ଆହୁରି ୭ଦିନ ପ୍ରବଳ ଶୀତ

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ):  ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଗତ ୨୪ ଘଣ୍ଟାରେ ୧୦ ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଥିବାବାବେଳେ ସର୍ବନିମ୍ନ ୪.୩ ଡିଗ୍ରୀ ସହ ଜି.ଉଦୟଗିରି ରାଜ୍ୟର ସବୁଠୁ ଥଣ୍ଡା ସହର ପାଲଟିଛି। ସେହିପରି ସେମିଳିଗୁଡାରେ ୪.୫ ଡିଗ୍ରୀ, ଫୁଲବାଣୀ ୬.୫, କୋରାପୁଟ ୬.୭, ଦାରିଙ୍ଗବାଡି ୭, ଚିପିଲିମା ୭.୫, ଝାରସୁଗୁଡା ୮.୨, ଅନୁଗୋଳରେ ୯, ବୌଦ୍ଧ ୯.୪ ଏବଂ ରାଉରକେଲାରେ ୯.୬ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ଆଗାମୀ ୭ଦିନ ପର୍ଯ୍ୟନ୍ତ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ତେଣୁ ଆହୁରି ୭ଦିନ ପର୍ଯ୍ୟନ୍ତ ଏପରି ଥଣ୍ଡା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି। ଆସନ୍ତା ଦୁଇଦିନ ଅର୍ଥାତ୍‌ ଶନିବାର ଓ ରବିବାର ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର ଏବଂ କନ୍ଧମାଳ ଜିଲାରେ ପ୍ରବଳ ଥଣ୍ଡା ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏଥିସହ ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର, କୋରାପୁଟ, କନ୍ଧମାଳ ଏବଂ କଳାହାଣ୍ଡି ଜିଲାରେ ଘନ କୁହୁଡି ନେଇ ସତର୍କ କରାଯାଇଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦୂର ହେବ ଶିକ୍ଷକଙ୍କ ସମସ୍ୟା, ଶିଶୁ ଉତ୍ସବରେ ଯୋଗଦେଇ ପ୍ରତିଶୃତି ଦେଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର, ୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟରେ ଦୁଇଦିନ ଧରି ଓଷ୍ଠା ପକ୍ଷରୁ ଚାଲିଥିବା ଜିଲ୍ଲା ସ୍ତରୀୟ ଶିଶୁ ଉତ୍ସବ ରବିବାର...

ରାଜରାସ୍ତାକୁ ଓହ୍ଲାଇବ କଂଗ୍ରେସ: ଭକ୍ତ କହିଲେ..

ଭୁବନେଶ୍ୱର,୨୧।୧୨: ପିସିସି ସଭାପତି ଭକ୍ତ ଚରଣ ଦାସ ରବିବାର ଏକ ବଡ଼ ଆହ୍ବାନ ଦେଇଛନ୍ତି। ଆସନ୍ତା ୨୬ ତାରିଖରେ କଂଗ୍ରେସ ପକ୍ଷରୁ ଜନ ଜାଗରଣ ଆନ୍ଦୋଳନ...

ଦାରିଙ୍ଗବାଡ଼ିରେ ଦିନତମାମ ବିଦ୍ୟୁତ୍‌ କାଟ୍‌, ଟୟ ଟ୍ରେନ୍‌, ମ୍ୟୁଜିକାଲ ଫାଉଣ୍ଟେନ୍‌ର ମଜା ନେଇପାରିଲେନି ପର୍ଯ୍ୟଟକ, ଶେଷରେ…

ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଛୁଟିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଭୋର ସମୟରୁ ହିଁ ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକଙ୍କ ଆଗମନ...

VB-G RAM G ବିଲକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, MGNREGA ବଦଳରେ ଏଣିକି ଲାଗୁ ହେବ…

ନୂଆଦିଲ୍ଲୀ,୨୧।୧୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ବିକାଶିତ ଭାରତ-ନିଯୁକ୍ତି ଏବଂ ଆଜୀବିକା ମିଶନ (ଗ୍ରାମୀଣ) ଗ୍ୟାରେଣ୍ଟି ବିଲ୍ VB-G RAM G ୨୦୨୫ କୁ ଅନୁମୋଦନ...

ଧରିତ୍ରୀର ପ୍ରଭାବ: ବେସାହାରା ଭାଇ ଭଉଣୀଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୨୧।୧୨(ବିଦ୍ୟାଧର ସାହୁ ): ଧରିତ୍ରୀରେ ଖବର ପ୍ରକାଶ ପରେ ପଡିଲା ପ୍ରଭାବ । ବେସାହାରା ଭାଇଭଉଣୀକୁ ସାହାଯ୍ୟର ହାତ ବଢ଼ାଇଲେ ଛତ୍ରପୁର ବିଧାୟକ । ଗଞ୍ଜାମ...

ଚିଲିକାରେ ଅଘଟଣ, ବୁଲିବାକୁ ଯାଇଥିବା ବେଳେ ବୁଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ

ଖୋର୍ଦ୍ଧା,୨୧।୧୨: ସାତପଡ଼ା ବୁଲିବାକୁ ଯାଇ ଚିଲିକାରେ ବୁଡ଼ିଗଲେ ପର୍ଯ୍ୟଟକ । ଚିଲିକା ମୁହାଣ ମୁହଁରେ ଗାଧୋଉଥିବା ସମୟରେ ଭାସିଯାଇଥିଲେ । ତେବେ ଏହି ଅଘଟଣରେ ପର୍ଯ୍ୟଟକଙ୍କ...

‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…

କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...

ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ମିଳିଲା ଯୁବକଙ୍କ ମୃତଦେହ, ପାଟିରୁ ରକ୍ତ ବାହାରିବାକୁ ନେଇ ସନ୍ଦେହ

ଭୁବନେଶ୍ବର,୨୧।୧୨:   ଭୁବନେଶ୍ୱର ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ଉଦ୍ଧାର ହେଲା ମୃତଦେହ । ଖବରପାଇ ମୈତ୍ରୀବିହାର ଥାନା ପୋଲିସ ଗେଷ୍ଟହାଉସରେ ପହଞ୍ଚି ମୃତଦେହ ଉଦ୍ଧାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri