ବଦଳିଗଲେ ନବୀନ, ପ୍ରଥମରୁ ଏମିତି ନ ଥିଲେ…

ଭୁବନେଶ୍ୱର, ୨୦।୧୨(ସୁନିତ୍‌ ମିଶ୍ର):ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବୃଦ୍ଧି ସମ୍ପର୍କିତ ବିଲ୍‌ ଯାହା ବିଧାନସଭାରେ ପାରିତ ହୋଇଛି ସେଥିରେ ସଂଶୋଧନ ହେବା ନେଇ ଚର୍ଚ୍ଚା ଜୋର୍‌ ଧରିଛି। ଭାଜପା ବିଧାୟକମାନେ ଏନେଇ ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ବିଲ୍‌ ଉପରେ ପୁନର୍ବିଚାର କରିବା ନେଇ ଦସ୍ତଖତ ସମ୍ବଳିତ ଦରଖାସ୍ତ ଦେବାପରେ ଦରମା ଓ ଭତ୍ତା ବୃଦ୍ଧି ସମ୍ବନ୍ଧିତ ନିଷ୍ପତ୍ତି ବଦଳିପାରେ ବୋଲି କୁହାଯାଉଛି। ଏଭଳି ସ୍ଥିତିରେ ଶୁକ୍ରବାର ବିଜେଡି ବିଧାୟକମାନଙ୍କ ପକ୍ଷରୁ ମଧ୍ୟ ଏହି ନିଷ୍ପତ୍ତିର ପୁନର୍ବିଚାର ଲାଗି ଦାବି କରାଯାଇଛି। ହେଲେ କିଛିଦିନ ତଳେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ବର୍ଦ୍ଧିତ ଦରମା ନେବେ ନାହିଁ, ବରଂ ତାକୁ ଗରିବମାନଙ୍କ କଲ୍ୟାଣରେ ଲଗାଇବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଅନୁରୋଧ କରିଥିଲେ। ନବୀନଙ୍କ ଏଭଳି ଚିଠି ପରେ ମଧ୍ୟ ଆଉ ଜଣେ କେହି ବିଜେଡି ବିଧାୟକ ସେମାନଙ୍କ ବର୍ଦ୍ଧିତ ଦରମା ନେବେନି ବୋଲି କହିଲେନି। ଯେତେବେଳେ ଭାଜପା ବିଧାୟକମାନେ ନିଷ୍ପତ୍ତି ବଦଳାଇବାକୁ କହିଲେ, ତା’ପରେ ବିଜେଡି ନିଷ୍ପତ୍ତିର ପୁନର୍ବିଚାର କଥା କହିବା ରାଜନୈତିକ ମହଲରେ ଚର୍ଚ୍ଚାର ବିଷୟ ପାଲଟିଛି। ଶୁକ୍ରବାର ଶଙ୍ଖ ଭବନଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲିକ ଏବଂ ବିରୋଧୀ ଦଳ ଉପନେତା ପ୍ରତାପ ଦେବ କହିଛନ୍ତି, ବିଧାୟକମାନଙ୍କ ଦରମା ବୃଦ୍ଧି ପ୍ରସଙ୍ଗରେ ବିଜେଡି ସଭାପତି ପୂର୍ବରୁ ବର୍ଦ୍ଧିତ ଦରମା ଗ୍ରହଣ କରିବେ ନାହିଁ ଓ ଏହାକୁ ଗରିବ କଲ୍ୟାଣ କାର୍ଯ୍ୟରେ ବିନିଯୋଗ କରିବା ପାଇଁ କହିଥିଲେ। ଏହାର ପୁନର୍ବିଚାର ପାଇଁ ବିଜେଡି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରୁଛି। ବିଧାୟକଙ୍କ ଦରମା ଓ ପୂର୍ବତନ ବିଧାୟକମାନଙ୍କ ପେନସନ ବୃଦ୍ଧି ପାଇଁ ନିଷ୍ପତ୍ତି ନିଆଯାଇ ଗତ ୯ ତାରିଖରେ ସର୍ବସମ୍ମତି କ୍ରମେ ବିଲ୍‌ ପାସ୍‌ ହୋଇଥିଲା। ଏହି ବର୍ଦ୍ଧିତ ଦରମା ନେଇ ଜନସାଧାରଣଙ୍କ ମଧ୍ୟରେ ପ୍ରତିକ୍ରିୟା ପ୍ରକାଶ ପାଇଥିଲା। ଜନସାଧାରଣଙ୍କ ମଧ୍ୟରେ ସୃଷ୍ଟି ହୋଇଥିବା ପ୍ରତିକ୍ରିୟାକୁ ସମ୍ମାନ ଜଣାଇ ନବୀନଙ୍କ ନିର୍ଦ୍ଦେଶକ୍ରମେ ବିଜେଡି ପକ୍ଷରୁ ଏହାକୁ ପୁନର୍ବିଚାର କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କରୁଥିବା ଉଭୟ ନେତା କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଜାଣିଛନ୍ତି କି ପେଟ୍ରୋଲ-ଡିଜେଲ ବି ହୁଏ ଏକ୍ସପାରୀ, ଏତିକି ଦିନ ଯାଏ ରଖିପାରିବେ…

ଅଧିକାଂଶ ଲୋକ ବିଶ୍ୱାସ କରନ୍ତି ଯେ ଥରେ ଟ୍ୟାଙ୍କରେ ଭର୍ତ୍ତି କରି କିମ୍ୱା କ୍ୟାନରେ ସଂରକ୍ଷଣ କରିଦେଲେ, ଇନ୍ଧନ ସବୁଦିନ ପାଇଁ ରହିଥାଏ। କିନ୍ତୁ ଏହା...

ରବିବାର ଭୂଲରେ ବି କାଟନ୍ତୁନି ଚୁଟି କି କରନ୍ତୁନି ଟ୍ରିପ୍‌ ପ୍ଲାନିଂ, ନଚେତ ଜୀବନ ହୋଇଯିବ ନର୍କ!

ହିନ୍ଦୁ ଧର୍ମରେ ପ୍ରତ୍ୟେକ ଦିନ କୌଣସି ନା କୌଣସି ଦେବତାଙ୍କୁ ସମର୍ପିତ। ରବିବାର ଭଗବାନ ସୂର୍ଯ୍ୟଙ୍କୁ ସମର୍ପିତ। ଆଜି ରବିବାର। ଏହି ଦିନ ସୂର୍ଯ୍ୟଙ୍କୁ ପ୍ରାର୍ଥନା...

ଟିମ ଇଣ୍ଡିଆ ଜିତି ପାରିବନି ୨୦୨୬ ଟି-୨୦ ବିଶ୍ୱକପ? ଜାଣନ୍ତୁ ୩ ବଡ଼ କାରଣ

ନୂଆଦିଲ୍ଲୀ,୨୧।୧୨: ୨୦୨୬ ଟି୨୦ ବିଶ୍ୱକପ ଫେବୃଆରୀ ଏବଂ ମାର୍ଚ୍ଚରେ ଅନୁଷ୍ଠିତ ହେବ। ବିଶ୍ୱକପର ପ୍ରଥମ ମ୍ୟାଚ ଫେବୃଆରୀ ୭ରେ ଖେଳାଯିବ ଏବଂ ଫାଇନାଲ ମାର୍ଚ୍ଚ ୮ରେ...

ମକର ସଂକ୍ରାନ୍ତି ପୂର୍ୱରୁ ବଡ଼ ଚାକିରି ପାଇବେ ୩ରାଶି, ଶୁକ୍ରଙ୍କ ଗୋଚରରେ ମକର ରାଶିରେ ବଢିଚାଲିବ ସମ୍ପତ୍ତି!

ଶୁକ୍ରକୁ ପ୍ରେମ, ସୌନ୍ଦର୍ଯ୍ୟ, ଆକର୍ଷଣ, ବିଳାସ, ଟଙ୍କା ଏବଂ ଆନନ୍ଦର ଗ୍ରହ ଭାବରେ ବିବେଚନା କରାଯାଏ। ଜ୍ୟୋତିଷ ଶାସ୍ତ୍ରରେ, ଶୁକ୍ରର ଗୋଚରକୁ ସାଧାରଣତଃ ଶୁଭ ଏବଂ...

ଶିଷ୍ଟାଚାରର ଅଧଃପତନ

ର୍ଘବର୍ଷର ପରାଧୀନତା ଆମ ସମାଜ ତଥା ସାମାଜିକ ଆଚାର ବ୍ୟବହାର ଉପରେ ଏତେ ପ୍ରଭାବ ପକାଇଛି ଯେ, ତାହା ସ୍ୱାଧୀନତାର ଅର୍ଦ୍ଧଶତାବ୍ଦୀ ପରେ ମଧ୍ୟ ସୁଧୁରିବାର...

ନୂଆ ନଁାରେ ପୁରୁଣା କୋଠା

କଭବନ ସ୍ୱଚ୍ଛତା, ସୁଗମତା ଏବଂ ପ୍ରଶାସନ ଓ ଲୋକଙ୍କ ମଧ୍ୟରେ ଏକ ଗଭୀର ସମ୍ପର୍କର ପ୍ରତୀକ। ଏହି ପଦକ୍ଷେପ ନାଗରିକମାନଙ୍କୁ ସଶକ୍ତ, ଶାସନ ବ୍ୟବସ୍ଥାକୁ ସୁଦୃଢ଼...

ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କ ସହ ଜଡିତ ଅତିକମରେ ୧୬ ଫାଇଲ ଗାଏବ! ଟ୍ରମ୍ପଙ୍କ ଫଟୋ ବି ୨୪ ଘଣ୍ଟାରେ ଡିଲିଟ, ଆମେରିକାରେ ହଇଚଇ

ଓ୍ବାଶଂଟନ,୨୧।୧୨: ଆମେରିକାରେ ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କୁ ନେଇ ବିବାଦ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଆମେରିକାର ନ୍ୟାୟ ବିଭାଗ (DOJ)ର ସରକାରୀ ସାର୍ବଜନୀନ ୱେବସାଇଟରୁ ଏପ୍‌ଷ୍ଟିନ୍‌ ମାମଲା...

୧୧ ବିମାନବନ୍ଦର ଲିଜ୍‌ରେ ନେବ ଆଦାନୀ

ନୂଆଦିଲ୍ଲୀ,୨୧ା୧୨: କେନ୍ଦ୍ର ସରକାର ଦେଶର କେତେକ ସରକାରୀ ବିମାନବନ୍ଦରକୁ ଘରୋଇ କମ୍ପାନୀକୁ ଲିଜ୍‌ ଦେବା ପାଇଁ ଯୋଜନା କରୁଥିବାବେଳେ ଆଦାନୀ ଏଣ୍ଟରପ୍ରାଇଜେସ୍‌ ୧୧ଟି ଏୟାରପୋର୍ଟ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri