘୁଞ୍ଚାଯିବ ଏବଂ ଜମି ଅଧିଗ୍ରହଣ କରାଯିବ। ଆଇଗିଣିଆ ଆଳୁ ଗଦି ଜଙ୍କସନରୁ ଏମ୍‌ସ ପର୍ଯ୍ୟନ୍ତ ଜବରଦଖଲ ଉଚ୍ଛେଦ କରି ଭେଣ୍ଡିଂ ଜୋନ୍ ନିର୍ମାଣ ପାଇଁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ବୈଠକରେ କେବଳ ରାସ୍ତା ନୁହେଁ, ବରଂ ଏମ୍‌ସର ସାମଗ୍ରିକ ବିକାଶ ଉପରେ ଗୁରୁତ୍ୱ ଦିଆଯାଇଛି। ଏଥିରେ ସ୍ୱେରେଜ୍ ବ୍ୟବସ୍ଥାର ସଂସ୍କାର, ଉତ୍ତମ ଆଲୋକୀକରଣ ଏବଂ ଅପରାଧ ରୋକିବା ପାଇଁ ସିସିଟିଭି ବ୍ୟବସ୍ଥା ଉପରେ ଆଲୋଚନା ହୋଇଛି। ଜାତୀୟ ରାଜପଥ ପ୍ରାଧିକରଣ (NHAI) ପକ୍ଷରୁ ପ୍ରାଥମିକ ସର୍ଭେ ଶେଷ ହୋଇଥିବା ବେଳେ ଖୁବଶୀଘ୍ର ବିସ୍ତୃତ ପ୍ରକଳ୍ପ ରିପୋର୍ଟ (DPR) ପ୍ରସ୍ତୁତ କରାଯିବ।

ଏହି ବୈଠକରେ ଏକାମ୍ର ବିଧାୟକ ବାବୁ ସିଂ, ଖୋର୍ଦ୍ଧା ଜିଲାପାଳ, ଏନ୍‌ଏଚ୍‌ଏଆଇ (NHAI) ଆଞ୍ଚଳିକ ଅଧିକାରୀ ଏବଂ ଏମ୍‌ସ ଅଧୀକ୍ଷକଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଶ୍ରେଷ୍ଠତା ପଦ ଦ୍ୱାରା ନୁହେଁ ଆଚରଣ ଦ୍ୱାରା ପ୍ରତିଷ୍ଠିତ ହୋଇଥାଏ’,‘ସଦୈବ ଅଟଳ’ରେ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୋଦି

ନୂଆଦିଲ୍ଲୀ,୨୫।୧୨: ଗୁରୁବାର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୧ତମ ଜନ୍ମବାର୍ଷିକୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ସଦୈବ ଅଟଳ ସ୍ମାରକ ପରିଦର୍ଶନ...

କେମିତି ପାଇବେ ପ୍ରଦୂଷଣ ସାର୍ଟିଫିକେଟ? ଜାଣନ୍ତୁ ଷ୍ଟେପ ବାଏ ଷ୍ଟେପ…

ଜୋରଦାର ହେବ ଟ୍ରାଫିକ ଧରପଗଡ଼ । ଗାଡ଼ିରେ ଯଦି ଆପଣ ସବୁଜ ଷ୍ଟିକର ଲଗାଇ ନ ଥିବେ, ତେବେ ମୋଟା ଅଙ୍କର ଫାଇନ ଦେବାକୁ ପଡ଼ିବ...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ଦକ୍ଷ ଅଫିସର ପାଇବେ ବଡ଼ ବିଭାଗ, ଆହୁଜାଙ୍କୁ ନୂଆ ଦାୟିତ୍ୱ ମିଳିବ ନା ନାହିଁ ଚର୍ଚ୍ଚାରେ

ଭୁବନେଶ୍ୱର, ୨୫।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଉନ୍ନୟନ କମିଶନର ତଥା ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର୍‌ ଅନୁ ଗର୍ଗଙ୍କୁ ବୁଧବାର ଓଡ଼ିଶାର  ନୂଆ ମୁଖ୍ୟ ଶାସନ...

ଆଜିଠୁ ବଢ଼ିବ ଶୀତ, ଘନ କୁହୁଡ଼ି

ଭୁବନେଶ୍ୱର, ୨୫ା୧୨(ବନ୍ଦନା ସେଠୀ): ରାଜ୍ୟରେ ସର୍ୱନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି ଜନଜୀବନକୁ...

ଆମେରିକାରେ ବେଆଇନ ଅନୁପ୍ରବେଶ: ୩୦ ଭାରତୀୟ ଗିରଫ

ନ୍ୟୁୟର୍କ,୨୫ା୧୨: ଆମେରିକାରେ ବେଆଇନ ଭାବେ ଅନୁପ୍ରବେଶ କରିବା ଅଭିଯୋଗରେ ସେଠାକାର ସୀମା ପାଟ୍ରୋଲ ଏଜେଣ୍ଟମାନେ ୩୦ ଭାରତୀୟ ନାଗରିକଙ୍କୁ ଗିରଫ କରିଛନ୍ତି। ଗିରଫ ଭାରତୀୟମାନେ କମର୍ସିଆଲ...

‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’କୁ ଅନୁମୋଦନ

ଭୁବନେଶ୍ୱର,୨୫।୧୨(ରବିନାରାୟଣ ଜେନା): ରାଜ୍ୟର ବରପୁତ୍ରମାନଙ୍କୁ କିଭଳି ସବୁବେଳେ ସମ୍ମାନ ମିଳିବ ସେନେଇ ରାଜ୍ୟ ସରକାର ପ୍ରାଥମିକତା ଦେଇଛନ୍ତି। ଏହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁଷ୍ଠିତ...

ଜାନୁଆରୀ ୧୦ ସୁଦ୍ଧା ସବୁ ଜିଲାରେ ଧାନକିଣା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୧୧ (ରବିନାରାୟଣ ଜେନା): ଜାନୁଆରୀ ୧୦ ତାରିଖ ସୁଦ୍ଧା ସବୁ ଜିଲାରେ ଧାନ ସଂଗ୍ରହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri