୨୮ ତମ ପରବ ମୁଖ୍ୟ ସମାରୋହ ଉଦଘାଟିତ, ମନ ମୋହିଲା…

କୋରାପୁଟ,୧୮/୧୨(ଅମିତାଭ ବେହେରା ): ଜାତୀୟସ୍ତରୀୟ ଲୋକ ମହୋତ୍ସବ ପରବ-୨୦୨୫ର ମୁଖ୍ୟ ସମାରୋହ ସ୍ଥାୟୀ ପରବ ପଡ଼ିଆରେ ଗୁରୁବାର ସନ୍ଧ୍ୟାରେ ଉଦଘାଟିତ ହୋଇଛି । ନଗର ଉନ୍ନୟନ ବିଭାଗ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ମୂଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଥମେ ପଲ୍ଲୀଶ୍ରୀ ମେଳାକୁ ଉଦ୍ଘାଟନ କରିଥିଲେ। ପରେ ଜିଲାପାଳ ତଥା ପରବ କମିଟି ଅଧ୍ୟକ୍ଷ ମନୋଜ ସତ୍ୟବାନ ମହାଜନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପରବ ମୁଖ୍ୟ ସମାରୋହରେ ମନ୍ତ୍ରୀ କୃଷ୍ଣ ମହାପାତ୍ର ମଶାଲ ପ୍ରଜ୍ୱଳନ କରି ଉଦଘାଟନ କରିଥିଲେ । ସଂସ୍କୃତି ଏକ ଜାତିର ପରିଚୟ, ଆମ ସ୍ବାଭିମାନର ପ୍ରତୀକ, ତେଣୁ ଆମେ ଆମ ସଂସ୍କୃତି ପରମ୍ପରାକୁ ପରବ ମାଧ୍ୟମରେ ବଜାୟ ରଖିବା ବୋଲି ମୂଖ୍ୟ ଅଥିତି ବକ୍ତବ୍ୟ ରଖିଥିଲେ। ପରବ ମାଧ୍ୟମରେ କୋରାପୁଟ ମାଟିର ସଂସ୍କୃତି ଓ ଏତିହ୍ୟ ନିଜର ପରିଚୟ ଦେଇଥାଏ, ପରବରେ ଆମ ଆଦିବାସୀଙ୍କ ଦ୍ଵାରା ଉତ୍ପାଦିତ ସାମଗ୍ରୀ ବିଦେଶୀ ପର୍ଯ୍ୟଟକ ମାନଙ୍କ ଦ୍ଵାରା କିଣା ଯିବା ଦ୍ଵାରା ସେମାନଙ୍କ ଆର୍ଥିକ ଅଭିବୃଦ୍ଧି ହେଉଛି ବୋଲି ମୁଖ୍ୟ ଅତିଥି ପ୍ରକାଶ କରିଥିଲେ । ପରବ ଆଜି ଜାତୀୟ ଆଦିବାସୀ ମହୋତ୍ସବ ମାନ୍ୟତା ପାଇବା ଆମ ପାଇଁ ଗର୍ବର ବିଷୟ ବୋଲି କହିଥିଲେ। ଆଦିବାସୀ ସଂସ୍କୃତି ପରମ୍ପରାକୁ ବଞ୍ଚେଇ ରଖିବା ପାଇଁ ପରବ ପାଳନର ଯଥାର୍ଥତା ଉପରେ ମନ୍ତ୍ରୀ ପ୍ରତିପାଦନ କରିଥିଲେ । କୋରାପୁଟ ବିଧାୟକ ରଘୁରାମ ମାଛ ,ପଟ୍ଟାଙ୍ଗି ବିଧାୟକ ରାମ ଚନ୍ଦ୍ର କାଡାମ, ଲକ୍ଷ୍ମୀପୁର ବିଧାୟକ ପବିତ୍ର ସାଉନ୍ତା କୋଟପାଡ ବିଧାୟକ ରୂପ ଭତ୍ରା, ଜିଲ୍ଲା ପରିଷଦ ଅଧ୍ୟକ୍ଷା ସସ୍ମିତା ମେଳେକା,ଏସପି ରୋହିତ ବର୍ମା ପ୍ରମୁଖ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇ ପରବ ପାଳନର ଆଭିମୁଖ୍ୟ ଓ ଉଦ୍ଦେଶ୍ୟ ସମ୍ପର୍କରେ ବକ୍ତବ୍ୟ ରଖିଥିଲେ । କୋରାପୁଟ ଶିଶୁ ବିଦ୍ୟା ମନ୍ଦିରର ଛାତ୍ର ଛାତ୍ରୀ ବନ୍ଦେ ମାତରମ ସଙ୍ଗୀତ ପରିବେଷଣ କରିଥିଲେ। ଜିଲ୍ଲାପାଳ ,ସ୍ୱାଗତ ଭାଷଣ ଦେଇଥିବାବେଲେ ଅତିରିକ୍ତ ଜିଲ୍ଲାପାଳ ତପନ କୁମାର ନାୟକ ଧନ୍ୟବାଦ ଅର୍ପଣ କରିଥିଲେ । ସଭା ଶେଷରେ ଅତିଥି ମାନେ ବିଭିନ୍ନ କ୍ଷେତ୍ରରେ ସଫଳତା ହାସଲ କରିଥିବା ବ୍ୟକ୍ତି ଓ କଳାକାର ମାନଙ୍କୁ ସମ୍ମାନିତ କରିଥିଲେ। ପରବର ପ୍ରଥମ ରାତିରେ ଦୂରୂଆ ସମ୍ପ୍ରଦାୟର ଢେମାଶା , ଓଡ଼ିଶୀ, ମସ୍ତିପୁଟର କାଠି ନାଚ,ଢ଼େମଶା ନୃତ୍ୟ, ସାନ୍ତାଳୀ ଏବଂ ବିଶିଷ୍ଟ କଣ୍ଠଶିଳ୍ପୀ ଉମାକାନ୍ତ ବାରିକଙ୍କ ସଙ୍ଗୀତ ପରିବେଷଣ ଦର୍ଶକଙ୍କ ମନ ମୋହିଥିଲା ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri