ଏସ୍‌ସିବିରେ ଜଗା-କାଳିଆ

କଟକ ଅଫିସ,୭।୯: ଏସ୍‌ସିବିରେ କନ୍ଧମାଳର ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆ। ଶନିବାର ଅପରାହ୍ନରେ ରାଜଧାନୀ ଏକ୍ସପ୍ରେସ୍‌ ଯୋଗେ କଟକ ଷ୍ଟେଶନରେ ପହଞ୍ଚିବା ପରେ ତାଙ୍କୁ ସ୍ବତନ୍ତ୍ର ଆମ୍ବୁଲାନ୍ସ ଯୋଗେ ଏସ୍‌ସିବିକୁ ନିଆଯାଉଛି। ସେଠାରେ ତାଙ୍କର ଆଗାମୀ ଚିକିତ୍ସା ଚାଲିବ।

ସୂଚନାଯୋଗ୍ୟ, କନ୍ଧମାଳର ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆଙ୍କ ଦିଲ୍ଲୀ ଏମ୍‌ସରେ ୨୦୧୭ରେ ସଫଳ ଅସ୍ତ୍ରୋପଚାର କରାଯାଇଥିଲା। ସେତେବେଳର ଏମ୍‌ସ ନ୍ୟୁରୋସର୍ଜରୀ ବିଭାଗର ମୁଖ୍ୟ ଡା. ଅଶୋକ ମହାପାତ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଉଭୟଙ୍କୁ ସଫଳତାର ସହ ପୃଥକ କରାଯାଇଥିଲା। ତେବେ ଦିଲ୍ଲୀ ଏମ୍ସରୁ ଆସିବା ପରେ ଉଭୟଙ୍କୁ କଟକ ବଡ଼ ମେଡିକାଲକୁ ଅଣାଯିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ସୂଚନା ଦେବା ପରେ ଏସ୍‌ସିବିରେ ଏକ ଡାକ୍ତରୀ ଟିମ ଗଠନ କରାଯାଇଥିଲା। ଏସସିବିର ଟ୍ରମା ଆଇସିୟୁ ଓ ସର୍ଜରୀ ବିଭାଗର କ୍ୟାବିନ ନମ୍ବର ୨ରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ସେମାନଙ୍କ ଚିକିତ୍ସା ପାଇଁ ନ୍ୟୁରୋସର୍ଜରୀ ବିଭାଗୀୟ ମୁଖ୍ୟ ପ୍ରଫେସର ଡା. ସୁଧାଂଶୁ ମିଶ୍ରଙ୍କ ଅଧ୍ୟକ୍ଷତାରେ ଏକ ଡାକ୍ତରୀ ଟିମ ଗଠନ କରାଯାଇଛି। ଏହି ଟିମ୍‌ରେ ନ୍ୟୁରୋସର୍ଜରୀ ପ୍ରଫେସର ଡା. ସଞ୍ଜୀବ ମିଶ୍ର, ଜରୁରିକାଳୀନ ଅଧିକାରୀ ଭୁବନାନନ୍ଦ ମହାରଣା, ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଶିଶୁରୋଗ ଚିକିତ୍ସା ପ୍ରତିଷ୍ଠାନର ପ୍ରଫେସର ଡା, ସରୋଜ କୁମାର ଶତପଥୀ, ଶିଶୁରୋଗ ସର୍ଜରୀ ବିଭାଗୀୟ ମୁଖ୍ୟ, ଏସସିବି ଶିଶୁରୋଗ ବିଭାଗର ବିଭାଗୀୟ ମୁଖ୍ୟ ପ୍ରଫେସର ଜୟନ୍ତ ବେହେରା, ନ୍ୟୁରୋଲୋଜି ବିଭାଗୀୟ ମୁଖ୍ୟ ପ୍ରଫେସର ଅଶୋକ ମଲ୍ଲିକ, ସର୍ଜରୀ ବିଭାଗୀୟ ମୁଖ୍ୟ ପ୍ରଫେସର କୈଳାଶଚନ୍ଦ୍ର ମହାପାତ୍ର, ସର୍ଜରୀ ଜିଏଲ ବିଭାଗୀୟ ମୁଖ୍ୟ ଡା. ଶରତ ଜୟସିଂହ, ନିଶ୍ଚେତକ ବିଭାଗୀୟ ମୁଖ୍ୟ ପ୍ରଫେସର ଦୈତାରି ରାଉତରାୟ, ଏସ୍‌ସିବି ଷ୍ଟୋର ମେଡିକାଲ ଅଫିସର, ହସ୍ପିଟାଲ ମ୍ୟାନେଜର ବିରଞ୍ଚତ୍ ନାରାୟଣ ସାହୁ, ନ୍ୟୁରୋଲୋଜି ଫିଜିଓଥେରାପିଷ୍ଟ ଅମିତ ନନ୍ଦ, ସୂର୍ଯ୍ୟଭାନୁ ମହାରଥୀ ପ୍ରମୁଖ ରହିଛନ୍ତି। ଏହାସହ ଦିଲ୍ଲୀ ଏମ୍ସରେ ଜଗା-କାଳିଆଙ୍କ ଚିକିତ୍ସା କିପରି କରାଯାଇଥିଲା, ସେ ସମ୍ପର୍କରେ ବିସ୍ତୃତ ଡାକ୍ତରୀ ରିପୋର୍ଟ ପ୍ରଦାନ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏମ୍ସ କର୍ତ୍ତୃପକ୍ଷଙ୍କୁ ଚିଠି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri