ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ

ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା ବନ ବିଭାଗର କର୍ମଚାରୀ ମାନେ ଜଙ୍ଗଲକୁ ଫେରାଇବାକୁ ଉଦ୍ୟମ ଜାରି ରଖିଥିଲେ ହେଁ ଗ୍ରାମବାସୀଙ୍କ ହୋ ହାଲ୍ଲାରେ ହାତୀଟି ଭୟଭୀତ ହୋଇ ଏ ଗାଁରୁ ସେ ଗାଁରେ ପଶୁ ଥିବାରୁ ସାଧାରଣ ଲୋକେ ମଧ୍ୟ ଭୟାତୁର ଅବସ୍ଥାରେ ଅଛନ୍ତି ।

ପ୍ରଥମେ ଗୁରୁବାର ସଂଧ୍ୟାରେ ୨ଟି ହାତୀ ଖାଦ୍ୟ ଅନ୍ବେଶଣରେ ଶାରିଶୁଆ ପାହାଡର ବଗେଇପୁର ଗ୍ରାମକୁ ପଶି ଆସିଥିଲେ । ସେଠାରୁ ଗୋଟେ ଫେରି ଯାଇଥିବା ବେଳେ ଅନ୍ୟଟି କଳମଚୁଆ ଗ୍ରାମର ଦୈତାରୀ ନାୟକଙ୍କ ବାଡିରେ ପଶି ରହିଥିଲା । ବନବିଭାଗ ଗୋଡାଇବା ପରେ ଏହି ଦନ୍ତାହାତୀଟି ପଟ୍ଟାଗଡିଆ,କାଳିଆଗଡିଆ କୁପାରୀ ଦେଇ ସକାଳ ହେବା ବେଳକୁ ନଟାପଡା ଓ ବଟେଶ୍ବର ଓ କଣ୍ଟାପଡା ଗ୍ରାମରେ ପହଞ୍ଚି ଯାଇଥିଲା ।

ମହତିପୁର ଠାରୁ ସୁଣ୍ଢିରା ରାସ୍ତା ଦେଇ ଯାଉଥିବା ବେଳେ ସୁଣ୍ଢିରା ଗ୍ରାମର ସୁରେନ୍ଦ୍ର ଦାସ(୬୫)ହାତୀ କୁ ଦେଖି ଦୌଡି ପଳାଇ ଯାଉଥିବା ସମୟରେ ହାତୀଟି ତାଙ୍କୁ କଚାଡି ମାରିଦେଇଥିଲା । ଏବେ ହାତୀଟି ନୂଆସାହି ଗ୍ରାମ ନିକଟରେ ଥିବା ବେଳେ ବନ ବିଭାଗ ଗ୍ରାମବାସୀଙ୍କୁ ହୋହାଲ୍ଲା ନକରିବାକୁ ଅନୁରୋଧ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କେଉଁ ଗଛ ଲଗାଇବା

ପରିବେଶ ଉପରେ ବୃକ୍ଷହାନିର ପ୍ରତିକୂଳ ପ୍ରଭାବକୁ ଦୂର କରିବା ପାଇଁ ଉଭୟ ସରକାରୀ ଓ ବେସରକାରୀ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି। ମାତ୍ର କେଉଁ ସ୍ଥାନ...

ଆଶା ନିରାଶାର ଖେଳ

ଆଶା ଭବିଷ୍ୟତର ସୂଚକ। ଆଶାର ଅନାଗତ ସ୍ବରୂପ ମଣିଷର ପରିକଳ୍ପନା ମାତ୍ର। ସେହି ଆଶାର ସାମୟିକ ଝଲକ ତାକୁ ବର୍ତ୍ତମାନର କର୍ମ ସମ୍ପାଦନ ପାଇଁ ଉତ୍ସାହିତ...

ବଡ଼ ଧରଣର ଟ୍ରେନ ଦୁର୍ଘଟଣା: ରାଜଧାନୀ ଏକ୍ସପ୍ରେସ ଧକ୍କାରେ ୮ ହାତୀ ମୃତ, ୫ କୋଚ୍..

ନୂଆଦିଲ୍ଲୀ, ୨୦।୧୨:  ଆସାମରେ ବଡ଼ ଧରଣର ଟ୍ରେନ ଦୁର୍ଘଟଣା ହୋଇଛି । ଟ୍ରେନ୍ ନମ୍ବର ୨୦୫୦୭ DN ସାଇରଙ୍ଗ-ନୂଆଦିଲ୍ଲୀ ରାଜଧାନୀ ଏକ୍ସପ୍ରେସ ହାତୀ ପଲକୁ ଧକ୍କା...

ଦାରିଙ୍ଗବାଡିରେ ଅସମ୍ଭାଳ ଜାଡ଼, ୨ ଦିନିଆ ଛୁଟି କାଟିବାକୁ ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡି,୨୦।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି୍‌ରେ ପୁଣି ଶନିବାର ଶୀତର ପ୍ରକୋପ ବୃଦ୍ଧି ପାଇଛି। ସର୍ବନିମ୍ନ ତାପମାତ୍ରା ୬ ଡିଗ୍ରୀ ରହିଥିବା...

ବାହ୍ୟ ସୁରକ୍ଷାର ପୁନର୍ବିଚାର

ରାହୁଲ ରାସଗୋତ୍ରାଙ୍କୁ ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଭାବରେ ପୋର୍ଟ ଲୁଇସ୍‌ (ମରିସସ୍‌ ରାଜଧାନୀ)କୁ ପଠାଇବା ଏକ ନିୟମିତ ଘୋଷଣା ନ ଥିଲା, ବରଂ ଥିଲା...

IND vs SA: ଅଷ୍ଟ୍ରେଲିଆର ରେକର୍ଡ ଭାଙ୍ଗିଲା ଇଣ୍ଡିଆ, ସିରିଜ ଜିତି କଲା ଐତିହାସିକ ରେକର୍ଡ

ନୂଆଦିଲ୍ଲୀ, ୨୦।୧୨: ଭାରତୀୟ ଦଳ ପଞ୍ଚମ ଟି-୨୦ରେ ଦକ୍ଷିଣ ଆଫ୍ରିକାକୁ ୩୦ରନରେ ପରାସ୍ତ କରି ୩-୧ସିରିଜ ବିଜୟ ହାସଲ କରିଛି । ହାର୍ଦ୍ଦିକ ପାଣ୍ଡ୍ୟା ଏବଂ...

ବିଶ୍ୱର ୨୦% ଦେଶ ଉପରେ ଯାତ୍ରା ପ୍ରତିବନ୍ଧକ ଲଗାଇଲେ ଟ୍ରମ୍ପ, ବୁଲିବାକୁ ଯାଉଥିଲେ…

ଓ୍ବାଶିଂଟନ୍‌,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଆମେରିକାର ପ୍ରବାସନ ନୀତିକୁ କଡ଼ାକଡ଼ି କରିଛନ୍ତି। ନିକଟରେ ଟ୍ରମ୍ପ ପ୍ରଶାସନ ଆହୁରି ସାତଟି ଦେଶ ଏବଂ...

ପଡିଆରେ ଖୋଲାଖୋଲି ପ୍ରେମ କଲେ ହାର୍ଦ୍ଦିକ – ମାହିକା, ପାଣ୍ଡ୍ୟାଙ୍କ ଅର୍ଦ୍ଧଶତକ ପରେ କଲେ ଏମିତି, ଭାଇରାଲ ହେଲା…

ନୂଆଦିଲ୍ଲୀ, ୨୦।୧୨: ଆଜିକାଲି ହାର୍ଦ୍ଦିକ ପାଣ୍ଡ୍ୟା ତାଙ୍କ ପ୍ରେମ ପ୍ରକାଶ କରିବାର ଗୋଟିଏ ବି ସୁଯୋଗ ହାତଛଡ଼ା କରନ୍ତି ନାହିଁ। ଅହମ୍ମଦାବାଦରେ ଖେଳାଯାଇଥିବା ଭାରତ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri